ସବଡ଼ିଭିଜନ ମାନ୍ୟତା ଦାବିରେ ରାଜସ୍ବ ମନ୍ତ୍ରୀଙ୍କୁ ସ୍ମାରକପତ୍ର

ବଡ଼ସାହି,୨୪ା୧୦(ସ୍ବ.ପ୍ର)- ବେତନଟୀକୁ ସବଡ଼ିଭିଜନ ମାନ୍ୟତା ଦାବି ନେଇ ଅଣ୍ଟା ଭିଡ଼ିଥିବା ବଡ଼ସାହି-ବେତନଟୀ ବିକାକ ମଞ୍ଚ ପକ୍ଷରୁ ବୁଧବାର ୩ଟିି ସ୍ମାରକପତ୍ର ପ୍ରଦାନ କରାଯାଇଛି ା ମଞ୍ଚ ପକ୍ଷରୁ ଆବାହକ ତଥା ପ୍ରେସକ୍ଲବ ୨୪ ଗୁଣନ ୭ର ସଭାପତି ହରିଶ୍ଚନ୍ଦ୍ର ନନ୍ଦଗୋସ୍ବାମୀଙ୍କ ନେତୃତ୍ୱରେ ଏକ ୮ ଜଣିଆ ପ୍ରତିନିଧି ଦଳ ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର, ରାଜସ୍ବ ବିଭାଗର ପ୍ରମୁଖ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ସାକ୍ଷାତ କରି ସବଡ଼ିଭିଜନ ମାନ୍ୟତାର ଯୁକ୍ତିଯୁକ୍ତ ଦାବି ଉଲ୍ଲେଖିତ ସ୍ମାରକପତ୍ର୍ର ପ୍ରଦାନ କରିଛନ୍ତି। ପ୍ରତିନିଧି ଦଳରେ ଅନ୍ୟମାନଙ୍କ ମଧ୍ୟରେ ବଡ଼ସାହି ବିଧାୟକ ସନାତନ ବିଜୁଳି, ଜିଲାପରିଷଦ ସଦସ୍ୟ ବ୍ରଜମୋହନ ବେହେରା, ଖବରଦାତା ଅରୁଣ କୁମାର ଓତା, ସଞ୍ଜୟ ମିଶ୍ର, ତପନ ପତି, ସମାଜସେବୀ ସ୍ବରୂପ କୁମାର ପଟ୍ଟନାୟକ ଓ ବୈଜ୍ଞାନିକ ଡ଼. ଜଗନ୍ନାଥ ପାତ୍ର ସାମିଲ ଥିଲେ। ଉଲ୍ଲେଖଯୋଗ୍ୟ ଯେ, ମଞ୍ଚ ଗଠନ ପରେ ଏକାଧିକ ବୈଠକରେ ଗୃହୀତ ସର୍ବସମ୍ମତି ପ୍ରସ୍ତାବ ଅନୁଯାୟୀ ଉପରୋକ୍ତ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ା ବଡ଼ସାହି,ବେତନଟୀ, ରାସଗୋବିନ୍ଦପୁର ଓ ମୋରଡ଼ା ବ୍ଲକକୁ ନେଇ ଉପଖଣ୍ଡସ୍ତରୀୟ ସମସ୍ତ ସରକାରୀ କାର୍ଯ୍ୟାଳୟ ବେତନଟୀରେ ଦୀର୍ଘଦିନ ଧରି କାର୍ଯ୍ୟ କରୁଥିବା ବେଳେ ସବଡ଼ିଭିଜନ ମାନ୍ୟତା ପାଇଁ ବେତନଟୀ ସମସ୍ତ ସର୍ତ୍ତାବଳୀ ପୂରଣ କରୁଛି ା ଉପଜିଲାପାଳ ଓ ଅନ୍ୟାନ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ସ୍ଥାପନ ପାଇଁ ଆମ୍ବଯୋଡ଼ାଠାରେ ଇଡ଼କୋର ବିସ୍ତୃତ ଜମି ମଧ୍ୟ ରହିଛି ା ଅନ୍ୟପକ୍ଷରେ ବାରିପଦା ସଦର ସବଡ଼ିଭିଜନ ଅଧୀନରେ ୧୦ଟି ବ୍ଲକ ଥିବାରୁ ସରକାରୀ ଯୋଜନାର ସଫଳ ରୂପାୟନ ଓ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ସମାଧାନରେ ସମୟ ଲାଗୁଛି। ସ୍ମାରକପତ୍ର ପ୍ରଦାନ ଖବର ପ୍ରଚାରିତ ହେବା ପରେ ବିଭିନ୍ନ ମହଲରୁ ପ୍ରଂସଶା କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଭାସୁଥିଲା ମହିଳାଙ୍କ ମୃତଦେହ, ଲୋକେ ଗାଧୋଇବାକୁ ଯିବାବେଳେ…

ବୈଶିଙ୍ଗା,୩ା୬(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ନିକଟସ୍ଥ ନୂଆସାହି ଗ୍ରାମ ପୋଖରୀରୁ ବୁଧବାର ଜଣେ ଅଜଣା ମହିଳାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ବିଡିଓଙ୍କୁ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ, ଏହି ସବୁ ଅଭିଯୋଗ ଆସିବା ପରେ କାର୍ଯ୍ୟାନୁଷ୍ଠାନ

ବାରିପଦା,୩।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ନିର୍ବାଚନମଣ୍ଡଳୀର ସହକାରୀ ନିର୍ବାଚନ ପଞ୍ଜିକରଣ ଅଧିକାରୀ (ଏଇଆରଓ) ତଥା ବଡ଼ସାହି ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡ଼ିଓ) ସ୍ମୃତିମୟୀ ବନଜା…

ଆସିଲା ଖୁସିଖବର: ମା’ ହେଲା ‘ଜିନ୍ନତ’

ଭୁବନେଶ୍ୱର,୨।୬: ମୟୁରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ଏକ ଖୁସି ଖବର ଆସିଛି॥ ମା’ ହୋଇଛି ବାଘୁଣୀ ‘ଜିନ୍ନତ’। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ…

ଶିମିଳିପାଳରେ ମାଉସ୍‌ ଡିଅର: ଜୋର୍‌ ଧରିଲା ଚର୍ଚ୍ଚା

ବାରିପଦା,୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ଓଡ଼ିଶାର ଏକ ଅନନ୍ୟ ବନ୍ୟପ୍ରାଣୀ ଆବାସସ୍ଥଳୀ ଭାବେ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଠାରେ ବିଶ୍ୱର କ୍ଷୁଦ୍ର…

ଶିମିଳିପାଳରେ ମଣିଷଖିଆ ବାଘ; ଜଙ୍ଗଲକୁ ଯାଇ ଆଉ ଫେରିନଥିଲେ, ସକାଳୁ ମିଳିଲା କ୍ଷତାକ୍ତ ଦୁଇ ଗୋଡ଼ ସହ ଲୁଙ୍ଗି

କରଞ୍ଜିଆ,୧।୬(କବିତା ମହାନ୍ତ): ମଣିଷକୁ ଖାଇଗଲା ମହାବଳ ବାଘ ! କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ କୁମୁଡାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରୁ ଛାତିଥରା ଘଟଣା…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ

ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri