ସବୁ ବଡ଼ ସହରରେ ସୁରକ୍ଷା କଡ଼ାକଡି: ଡିଜିପି

କଟକ ଅଫିସ,୧-୧:୨୦୨୦ରେ ଓଡ଼ିିଶା ପୋଲିସ ଲୋକଙ୍କ ସହ ବନ୍ଧୁତ୍ୱ ସହକାରେ ନିଜ କାର୍ଯ୍ୟ କରିବ। ବିଶେଷକରି ନୂତନ ବର୍ଷରେ ପୋଲିସ ପକ୍ଷରୁ ଟେକ୍ନୋଲୋଜି ଓ ମହିଳା ଫ୍ରେଣ୍ଡ୍‌ଲି ଉପରେ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ଡିଜିପି ଅଭୟ ମଙ୍ଗଳବାର ପୋଲିସ ମୁଖ୍ୟାଳୟରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଅଭୟ ଓଡିଶାବାସୀଙ୍କୁ ନୂତନ ବର୍ଷର ଅଭିନନ୍ଦନ ଜଣାଇବା ସହ ୨୦୨୦ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି, ନିରାପତ୍ତା ଓ ସମୃଦ୍ଧିର ବର୍ଷ ହେଉ ବୋଲି ଶୁଭକାମନା କରିଥିଲେ। ଓଡ଼ିିଶାବାସୀ ପୋଲିସକୁ ସହଯୋଗ କରିଥିବାରୁ ଏହି ଅବସରରେ ସେ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ। ପୂର୍ବ ବର୍ଷ ଭଳି ୨୦୨୦ରେ ମଧ୍ୟ ରାଜ୍ୟ ସରକାରଙ୍କ ୫-ଟି ଏବଂ ମୋ’ ସରକାର କାର୍ଯ୍ୟକ୍ରମକୁ ସଫଳ କରିବା ଲାଗି ପୋଲିସ ପ୍ରତିବଦ୍ଧ ବୋଲି ସେ କହିଥିଲେ। ନୂତନ ବର୍ଷ ପାଳନ ଅବସରରେ ଆଇନଶୃଙ୍ଖଳାକୁ ଆଖିରେ ରଖି ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଓ ଟ୍ରାଫିକ ବ୍ୟବସ୍ଥା କଡ଼ାକଡ଼ିି କରାଯାଇଛି। ମୁଖ୍ୟତଃ ନୂତନ ବର୍ଷରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ଲାଗି ପୁରୀରେ ପ୍ରବଳ ଭିଡ଼ ହୋଇଥାଏ। ଏଥିପାଇଁ ପୁରୀରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସଶସ୍ତ୍ର ବାହିନୀ ସହ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ସେହିପରି ଭୁବନେଶ୍ୱର, କଟକ, ରାଉରକେଲା, ସମ୍ବଲପୁର, ବାଲେଶ୍ୱର ଓ ବ୍ରହ୍ମପୁର ଭଳି ବଡ ବଡ ସହରରେ ସୁରକ୍ଷା ବ୍ୟବସ୍ଥା ପ୍ରତି ବିଶେଷ ଧ୍ୟାନ ଦିଆଯାଇଥିବା ଡିଜିପି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ରାଜନୈତିକ ଓଲଟପାଲଟ! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…

ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

Ramayan ର ୭୮ଟି ଏପିସୋଡ୍‌ରୁ ଦୂରଦର୍ଶନ କମାଇଥିଲା ୩୧,୨୦,୦୦,୦୦୦ କୋଟି ଟଙ୍କା! ଜାଣନ୍ତୁ ଗୋଟିଏ ଦିନର କେତେ ଥିଲା ବଜେଟ୍‌…

ନୂଆଦିଲ୍ଲୀ,୪।୮: ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ‘ରାମାୟଣ’ ଆଜି ବି ଲୋକଙ୍କ ହୃଦୟରେ ରାଜ୍ କରୁଛି। ଏପରି ସ୍ଥିତିରେ ଆସନ୍ତୁ ଏହା ସହ ଜଡ଼ିତ କିଛି ଖାସ୍…

LPG ସବସିଡି ଚେକ୍‌ କରିବାକୁ ଯାଇଥିଲେ ବ୍ୟାଙ୍କ, ଖାତାରେ ଏତେ କୋଟି ଦେଖି ଉଡିଗଲା ହୋସ୍‌!

ନୂଆଦିଲ୍ଲୀ,୪।୮: ଯଦି ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହଠାତ୍‌ ୧୦୦ କୋଟି ଟଙ୍କା ଆସିଯାଏ, ତେବେ ବୋଧହୁଏ ଆପଣ ନିଜ ଆଖିକୁ ବିଶ୍ୱାସ କରିପାରିବେ ନାହିଁ। ପଶ୍ଚିମବଙ୍ଗର ଜଣେ…

ସ୍ବର୍ଣ୍ଣ ପଦକ ହାତଛଡ଼ା ହେବାର ବଡ଼ କାରଣ କହିଲେ ଏହି ଆଥଲେଟ୍‌

ନୂଆଦିଲ୍ଲୀ,୪ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ା ବ୍ରୋଞ୍ଜ ପଦକଧାରୀ ସେଲଭା ପ୍ରଭୁଙ୍କ ମତରେ ଫୁଡ୍‌ ପଏଜନିଂ କାରଣରୁ ସେ ଗ୍ଲାସଗୋରେ ସ୍ବର୍ଣ୍ଣ ପଦକ ହାତଛଡ଼ା କରିଛନ୍ତି। ସେଲଭା ପୁରୁଷ ଟ୍ରିପଲ…

ଇସ୍ତଫା ଦେଲେ ୨ ବିଧାୟକ: ରାଗିଗଲେ ମୁଖ୍ୟମନ୍ତ୍ରୀ, ସିଧା କହିଦେଲେ…

ନୂଆଦିଲ୍ଲୀ,୪।୮: କର୍ନାଟକରେ ଡିକେ ଶିବକୁମାରଙ୍କ ସରକାରର କ୍ୟାବିନେଟ୍ ସମ୍ପ୍ରସାରଣ ହୋଇଛି। ମୋଟ ୨୦ ଜଣ ମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। କଂଗ୍ରେସ ସରକାର କ୍ୟାବିନେଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri