ସବୁଠୁ ତତଲା ସହର ସୋନପୁର

ଭୁବନେଶ୍ୱର, ୧୮ା୪(ବ୍ୟୁରୋ): ସାରା ରାଜ୍ୟରେ ଏବେ ତାତି ଅସମ୍ଭାଳ ହୋଇପଡ଼ିଲାଣି। ଶୁକ୍ରବାର ୭ ସହରରେ ପାରଦ ୪୦ ଡିଗ୍ରୀ ଟପିଥିଲା। ସୋନପୁର ସର୍ବାଧିକ ୪୨.୨ ଡିଗ୍ରୀ ତାପମାତ୍ରା ସହିତ ସବୁଠାରୁ ଉତ୍ତପ୍ତ ସହର ହୋଇଛି। ଅନୁଗୋଳ ଓ ବଲାଙ୍ଗୀର ୪୧.୫, ତାଳଚେର ୪୧.୪, ଟିଟିଲାଗଡ଼ ଓ ବୌଦ୍ଧ ୪୧.୨, ମାଲକାନଗିରି ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ତାପମାତ୍ରା ଏହିଭଳି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ସେପଟେ ଆସନ୍ତା ୨୧ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ଏହି ସମୟରେ ବିଭିନ୍ନ ଜିଲାରେ ଝଡ଼ତୋଫାନ ଓ ବଜ୍ରପାତ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଶନିବାର ଉପକୂଳ ଓଡ଼ିଶା ସମେତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ କନ୍ଧମାଳର କେତେକ ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି। ସେହିଭଳି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଓ ଗଜପତି ଜିଲାରେ ବଜ୍ରପାତ ସମ୍ଭାବନା ରହିଛି। ୧୯ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ ଓ ମୟୂରଭଞ୍ଜ, ୨୦ ତାରିଖରେ ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ଢେଙ୍କାନାଳ ଓ କଟକ ଏବଂ ୨୧ ତାରିଖରେ ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ ଓ ଗଞ୍ଜାମ ଜିଲାରେ ବଜ୍ରପାତ ଆଶଙ୍କା ରହିଛି। ତେଣୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହ ପ୍ରତିଦିନ ଘଣ୍ଟାକୁ ୩୦ରୁ ୪୦ କିମି ବେଗରେ ପବନ ବହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?