ସବୁଜ ମହାନଦୀ ଗଣଦୌଡ଼ଗଛ ବିନା ଜୀବନ ବଞ୍ଚତ୍ବା କଷ୍ଟସାଧ୍ୟ

ଗଣିଆ,୧୬ା୭(ଡି.ଏନ.ଏ.): ନୟାଗଡ଼ ବନଖଣ୍ଡ ତରଫରୁ ଗଣିଆ ବନାଞ୍ଚଳରେ ସୋମବାର ସବୁଜ ମହାନଦୀ ଗଣଦୌଡ ଅନୁଷ୍ଠିତ ହୋଇଯାଇଛି। ଦଶପଲ୍ଲା ବିଧାୟକ ରମେଶଚନ୍ଦ୍ର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ସବୁଜ ପତାକା ଦେଖାଇ ଗଣଦୌଡର ଶୁଭାରମ୍ଭ କରିଥିଲେ। ସକାଳୁ ଗଣିଆସ୍ଥିତ ରାମମନ୍ଦିର ସମ୍ମୁଖରୁ ଗଣଦୌଡ ଆରମ୍ଭ ହୋଇ କିଶୋରପ୍ରସାଦ ପଞ୍ଚାୟତସ୍ଥିତ ଡ. ଆର.ସି. ସାମନ୍ତରାୟ ବିଜ୍ଞାନ ଓ ବୈଷୟିକ ମହାବିଦ୍ୟାଳୟ ପରିସରରେ ଉଦ୍‌ଯାପିତ ହୋଇଥିଲା। ଗଣଦୌଡରେ ବିଧାୟକଙ୍କ ସମେତ ଗଣିଆ ବ୍ଲକ ଅଧ୍ୟକ୍ଷ ଶେଷଦେବ ସ୍ବାଇଁ, ନୟାଗଡ଼ ବନଖଣ୍ଡ ଡିଏଫଓ ଧନରାଜ.ଏଚ୍‌.ଡି, ନୟାଗଡ଼ ଏସ୍‌ପି ଶଶିଭୂଷଣ ଶତପଥୀ, ନୟାଗଡ଼ ବନଖଣ୍ଡ ଏସିଏଫ୍‌ ଅରବିନ୍ଦ ମହାନ୍ତି, ଜିଲା ପରିଷଦ ସଭ୍ୟ ମହେଶ୍ୱର ମହାରଣା, ମହାବିଦ୍ୟାଳୟ ସମ୍ପାଦକ ଏଲଡାଡ କାଇଣ୍ଡ ସେଥ୍‌, ଅଧ୍ୟକ୍ଷ ମଳୟ ରଞ୍ଜନ ପଣ୍ଡା, ସମସ୍ତ ପଞ୍ଚାୟତ ପ୍ରତିନିଧି, ବୁଦ୍ଧିଜୀବୀ, ଗଣିଆ ବନାଞ୍ଚଳ ଅଧିକାରୀ ନିଖିଳେଶ ମଲ୍ଲିକ, ଛାମୁଣ୍ଡିଆ ବନ୍ୟପ୍ରାଣୀ ବନାଞ୍ଚଳ ଅଧିକାରୀ ବେଣୁଧର ବେହେରା, ଗଣିଆ ବନାଞ୍ଚଳର ସମସ୍ତ କର୍ମଚାରୀ, ମହାବିଦ୍ୟାଳୟ ଛାତ୍ରୀଛାତ୍ର ସାମିଲ ହୋଇଥିଲେ। ଗଣିଆଠାରୁ ମହାବିଦ୍ୟାଳୟ ପର୍ଯ୍ୟନ୍ତ ବିଭିନ୍ନ ଛକ ସ୍ଥାନରେ ଥଣ୍ଡା ପାନୀୟ ଜଳ ବ୍ୟବସ୍ଥା କରାଯାଇଥିଲା। ଗଣିଆ ପୋଲିସ ସହ ଜରୁରିକାଳୀନ ସେବା ଯୋଗାଇଦେବା ପାଇଁ ଅଗ୍ନିଶମ ବିଭାଗ ଓ ୧୦୮ ଆମ୍ବୁଲାନ୍ସ ଏଥିରେ ଯୋଗଦେଇଥିଲେ। ପରେ ମହାବିଦ୍ୟାଳୟ ପରିସରରେ ଏକ ସଚେତନତା ସଭା କରାଯାଇଥିଲା ା ଦିନକୁ ଦିନ ମହାନଦୀ ଅବବାହିକାରେ ଜଙ୍ଗଲ ସମ୍ପଦ ହ୍ରାସ ପାଉଥିବାରୁ ମହାନଦୀର ଜଳସ୍ରୋତ ହ୍ରାସ ପାଇବା ସହ ମୃତ୍ତିକା ଅବକ୍ଷୟ ଘଟି ନଦୀଗର୍ଭ ପୋତି ହେବାରେ ଲାଗିଛି ା ତେବେ ଏହାର ଚିରସ୍ରୋତା ଗୁଣକୁ ଅକ୍ଷୁଣ୍ଣ ରଖିବାକୁ ହେଲେ ମହାନଦୀର ଉଭୟ ପାର୍ଶ୍ୱରେ ସବୁଜ ବଳୟ ସୃଷ୍ଟି ହେବା ଦରକାର ା ସେହିପରି ଜଙ୍ଗଲ ସମ୍ପଦ ହ୍ରାସ ଯୋଗୁ ପ୍ରାକୃତିକ ପରିବେଶ ଦୂଷିତ ହେବାରେ ଲାଗିଛି ା ଗଛ ବିନା ଜୀବନ ବଞ୍ଚତ୍ବା କଷ୍ଟସାଧ୍ୟ। ତେଣୁ ସମସ୍ତେ ମିଳିମିଶି ବହୁ ପରିମାଣରେ ଗଛ ଲଗାଇବା ଆବଶ୍ୟକ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ଗଣଦୌଡରେ ସାମିଲ ହୋଇ ମନୋନୀତ ୧୮ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୨ଜଣଙ୍କୁ ସ୍ବର୍ଣ୍ଣ, ୨ଜଣଙ୍କୁ ରୌପ୍ୟ ଓ ୧୪ଜଣଙ୍କୁ ବ୍ରୋଞ୍ଜ ପଦକ ପ୍ରଦାନ ପୂର୍ବକ ପୁରସ୍କୃତ କରାଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ପୋଡୁ ଚାଷବେଳେ ହଠାତ୍‌ ମାଡିଆସିଲା ଭୟଙ୍କର ବର୍ଷା, ପବନ: ଗଛ ମୂଳେ ଆଶ୍ରୟ ନେଇଥିବା ୩ ମହିଳାଙ୍କୁ ମାରିଲା ବିଜୁଳି

  ଥୁଆମୂଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଡୁମେରପଦର ଗ୍ରାମର ନୁନ ପାଣି ପାହାଡ଼ ନିକଟରେ ଆଜି ଏକ…

ଦିଗପହଣ୍ଡି ଏନଏସି ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଶୁଭାରମ୍ଭ; ନାଗରିକଙ୍କ ସହଭାଗିତା, ସଚେତନତା, ସୁଶାସନ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସହରରେ ଜନ ସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏନଏସି କାର୍ଯ୍ୟାଳୟ ସମ୍ମିଳନୀ…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri