ସଭରେନ ବଣ୍ଡ ସମ୍ପର୍କରେ ସରକାରଙ୍କ ସହ ଆଲୋଚନା ହେବ: ଶକ୍ତିକାନ୍ତ

ନୂଆଦିଲ୍ଲୀ,୯-୭: କେନ୍ଦ୍ର ସରକାର ସଭରେନ ବଣ୍ଡ ମାଧ୍ୟମରେ ବିଦେଶରୁ ଋଣ କରିବେ। ଏଥିଲାଗି ସରକାରଙ୍କ ସହିତ ଆଲୋଚନା କରାଯିବ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ସୋମବାର ପ୍ରକାଶ କରିଛନ୍ତି। ବଜେଟ ପରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ସହ ପାରମ୍ପରିକ ବୈଠକ ପରେ ଶକ୍ତିକାନ୍ତ କହିଛନ୍ତି ଯେ, ବଜାରରେ ଯଥେଷ୍ଟ ନଗଦ ରହିଛି ଏବଂ ବଜେଟରେ ଏନ୍‌୍‌ବିଏଫ୍‌ସି ସେକ୍ଟର ଲାଗି ଯଥେଷ୍ଟ ବ୍ୟବସ୍ଥା କରାଯାଇଛି। ସେ କହିଛନ୍ତି ଯେ, ଏନ୍‌ବିଏଫ୍‌ସିଙ୍କ କାର୍ଯ୍ୟକଳାପ ଉପରେ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ନଜର ରଖାଯାଉଛି। ପୁଞ୍ଜିକରଣ ଲାଗି ବ୍ୟାଙ୍କଗୁଡ଼ିକୁ ୭୦ହଜାର କୋଟି ଟଙ୍କା ପ୍ରଦାନ କରାଯିବ ବୋଲି ବଜେଟରେ ବ୍ୟବସ୍ଥା କରାଯାଇଥିବାରୁ ଏହା ଏକ ସକାରାମତ୍କ ପଦକ୍ଷେପ କୁହାଯାଇପାରେ ବୋଲି ଶକ୍ତିକାନ୍ତ କହିଛନ୍ତି। ଗ୍ରାହକଙ୍କ ନିକଟରେ ସୁଧ ହାର ପହଞ୍ଚାଇବା ଲାଗି ଅତିକମ୍‌ରେ ୬ ମାସ ସମୟ ଲାଗିଥାଏ ବୋଲି ସେ କହିଛନ୍ତି। ବଜେଟରେ ପେଟ୍ରୋଲ ଓ ଡିଜେଲ ଉପରେ ଟିକସ ବୃଦ୍ଧି ସତ୍ତ୍ୱେ ସାମଗ୍ରୀ ଦର ସାମାନ୍ୟ ବଢ଼ିଛି ବୋଲି ଉଲ୍ଲେଖ କରି ସେ କହିଛନ୍ତି ଯେ, ଏହାର ପ୍ରଭାବ ମୁଦ୍ରାସ୍ଫୀତି ଉପରେ ଏବେ ପଡ଼ିଥିବା ଭଳି ମନେ ହେଉନାହିଁ। ସେ କହିଛନ୍ତି ଯେ, ମୁଦ୍ରା ନୀତି ସମୀକ୍ଷା କମିଟିର ପରବର୍ତ୍ତୀ ବୈଠକ ଅଗଷ୍ଟ ପ୍ରଥମ ସପ୍ତାହରେ ବସିବ। ସେ ପର୍ଯ୍ୟନ୍ତ ଆର୍‌ବିଆଇର ଆଭ୍ୟନ୍ତରୀଣ ଦଳ ତୈଳ ଦର ବୃଦ୍ଧି ଯୋଗୁ ମୁଦ୍ରାସ୍ଫୀତି ଉପରେ ପଡୁଥିବା ପ୍ରଭାବର ବିଶ୍ଲେଷଣ ଜାରି ରଖିବେ ବୋଲି ଗଭର୍ନର ଦାସ କହିଛନ୍ତି।
ଘରୋଇ ବ୍ୟାଙ୍କ ସିଇଓଙ୍କୁ ଭେଟିବେ ଆର୍‌ବିଆଇ ଗଭର୍ନର
ଚଳିତ ମାସ ଶେଷାର୍ଦ୍ଧରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ଘରୋଇ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ମାନଙ୍କୁ ଭେଟିବେ। ଜୁଲାଇ ୨୫ କିମ୍ବା ୨୬ରେ ଏହି ବୈଠକ ଅନୁଷ୍ଠିତ ହେବ ବୋଲି ଜଣାପଡିଛି। ଅଣବ୍ୟାଙ୍କିଙ୍ଗ ଆର୍ଥିକ ସଂସ୍ଥାକୁ ନଗଦ ପ୍ରଦାନ, ଗ୍ରାହକଙ୍କୁ ସୁଧ ହାର ଫାଇଦା ପ୍ରଦାନ,ଏନ୍‌ପିଏ ଏବଂ ରିଏଲିଟି ସେକ୍ଟର ନେଇ ସେ ସିଇଓଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡିଛି। ଏନ୍‌ପିଏ ସମସ୍ୟାକୁ ଦୃଷ୍ଟିରେ ରଖି ଘରୋଇ ବ୍ୟାଙ୍କଗୁଡ଼ିକ ଅଧିକ ମାତ୍ରାରେ ଋଣ ଦେଉ ନ ଥିବାରୁ ବଜାରରେ ନଗଦ ସଙ୍କଟ ସୃଷ୍ଟି ହେବାର ଆଉ ଏକ କାରଣ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତା ହୋଇଗଲା ସୁନା-ରୂପା ଦାମ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୧୩।୪: ସୁନା ଏବଂ ରୂପାର ମୂଲ୍ୟରେ ସୋମବାର ଦିନ ରେକର୍ଡ ହ୍ରାସ କରାଯାଇଛି। ଫ୍ୟୁଚର୍ସ ବଜାରରେ, ଉଭୟ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ପାଇଛି । ମଲ୍ଟି…

Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା

ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ…

ଜୁଏଲେରି ବ୍ୟବସାୟ ସବୁଠୁ ନିରାପଦ: ସଞ୍ଜୀବ ହଂସ

ପ୍ରାୟ ୩୦ ବର୍ଷ ପୂର୍ବେ ପ୍ରତିଷ୍ଠିତ ‘ଶୁଭଲାଭ ଜୁଏଲର୍ସ’ ଓଡ଼ିଶାର ଏକ ପ୍ରମୁଖ ଜୁଏଲେରି ବ୍ରାଣ୍ଡ୍‌ ଭାବରେ ପରିଚିତ। ଏକ ଛୋଟ ଦୋକାନରୁ ଆରମ୍ଭ ହୋଇଥିବା ଏହି…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri