Posted inଖେଳ

ସବୁ ପେସାରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ରହିଛି: କୁମ୍ବଲେ

ପଣଜୀ,୯।୮(ପି.ଟି.)- ଆଜିକାଲି ସବୁ ପେସାରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ରହିଛି ବୋଲି ପୂର୍ବତନ ଭାରତୀୟ ଅଧିନାୟକ ତଥା କୋଚ୍‌ ଅନିଲ କୁମ୍ବଲେ କହିଛନ୍ତି। ଏବେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗର ଶିକାର ହୋଇଛନ୍ତି କ୍ରିକେଟ ଆଇକନ ସଚିନ ତେନ୍ଦୁଲକର, ଭିଭିଏସ୍‌ ଲକ୍ଷ୍ମଣ, ସୌରଭ ଗାଙ୍ଗୁଲି ଓ ରାହୁଲ ଡ୍ରାଭିଡ୍‌। ଏ ନେଇ ଏହି ପୂର୍ବତନ କ୍ରିକେଟରଙ୍କ ନିକଟକୁ ନୋଟିସ ପଠାଯାଇଛି। ଜୀବନର ପ୍ରତ୍ୟେକ ପାହାଚରେ ଏଭଳି ସ୍ଥିତି ଆସିଥାଏ। ଜଣେ ବ୍ୟକ୍ତି ଏହାକୁ କିପରି ଡିଲ୍‌ କରିଥାଏ ତାହା ବଡ଼ କଥା। ଏଭଳି ଅଭିଯୋଗ କିଛି ପରିମାଣରେ ଦୁର୍ଭାଗ୍ୟଜନକ ପରିସ୍ଥିତି ସୃଷ୍ଟି କରିଛି। ଭାରତରେ ମାତ୍ର ୩୦୦ ଟେଷ୍ଟ କ୍ରିକେଟର ରହିଛନ୍ତି। ସେମାନଙ୍କ ମଧ୍ୟରୁ ୫୦ ପ୍ରତିଶତ ଜୀବିତ ଅଛନ୍ତି ବୋଲି କୁମ୍ବଲେ କହିଛନ୍ତି। ତେଣୁ ଏହି କ୍ରିକେଟରମାନେ କ୍ରିକେଟ ପାଇଁ କିଛି କରିପାରିବେ। ଯଦି ଏମାନଙ୍କ୍‌ୁ ଏଥିରୁ ରୋକାଯାଏ ତାହେଲେ କ୍ରିକେଟ ପରିଚାଳନା ପାଇଁ ଆଉ ଅନ୍ୟମାନଙ୍କୁ କାର୍ଯ୍ୟରେ ଲଗାଯିବା ଆବଶ୍ୟକ ବୋଲି ସେ କହିଛନ୍ତି। ପ୍ରତ୍ୟେକ କ୍ରିକେଟର ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଭଳି ପରିସ୍ଥିତିର ସମ୍ମୁଖୀନ ହୋଇଥାନ୍ତି। କାରଣ ଅଳ୍ପ କେତେଜଣ କ୍ରିକେଟର କ୍ରିକେଟ ପାଇଁ କିଛି କରିବାର କ୍ଷମତା ରଖିଥାନ୍ତି। ଫଳରେ ଜଣେ କ୍ରିକେଟର ଏକାଧିକ ଦାୟିତ୍ୱ ତୁଲାଇଥାନ୍ତି। କାରଣ ଅଳ୍ପ କେତେଜଣ କ୍ରିକେଟର ଦେଶ ପାଇଁ ଖେଳିଥାନ୍ତି ବୋଲି ଏଠାରେ ଏକ ପ୍ରମୋଶନାଲ ଇଭେଣ୍ଟରେ ଯୋଗଦେଇ କୁମ୍ବଲେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ନେଇ ନିଜର ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri