ସବୁ ଥଣ୍ଡାଜ୍ୱର କୋଭିଡ-୧୯ ନୁହେଁ, ଡାକ୍ତରଖାନା ନିଜେ ନ ଆସି ୧୦୪କୁ ଫୋନ୍‌ କରନ୍ତୁ: ବାଗ୍‌ଚୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ସବୁ ଥଣ୍ଡାଜ୍ୱର କୋଭିଡ-୧୯ ନୁହେଁ। ଯଦି ଥଣ୍ଡା ଜ୍ୱର ସହ ନିଃଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ହେଉଥାଏ ତେବେ ଯାଇ ୧୦୪କୁ କଲ୍‌ କରନ୍ତୁ। ସେଠାରେ ଉପସ୍ଥିତ କର୍ମଚାରୀଙ୍କୁ ନିଜ ବିଷୟରେ ସମସ୍ତ ତଥ୍ୟ ଦିଅନ୍ତୁ। କଥା ହେବା ମଧ୍ୟରେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ବୋଲି ଜାଣିଲେ ଉକ୍ତ ବ୍ୟକ୍ତିଙ୍କୁ ସ୍ଥାନାନ୍ତର କରାଯିବ। ହେଲେ ଆପଣ ରୋଗୀକୁ ନେଇ ଡାକ୍ତରଖାନା ଆସନ୍ତୁ ନାହିଁ। କେବଳ ନିୟୋଜିତ କର୍ତ୍ତୃପକ୍ଷ ରୋଗୀଙ୍କୁ ଆଣିବେ। କାରଣ ଏପରି କରିବା ଦ୍ୱାରା ଡାକ୍ତରଖାନାରେ ଥିବା ଅନ୍ୟ ରୋଗୀଙ୍କୁ ଏହି ସଂକ୍ରମଣ ହେବାର ସମ୍ଭାବନା ଅଧିକ ରହିବ ବୋଲି ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।

ଏହି ସମୟରେ କୌଣସି ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ। ଏପରି କଲେ କେବଳ ବିପଦ ଟାଣି ଆଣିବେ। ମଦ ପିଇବା ଦ୍ୱାରା କରୋନା ହେବ ନାହିଁ ବୋଲି କୁହାଯାଉଛି। ହେଲେ କରୋନା ମଦ ପିଉଥିବା ଲୋକଙ୍କୁ ଖୋଜୁଛି। ମଦ ଔଷଧ ନୁହେଁ। ସେହିଭଳି ଜଡିବୁଟି ଖାଇ ଏଥିରୁ ରକ୍ଷା ପାଇହେବ ବୋଲି କୁହାଯାଉଛି। ହେଲେ ବାସ୍ତବତା ହେଲା ଏଥିରୁ ମୁକ୍ତି ପାଇବା ଲାଗି କୌଣସି ଔଷଧ ବାହାରିପାହିଁ। କେବଳ ହାତକୁ ପରିଷ୍କାର ରଖିବା, ବାରମ୍ବାର ସାବୁନରେ ହାତ ଧୋଇବା ଆବଶ୍ୟକ। ସଂକ୍ରମଣର ଆଶଙ୍କା ଥିଲେ ସଂଗରୋଧ କରିବା ଉଚିତ। ଏବେ ଡାକ୍ତରଖାନାକୁ ଯିବାର ସମୟ ନୁହେଁ। ଅଯଥାରେ ସ୍ବାସ୍ଥ୍ୟକର୍ମଚାରୀଙ୍କ କାମରେ ବାଧା ସୃଷ୍ଟି କରନ୍ତୁ ନାହିଁ। ସରକାର ସୁରକ୍ଷିତ ଚିକିତ୍ସା ବ୍ୟବସ୍ଥା କରିବା ଲାଗି ପ୍ରୟାସ କରୁଛନ୍ତି ବୋଲି ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

ସାବିତ୍ରୀ ମହିଳା ମହାବିଦ୍ୟାଳୟର ୩୫ ପ୍ରାର୍ଥିନୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲ୍ଲା…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?