ସଭ୍ୟ ସଂଗ୍ରହ ଅଭିଯାନକୁ ନବୀନଙ୍କ ଗୁରୁତ୍ୱ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ସଭ୍ୟ ସଂଗ୍ରହ କାର୍ଯ୍ୟକୁ ଅଧିକ ତ୍ୱରାନ୍ବିତ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁଯାୟୀ ସଭ୍ୟ ସଂଗ୍ରହ କାର୍ଯ୍ୟ ଜାରି ରହିଛି। ସଭ୍ୟ ସଂଗ୍ରହ ସମୟରେ ଯୁବବର୍ଗ ଏବଂ ମହିଳାଙ୍କ ମଧ୍ୟରୁ ଅଧିକ ସକ୍ରିୟ ସଦସ୍ୟ କରିବା ଉପରେ ଦଳ ଗୁରୁତ୍ୱ ଦେଉଛି। ଦଳୀୟ କାର୍ଯ୍ୟାଳୟରେ ଶୁକ୍ରବାର ଆୟୋଜିତ ବିଜେଡି ଜିଲା ସଭାପତି ଓ ପର୍ଯ୍ୟବେକ୍ଷକମାନଙ୍କ ବୈଠକରେ ଏ ସମ୍ପର୍କରେ ଆଲୋଚନା ହୋଇଥିବା ଜଣାପଡିଛି।
ଅକ୍ଟୋବର ୨ ତଥା ଗାନ୍ଧୀ ଜୟନ୍ତୀରୁ ବିଜେଡି ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା ଆୟୋଜନ କରାଯାଉଛି। ଏହା ଜୟପ୍ରକାଶଙ୍କ ଜୟନ୍ତୀ ତଥା ଅକ୍ଟୋବର ୧୧ ଯାଏ ଚାଲିବ ବୋଲି ପୂର୍ବରୁ ସ୍ଥିର କରାଯାଇଥିଲା। ହେଲେ କେତେଜଣ ଜିଲା ସଭାପତି ଏବଂ ପର୍ଯ୍ୟବେକ୍ଷକ ଏହାର ଅବଧି ବୃଦ୍ଧି ପାଇଁ ପ୍ରସ୍ତାବ ରଖିଛନ୍ତି। କେତେଜଣଙ୍କ କହିବାନୁଯାୟୀ ଚଳିତ ବର୍ଷ ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମ ସହ ସଭ୍ୟ ସଂଗ୍ରହ ମଧ୍ୟ ଜାରି ରହିଛି। ତେଣୁ ଜନସମ୍ପର୍କ ଯାତ୍ରାରେ ନିର୍ବାଚନମଣ୍ଡଳୀର ସମସ୍ତ ଅଞ୍ଚଳକୁ ଧ୍ୟାନ ଦିଆଯାଇପାରିବ ନାହିଁ। ହେଲେ ଏହାର ଅବଧି ବୃଦ୍ଧି ହେଲେ ସଭ୍ୟ ସଂଗ୍ରହ ସହ ଜନସମ୍ପର୍କ ପଦଯାତ୍ରା ସୁରୁଖୁରରେ ହୋଇପାରିବ। ପୌରାଞ୍ଚଳର ସମସ୍ତ ୱାର୍ଡ ଗ୍ରାମାଞ୍ଚଳର ପ୍ରତି ଜିଲାପରିଷଦ ଜୋନ୍‌ ଅଧୀନରେ ଆସୁଥିବା ୨ ପଞ୍ଚାୟତରେ ଏହି କାର୍ଯ୍ୟକ୍ରମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ବୈଠକ ସମ୍ପର୍କରେ ରାଜ୍ୟ ସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି ଯେ, ସଭାପତି ସଭ୍ୟ ସଂଗ୍ରହ ଉପରେ ଗୁରୁତ୍ୱ ଦେଇଛନ୍ତି। ପୁରାତନ ସଭ୍ୟଙ୍କ ପୁନଃ ପଞ୍ଜୀକରଣ ସହ ନୂଆ ସଦସ୍ୟଙ୍କ ଯୋଗଦାନ ଦଳର କଳେବର ବୃଦ୍ଧି କରିବ। ସେହିପରି ଜନସମ୍ପର୍କ ପଦଯାତ୍ରା ଜରିଆରେ ଯେପରି ପ୍ରତିଟି ପରିବାର ପାଖରେ ପହଞ୍ଚିହେବ, ସେନେଇ ଆଲୋଚନା କରାଯାଇଥିଲା ବୋଲି ପ୍ରସନ୍ନ କହିଛନ୍ତି। ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହୋଇଥିବା ବୈଠକରେ ଜିଲା ସଭାପତି ଏବଂ ପର୍ଯ୍ୟବେକ୍ଷକମାନେ ସାଙ୍ଗଠନିକ କାର୍ଯ୍ୟ ସମ୍ପର୍କରେ ମତ ରଖିଥିଲେ। ସଭାପତିଙ୍କ ଯୋଗଦାନ ପୂର୍ବରୁ ବୈଠକରେ ଅନ୍ୟାନ୍ୟ ପ୍ରସଙ୍ଗରେ ମଧ୍ୟ ଆଲୋଚନା କରାଯାଇଥିଲା।
ବିଜେପୁର ଦାୟିତ୍ୱ ପ୍ରଦାନ କରାଯାଇଥିବା ନେତା ଓ ସଙ୍ଗଠକମାନେ ଯେପରି ନିଷ୍ଠାର ସହ କାର୍ଯ୍ୟ କରିବେ, ତା’ ଉପରେ ଗୁରୁତ୍ୱ ଦିଆଯାଇଛି। ବିଜେପୁର ଉପନିର୍ବାଚନ ବିଗୁଲ୍‌ ବାଜି ସାରିଛି। ହେଲେ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହଁି। ତେଣୁ କେବେ ପ୍ରାର୍ଥୀ ଘୋଷଣା ହେବ ସେ ନେଇ ଗଣମାଧ୍ୟମ ପ୍ରତିନିଧି ପ୍ରଶ୍ନ କରିଥିଲେ। ହେଲେ ବିଜେଡିର କୌଣସି ନେତା ଏ ସମ୍ପର୍କରେ କିଛି କହି ନ ଥିଲେ। ପୂର୍ବରୁ ସ୍ଥିରୀକୃତ ଚଳିତ ମାସ ୩୦ରେ ହିଁ ବିଜେଡି ପ୍ରାର୍ଥୀ ନାମାଙ୍କନ କରିବେ ବୋଲି ଜଣାପଡିଛି।
ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ପ୍ରଣବ ପ୍ରକାଶ ଦାସ, ପ୍ରତାପଦେବ, ଦେବୀ ପ୍ରସାଦ ମିଶ୍ର, ଅମର ଶତପଥୀ, ପ୍ରମିଳା ମଲିକ, ଚନ୍ଦ୍ରସାରଥି ବେହେରା, ମନ୍ତ୍ରୀ ପଦ୍ମନାଭ ବେହେରା, ପୂର୍ବତନ ବିଧାୟକ ମହେଶ୍ୱର ମହାନ୍ତି, ସଞ୍ଜୟ ଦାସବର୍ମା, ଲାଲବିହାରୀ ହିମିରିକା, ଦେବାଶିଷ ସାମନ୍ତରାୟ, ରାଜ୍ୟ ସଭା ସଦସ୍ୟ ଅମର ପଟ୍ଟନାୟକ, ଯୁବ ନେତା ବିଜୟ ନାୟକ ଏବଂ ଯୁବ ସଭାପତି ଅମରେଶ ପତ୍ରୀ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri