Posted inଫୁରସତ

ସବୁଜ ମିଶନରେ ଲାଗିପଡିଛନ୍ତି ପାରା ଆଥଲେଟ୍‌ ଟି ଭି ସୁବ୍ରମଣୀ

ଅନ୍ତର୍ଜାତୀୟ ପାରା ଆଥଲେଟିକ୍‌ ଚାମ୍ପିଅନସିପରେ ଦୁଇଟି ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଙ୍ଗାଲୁରୁ ନିବାସୀ ୩୯ ବର୍ଷୀୟ ଟି ଭି ସୁବ୍ରମଣୀ ନିଜ ଗାଁରେ ସବୁଜ ମିଶନ୍‌ ଆରମ୍ଭ କରିଛନ୍ତି। ନିଜ ଦମ୍‌ରେ ଗାଁକୁ ସବୁଜ କରିବାକୁ ପ୍ରତିଶ୍ରୁତିବଦ୍ଧ ହୋଇଛନ୍ତି। ଦିନକୁ ଦିନ ପରିବେଶ ପ୍ରଦୂଷଣ ମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ସହରୀ ଅରାଜକତା ଯୋଗୁ ଜଙ୍ଗଲ ନଷ୍ଟ ହେବାରେ ଲାଗିଛି। ତେଣୁ ଏ ଦିଗରେ ଲୋକଙ୍କୁ ସଚେତନ କରିବା ପାଇଁ ସେ ଆରମ୍ଭ କରିଛନ୍ତି ସବୁଜ ମିଶନ୍‌। ସୁବ୍ରମଣୀ କହିଛନ୍ତି, ସେ ଶାରୀରିକ ଦିବ୍ୟାଙ୍ଗ ହୋଇପାରନ୍ତି, କିନ୍ତୁ ମନରେ ଖୁବ୍‌ ଦୃଢ଼ ଏବଂ ଶକ୍ତ। ଏହି ଦୃଢ଼ ମନୋବଳ ନେଇ ସେ ଗାଁକୁ ପ୍ରଦୂଷଣମୁକ୍ତ କରିବା ସହ ଚିରସବୁଜ କରିବାକୁ ଆଗେଇ ଆସିଛନ୍ତି। ନିମ୍ବ, ଆମ୍ବ ଭଳି ଅନେକ ପ୍ରକାର ବୃକ୍ଷରୋପଣ କରି ସେ ଏକ ସବୁଜ ଶୃଙ୍ଖଳ ଆରମ୍ଭ କରିଛନ୍ତି। ତାଙ୍କ ନିଃସ୍ବାର୍ଥପର ଭାବନା ଏବେ ଗ୍ରାମବାସୀଙ୍କୁ ମଧ୍ୟ ପରିବେଶ ରକ୍ଷା ଦିଗରେ ପ୍ରଭାବିତ କରିଛି। ସମସ୍ତେ ଏକଜୁଟ୍‌ ହୋଇ ତାଙ୍କୁ ସାହାଯ୍ୟ ଏବଂ ସହଯୋଗ କରୁଛନ୍ତି। ଗାଁ ରାସ୍ତାର ଉଭୟ ପାର୍ଶ୍ୱରେ ତାଙ୍କ ବୃକ୍ଷରୋପଣ କାର୍ଯ୍ୟକ୍ରମ ଦେଖି ଅନେକ ଆଶ୍ଚର୍ଯ୍ୟଚକିତ ହେଉଛନ୍ତି। ଜଣେ ଦିବ୍ୟାଙ୍ଗଙ୍କର ଏଭଳି ପଦକ୍ଷେପ ଅନ୍ୟମାନଙ୍କୁ ପ୍ରେରଣା ଯୋଗାଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri