ସମବାୟ ସମିତି ସଭାପତିଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ଦାବି: ଏସ୍‌ପିଙ୍କୁ ଭେଟିଲେ ପରିବାରବର୍ଗ, ଗ୍ରାମବାସୀ

ସୋନପୁର,୧୭।୧୦(ନି.ପ୍ର.): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଖଣ୍ଡହତା ସେବା ସମବାୟ ସମିତି ସଭାପତି ପ୍ରଦୀପ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ୨୮ ଦିନ ବିତିଲାଣି । ପ୍ରଦୀପଙ୍କ ଭାଇ ଅଜିତଙ୍କ ଲିଖିତ ଅଭିଯୋଗ କ୍ରମେ ସୁବଳୟା ପୋଲିସ ଏକ ହତ୍ୟା ଘଟଣା ରୁଜୁ କରିଛି । କିନ୍ତୁ ମୃତ୍ୟୁର ରହସ୍ୟ ଉନ୍ମୋଚନ ହୋଇ ନ ଥିବାରୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି । ଗୁରୁବାର ପ୍ରଦୀପଙ୍କ ସ୍ତ୍ରୀ ଜୟଶ୍ରୀ ଦେହୁରୀ, ପରିବାର ବର୍ଗ ଓ ଗ୍ରାମବାସୀ ଏସ୍‌ପି ଦେବୀପ୍ରସାଦ ଦାଶଙ୍କୁ ଭେଟିଥିଲେ। ପ୍ରଦୀପଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଛି। ଏହି ଘଟଣାରେ ଜଣେ କ୍ରସର ମାଲିକ ଓ ଔଷଧ ଦୋକାନୀଙ୍କ ସମେତ ମୋଟ ୮ ଜଣ ସମ୍ପୃକ୍ତ ଥିବା ଜୟଶ୍ରୀ ଏସ୍‌ପିଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ହତ୍ୟାକରୀଙ୍କୁ ଶୀଘ୍ର ଗିରଫ କରିବା ପାଇଁ ସେ ଅନୁରୋଧ କରିଥିଲେ। ଏହି ମାମଲାର ଅନୁସନ୍ଧାନ ଜାରି ରହିଛି, ଠିକଣା ସମୟରେ ପଦକ୍ଷେପ ନିଆଯିବ ବୋଲି ଏସ୍‌ପି ଦାଶ ପ୍ରତିଶୃତି ଦେଇଥିଲେ ।
ପ୍ରକାଶ ଯେ, ଗତ ୧୯ ତାରିଖ ରାତି ପ୍ରାୟ ୯ଟାରୁ ୧୦ଟା ମଧ୍ୟରେ ପ୍ରଦୀପ ଖଣ୍ଡହତାସ୍ଥିତ ନିଜ ଔଷଧ ଦୋକାନ ବନ୍ଦ କରି ପ୍ରାୟ ୫ କିଲୋମିଟର ଦୂରରେ ଥିବା ନିଜ ଘର ପୁଇପାଣିକୁ ଫେରୁଥିଲେ। ହେଲେ ଦୀର୍ଘ ସମୟ ଧରି ପ୍ରଦୀପ ଘରକୁ ନ ଫେରିବାରୁ ଘର ଲୋକେ ଖୋଜାଖୋଜି କରିଥିଲେ । ଘରଠାରୁ ପ୍ରାୟ ଅଧା କିଲୋମିଟର ଦୂର ରାସ୍ତାର ବୁଦୁଲିଖମନଠାରେ ତାଙ୍କର ବାଇକ ସହିତ ରକ୍ତାକ୍ତ ଅବସ୍ଥାରେ ପଡିଥିଲେ । ତାଙ୍କ କାନ, ନାକ ଓ ଆଖିରୁ ରକ୍ତ ବାହାରିବା ସହିତ ଦେହରେ ଅନେକ ସ୍ଥାନରେ ଦାଗ ଚିହ୍ନ ରହିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରା ଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରିବାର ଲୋକେ ପାରିପାର୍ଶ୍ୱିକ ସ୍ଥିତିକୁ ଦେଖି ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri