ସମର୍ଥ ଯୋଜନାରେ ୪ ଲକ୍ଷ ଲୋକଙ୍କୁ ମିଳିବ ପ୍ରଶିକ୍ଷଣ;ଓଡ଼ିଶା ସମେତ ୧୮ ରାଜ୍ୟ ସହ ବୟନ ଶିଳ୍ପ ମନ୍ତ୍ରଣାଳୟର ଚୁକ୍ତି

ନୂଆଦିଲ୍ଲୀ,୧୫-୮: ବୟନଶିଳ୍ପ କ୍ଷେତ୍ରରେ ଯୁବତୀଯୁବକଙ୍କୁ ଦକ୍ଷ କରିବା ଲାଗି କେନ୍ଦ୍ର ବୟନଶିଳ୍ପ ମନ୍ତ୍ରଣାଳୟ ପକ୍ଷରୁ ଏକ ‘ସମର୍ଥ ଯୋଜନା’ ହାତକୁ ନିଆଯାଇଛି। ଏହି ଯୋଜନା ଅଧୀନରେ ଦେଶର ୪ ଲକ୍ଷ ଯୁବତୀଯୁବତୀଙ୍କ ଦକ୍ଷତା ବୃଦ୍ଧି ପାଇଁ ସେମାନଙ୍କୁ ପ୍ରଶିକ୍ଷଣ ଦିଆଯିବ। ଏଥିପାଇଁ ଓଡ଼ିଶା ସମେତ ୧୮ ରାଜ୍ୟ ସହ କେନ୍ଦ୍ର ସରକାର ଚୁକ୍ତି ସ୍ବାକ୍ଷର କରିଛନ୍ତି। କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀଙ୍କ ଉପସ୍ଥିତିରେ ବୁଧବାର ଏହି ଚୁକ୍ତି ସ୍ବାକ୍ଷର ହୋଇଛି। ବୟନଶିଳ୍ପ କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକଙ୍କୁ କୁଶଳ କାରିଗର ଭାବେ ଗଢ଼ିତୋଳିବା ଏହି ଯୋଜନାର ଲକ୍ଷ୍ୟ ବୋଲି କୁହାଯାଉଛି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଇରାନୀ କହିଛନ୍ତି ଯେ, ରାଜ୍ୟ ସରକାରଗୁଡ଼ିକର ପ୍ରତିନିଧି ଏଠାରେ ଉପସ୍ଥିତ ହୋଇ ନିଜର ତତ୍ପରତା ଦର୍ଶାଇଛନ୍ତି। କେନ୍ଦ୍ର ସରକାର ସମେତ ସମସ୍ତ ୧୮ ରାଜ୍ୟ ସରକାର ଗୋଟିଏ ଛାତ ତଳେ ରହି ୪ ଲକ୍ଷ ଲୋକଙ୍କୁ ଦକ୍ଷ କରିବା ଲାଗି ସଙ୍କଳ୍ପ ନେଇଛନ୍ତି। ତାଙ୍କ ମତରେ ଏହା ଦେଶର ଇତିହାସରେ ଅବ୍ୟାବଧି ନିଆଯାଇଥିବା ସବୁଠୁ ବଡ଼ ପଦକ୍ଷେପ। ସ୍ବାକ୍ଷର କରିଥିବା ରାଜ୍ୟଗୁଡ଼ିକ ହେଲେ ଓଡ଼ିଶା, ଅରୁଣାଚଳ ପ୍ରଦେଶ, ଜମ୍ମୁ-କଶ୍ମୀର, କେରଳ, ମିଜୋରାମ, ତାମିଲନାଡୁ, ତେଲେଙ୍ଗାନା, ଉତ୍ତର ପ୍ରଦେଶ, ଆନ୍ଧ୍ରପ୍ରଦେଶ, ଆସାମ, ମଧ୍ୟପ୍ରଦେଶ,ତ୍ରିପୁରା, କର୍ନାଟକ, ମଣିପୁର,ହରିୟାଣା, ମେଘାଳୟ, ଝାଡ଼ଖଣ୍ଡ ଓ ଉତ୍ତରାଖଣ୍ଡ। ବୟନଶିଳ୍ପ କ୍ଷେତ୍ରରେ ଜଡିତ ଶ୍ରମିକଙ୍କୁ ବସ୍ତ୍ର ନିର୍ମାଣ, ବୁଣା ହୋଇଥିବା ବସ୍ତ୍ର, ଧାତୁ ହସ୍ତକଳା, ହସ୍ତତନ୍ତ, ହସ୍ତକଳା ଓ କାର୍ପେଟ ଆଦି ନିର୍ମାଣ କୌଶଳ ସମ୍ପର୍କରେ ପ୍ରଶିକ୍ଷଣ ଦିଆଯିବ। ଜୀବନଧାରଣ ପାଇଁ କାର୍ଯ୍ୟରତ ଶ୍ରମିକଙ୍କୁ ଦକ୍ଷ କରିବା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୋର୍‌ ଦେଉଥିବା ଇରାନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri