ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ସମୀକ୍ଷା: ଜିଲାକୁ ଶିକ୍ଷାରେ ଅଗ୍ରଣୀ କରିବାକୁ ଆହ୍ବାନ

ଢେଙ୍କାନାଳ ଅଫିସ, ୩୧।୭-ଢେଙ୍କାନାଳ ସମଗ୍ର ଶିକ୍ଷା କାର୍ଯ୍ୟାଳୟ ସଭାଗୃହରେ ସୋମବାର ଶିକ୍ଷା ବ୍ୟବସ୍ଥା ସମ୍ପର୍କିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରି ଜିଲାକୁ ଶିକ୍ଷାରେ ଅଗ୍ରଣୀ କରିବାକୁ ଆହ୍ବାନ ଦେଇଥିଲେ।
ସମସ୍ତ ସ୍କୁଲର ଶିକ୍ଷା ବ୍ୟବସ୍ଥା, ଭିତ୍ତିଭୂମି ଏବଂ ଆବଶ୍ୟକ ଆନୁଷଙ୍ଗିକ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହା ଜିଲା ପ୍ରଶାସନର ହସ୍ତଗତ ହୋଇଛି। ଉକ୍ତ ନିର୍ଦ୍ଦେଶନାମାକୁ ଠିକ୍‌ଭାବେ ଅନୁପାଳନ କରିବାକୁ ସମସ୍ତ ବ୍ଲକର ବିଡିଓ, ସରପଞ୍ଚମାନଙ୍କୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ସାଥ୍‌-ଇ କର୍ମକର୍ତ୍ତା, ବିଇଓଙ୍କୁ ନେଇ ଅନ୍‌ଲାଇନ ମାଧ୍ୟମରେ ସ୍କୁଲଗୁଡ଼ିକର ମନିଟରିଂ କରାଯାଉଛି। ଏହି କାର୍ଯ୍ୟକୁ ଅଧିକ କ୍ରିୟାଶୀଳ କରିବାକୁ ଆଲୋଚନା କରାଯାଇଥିଲା। ଏଥିସହ ସ୍କୁଲରେ ଆୟୋଜିତ ପରୀକ୍ଷାର ମାନବୃଦ୍ଧି, ପୋଷାକ ବିତରଣରେ ସ୍ବଚ୍ଛତା, ସ୍କୁଲ ମିଶ୍ରଣ କାର୍ଯ୍ୟକ୍ରମ ସମ୍ପର୍କରେ ମଧ୍ୟ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଛି।
ଜିଲା ଶିକ୍ଷା ଅଧିକାରୀ ସୁଧାନନ୍ଦ ପରିଡ଼ା ସମଗ୍ର ଶିକ୍ଷା ଯୋଜନା ଆନୁକୂଲ୍ୟରେ ହାତକୁ ନିଆଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଜିଲାପାଳଙ୍କୁ ଅବଗତ କରାଇଥିଲେ। ପ୍ରତି ମାସରେ ଶିକ୍ଷାର ମାନବୃଦ୍ଧି ପାଇଁ ସମୀକ୍ଷା ବୈଠକ ଆୟୋଜିତ ହେଉଛି। ଏଥିରେ ବ୍ୟକ୍ତିଗତ ଭାବେ ଉପସ୍ଥିତ ରହି ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ଆବଶ୍ୟକ ପ୍ରସଙ୍ଗ ଉପରେ ଆଲୋଚନା କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଡିଇଓ ପରାମର୍ଶ ଦେଇଛନ୍ତି। କାର୍ଯ୍ୟକ୍ରମରେ ବିଭିନ୍ନ ବ୍ଲକର ବିଇଓଙ୍କ ସମେତ ସମଗ୍ର ଶିକ୍ଷା ଅଭିଯାନର କର୍ମକର୍ତ୍ତାମାନେ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri