Posted inଜାତୀୟ

ସଭର୍‌କରଙ୍କ ବିରୋଧୀ ଆଣ୍ଡାମାନ ଜେଲ୍‌ରେ ୨ ଦିନ କାଟନ୍ତୁ: ରାଉତ

ମୁମ୍ବାଇ,୧୮।୧(ପି.ଟି.): ହିନ୍ଦୁତ୍ୱ ବିଚାରଧାରା ସମ୍ପନ୍ନ ଭି.ଡି. ସଭର୍‌କରଙ୍କୁ ଭାରତରତ୍ନ ପ୍ରଦାନ କରିବା ଲାଗି ଶିବସେନା ନେତା ସଞ୍ଜୟ ରାଉତ ଦାବି କରିଛନ୍ତି। ଏହାକୁ ବିରୋଧ କରୁଥିବା ଲୋକେ ସଭର୍‌କର ରହିଥିବା ଆଣ୍ଡାମାନ ସେଲୁଲାର୍‌ ଜେଲରେ ୨ ଦିନ କାଟନ୍ତୁ ବୋଲି ସେ ପ୍ରକାଶ କରିଛନ୍ତି। ପ୍ରକାଶଥାଉ କି, ସଭର୍‌କରଙ୍କୁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତରତ୍ନ ଦେବାକୁ କଂଗ୍ରେସ ବିରୋଧ କରିଆସୁଛି। ମହାରାଷ୍ଟ୍ରରେ କଂଗ୍ରେସ, ଏନ୍‌ସିପି ସହ ଶିବସେନା ମେଣ୍ଟ ସରକାର ଗଠନ କରିଥିବାବେଳେ ସଭର୍‌କର ପ୍ରସଙ୍ଗ ଅଡ଼ୁଆ ବଢ଼ାଇଛି। ୨୦୧୯ ଡିସେମ୍ବରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ‘ରେପ୍‌ ଇନ୍‌ ଇଣ୍ଡିଆ’ ମନ୍ତବ୍ୟ ଦେଇ ବିବାଦ ଘେରକୁ ଆସିଥିବାବେଳେ ଭୁଲ୍‌ ମାଗିବାର ପ୍ରଶ୍ନ ଉଠିନି କହି ‘ମୋ ନାମ ରାହୁଲ ଗାନ୍ଧୀ, ରାହୁଲ ସଭର୍‌କର ନୁହେଁ’ ବୋଲି ମନ୍ତବ୍ୟ ଦେଇଥିଲେ। ଏବେ ରାଉତଙ୍କ ମନ୍ତବ୍ୟ ପରେ ଶିବସେନା ନେତା ତଥା ମନ୍ତ୍ରୀ ଆଦିତ୍ୟ ଠାକ୍‌ରେ ମୁହଁ ଖୋଲିଛନ୍ତି। ମେଣ୍ଟ ସରକାର ଲୋକଙ୍କ ସେବାକରିବା ଲାଗି ଆସିଛି ଓ ଅନେକ ରତ୍ନ ଦେଶରେ ଅଛନ୍ତି। ହେଲେ କାହାକୁ ଏହି ସମ୍ମାନ ପ୍ରଦାନ କରାଯିବ ତାହା କେନ୍ଦ୍ରର ଭାଜପା ସରକାର ସ୍ଥିରକରିବ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri