ସଫେଇ ବାହାନାରେ ଜମିଲା ଭୋଜି

ଅନୁଗୋଳ ଅଫିସ, ୩୦।୪ – ଲକ୍‌ଡାଉନ୍‌ କଟକଣାକୁ ଉଲ୍ଲଂଘନ କରିଛନ୍ତି ଅନୁଗୋଳ ପୌରପାଳିକାର କେତେଜଣ କର୍ମଚାରୀ। ଡିସ୍‌ ସଫେଇ ବାହାନାରେ ସେମାନେ କଳାକେନ୍ଦ୍ରରେ ବୁଧବାର ଭୋଜିର ଆୟୋଜନ କରିଥିବା ଏବେ ସହରରେ ଚର୍ଚ୍ଚାର ବିଷୟ ହୋଇଛି। ଉକ୍ତ ଭୋଜିରେ ବିଜେଡିର କିଛି ନେତା ଓ କେତେଜଣ ଠିକାଦାର ସାମିଲ ଥିବା କୁହାଯାଉଛି।
ଅନୁଗୋଳ ସହରରେ ଥିବା କଳାକେନ୍ଦ୍ରରେ ବିଭିନ୍ନ ସଭା, ସାଂସ୍କୃତିକ କାର୍ଯ୍ୟକ୍ରମ ସହ ବୈଠକ କରାଯାଇଥାଏ। ତେବେ କରୋନା ପାଇଁ ଏବେ ସେସବୁ ବନ୍ଦ ରଖାଯାଇଛି। କିନ୍ତୁ ପୌର କର୍ମଚାରୀମାନେ ଏହାକୁ ଗୋଦାମରେ ପରିଣତ କରି ଦେଇଛନ୍ତି। ଅଳିଆ ସଫା ଗାଡ଼ି ଠାରୁ ଆରମ୍ଭ କରି ବିଜୁଳି ବିଭାଗର ବିଭିନ୍ନ ସାମଗ୍ରୀ ଏହି କଳାକେନ୍ଦ୍ରରେ ରଖାଯାଇଛି। ତେବେ ବୁଧବାର ପୂର୍ବ ପ୍ରସ୍ତୁତି ମୁତାବକ କଳାକେନ୍ଦ୍ରରେ ଭୋଜିର ଆୟୋଜନ କରାଯାଇଥିଲା। କିନ୍ତୁ ଚାବି ପୌରପାଳିକାର ସଫେଇ ଦାୟିତ୍ୱରେ ଥିବା ଅଧିକାରୀଙ୍କ ନିକଟରେ ଥିବାରୁ ଡିସ୍‌ ସଫେଇ ବାହାନାରେ ଜଣେ ୪ର୍ଥ ଶ୍ରେଣୀ କର୍ମଚାରୀ କଳାକେନ୍ଦ୍ରର ଚାବି ମଗାଇଥିଲେ। ଏହାପରେ ଆରମ୍ଭ ହୋଇଥିଲା ଭୋଜିଭାତ। ପାଖାପାଖି ୧୦ରୁ ୧୫ ଜଣ ଏଥିରେ ସାମିଲ ହୋଇଥିବା ଚର୍ଚ୍ଚା ହେଉଛି। ଏ ସମ୍ପର୍କରେ ପୌର ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା କିଛି ଜାଣି ନ ଥିବା କହିଛନ୍ତି। ତେବେ ଘଟଣାକୁ ଅତି ଗୁରୁତ୍ୱର ସହ ନେଇ କଳାକେନ୍ଦ୍ରକୁ ଯାଇଥିବା କର୍ମଚାରୀଙ୍କୁ ପଚରାଉଚରା କରିଛନ୍ତି। ଗୁରୁବାର ଏ ନେଇ ଖୋଳତାଡ଼ କରାଯିବ ବୋଲି ନିର୍ବାହୀ ଅଧିକାରୀ ପଣ୍ଡା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମେଳି କଲେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ, ନିଲମ୍ବନର ପୁନଃବିଚାର କରିବାକୁ…

କେନ୍ଦ୍ରାପଡା, ୪ା୨ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ଜିଲା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଗତ ଜାନୁଆରୀ ୧୫ରୁ ଦଳର ସଦସ୍ୟତାରୁ…

ଜମିଜମା ବିବାଦରୁ ସଂଘବଦ୍ଧ ଆକ୍ରମଣ, ଯୁବକକୁ ଖଣ୍ଡାରେ ହାଣିଲେ

ଵ୍ରହ୍ମପୁର, ୪/୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡିଆପାଳି ଛକ ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର…

ଗୁରୁବାର ଅନେକ ଟଙ୍କା ରୋଜଗାର କରିବେ ଏହି ୩ ରାଶିର ବ୍ୟକ୍ତି! କ୍ୟାରିୟରରେ ମିଳିବ….

ଗୁରୁବାର ଦିନଟି ଅନେକ ରାଶି ପାଇଁ ଏକ ବିଶେଷ ଦିନ ହେବ । ତଥାପି, ତିନୋଟି ରାଶିର ବ୍ୟକ୍ତି, ଯେଉଁମାନେ ଏହି ଦିନ ବହୁତ ଲାଭବାନ ହେବେ।…

ରାଷ୍ଟ୍ରପତିଙ୍କ ଘର ଆଗରେ ପିଲାଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ନାଁ କ’ଣ ପଚାରିଲେ ମୋହନ ମାଝୀ, ଏହି ଘର କାହାର କହି…

ଭୁବନେଶ୍ୱର,୪ା୨: ରାଷ୍ଟ୍ରପତିଙ୍କ ଘର ଆଗରେ ବୁଧବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି। ରାଷ୍ଟ୍ରପତିଙ୍କ ଘର ସାମ୍ନାରେ ଛିଡ଼ା ହୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଷ୍ଟ୍ରପତିଙ୍କୁ…

କୀଟନାଶକ ପିଇ ଜୀବନ ହାରିଲେ ଛାତ୍ରୀ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମର ଜଣେ ଯୁକ୍ତ ୨ ଦିତୀୟବର୍ଷ ଛାତ୍ରୀ ଏସ.ଅନିତା ଦୋରା(୧୭) କୀଟନାଶକ ପିଇ…

ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ…

ମଝି ଆକାଶରେ ବିମାନର ଇଞ୍ଜିନର ଲାଗିଲା ନିଆଁ, କୋଲକାତାରେ….

କୋଲକାତା,୪ା୨: ପଶ୍ଚିମବଙ୍ଗର କୋଲକାତା ବିମାନବନ୍ଦରରେ ତୁର୍କୀସ୍ ଏୟାରଲାଇନ୍ସର ଏକ ବିମାନ ଜରୁରୀକାଳୀନ ଅବତରଣ କରିଛି । ବିମାନଟି କାଠମାଣ୍ଡୁରୁ ଇସ୍ତାନବୁଲ ଅଭିମୁଖେ ଯାତ୍ରା କରୁଥିଲା। ତୁର୍କୀସ୍ ଏୟାରଲାଇନ୍ସର…

ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ଅନଲାଇନ କୋଚିଂ: SC, OBC ଆଦି ବର୍ଗଙ୍କୁ ମିଳିବ ସୁବିଧା

ନୂଆଦିଲ୍ଲୀ,୪ା୨: ଦେଶର ପଛୁଆ ବର୍ଗର ଛାତ୍ରୀଛାତ୍ରଙ୍କୁ ମାଗଣା ଅନଲାଇନ କୋଚିଂ ଦେବେ ସରକାର। ଅନୁସୂଚିତ ଜାତି, ପଛୁଆ ବର୍ଗ ଏବଂ ଆର୍ଥିକ ଅନଗ୍ରସର ଶ୍ରେଣୀର ମେଧାବୀଙ୍କୁ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri