ସମଲେଇ ମନ୍ଦିରରେ ଗମ୍ଭୀରା ଦର୍ଶନ ବନ୍ଦ

ସମ୍ବଲପୁର,୧୭।୩ (ବ୍ୟୁରୋ)
ସମ୍ବଲପୁର ସମଲେଇ ମନ୍ଦିରର ଗମ୍ଭୀରା ଦର୍ଶନ ମାର୍ଚ୍ଚ ୩୧ ତାରିଖ ଯାଏ ବନ୍ଦ କରି ଦିଆଯାଇଛି। ତେବେ ଶ୍ରଦ୍ଧାଳୁମାନେ ଗମ୍ଭୀରା ବାହାରେ ରହି ମା’ଙ୍କ ଦର୍ଶନ କରିପାରିବେ। କରୋନା ମୁକାବିଲା ପାଇଁ ସୋମବାର ସକାଳେ ମନ୍ଦିର ଟ୍ରଷ୍ଟ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି। ସୋମବାର ଟ୍ରଷ୍ଟ ସଭାପତି ସଞ୍ଜୟ ବାବୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକର ନିଷ୍ପତ୍ତି ଅନୁଯାୟୀ ଶ୍ରଦ୍ଧାଳୁମାନେ ମା’ଙ୍କ ଦର୍ଶନ କରିବାକୁ ୧ମିଟର ବ୍ୟବଧାନରେ ଲାଇନରେ ଛିଡା ହେବେ। ଏଥିପୂର୍ବରୁ ମନ୍ଦିର ପରିସରରେ ହୋଇଥିବା ବ୍ୟବସ୍ଥା ଅନୁଯାୟୀ ସାବୁନରେ ହାତଧୋଇ ଭିତରକୁ ପ୍ରବେଶ କରିବେ। ମନ୍ଦିରରେ ଭିଡ ନ କରି ଶୀଘ୍ର ଦର୍ଶନ ସାରି ଫେରିବେ। ଭୋଗପରେ ମଧ୍ୟ ପ୍ରସାଦ ସେବନ ସମୟରେ ବ୍ୟବଧାନ ରଖି ବସିବେ। ଶ୍ରଦ୍ଧାଳୁମାନଙ୍କୁ କରୋନାର ସଚେତନ ବାର୍ତ୍ତା ଦିଆଯିବ। ପ୍ଳାଷ୍ଟିକ ଓ ବାଉଁଶ ତିଆରି ଡାଲାରେ ପ୍ରସାଦ ନେବା ଉପରେ କଟକଣା କରାଯାଇଛି। ଭକ୍ତମାନେ କାଗଜ ଠୁଙ୍ଗାରେ ଶୁଖିଲା ଭୋଗ ନେଇ ପାରିବେ । ମନ୍ଦିର କୌଣସି କାର୍ଯ୍ୟକ୍ରମ କରାଯିବ ନାହିଁ । ପୂଜକମାନେ ମଧ୍ୟ ସଚେତନ ରହିବେ। ଆବଶ୍ୟକ ପଡିଲେ ମାକ୍ସ ବ୍ୟବହାର କରିବେ ବୋଲି ନିଷ୍ପତ୍ତି ହୋଇଛି । ଏହି ବୈଠକରେ ପୁଜକ ଓ ଟ୍ରଷ୍ଟ ସଭ୍ୟ ଉପସ୍ଥିତ ରହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ବାଇକ୍ ଦୁର୍ଘଟଣାରେ ଯୁବକ ରକ୍ତ ଜୁଡ଼ୁବୁଡ଼ୁ: ମିଳିଲାନି ଆମ୍ବୁଲାନ୍ସ, ମୋବାଇଲ ଟର୍ଚ୍ଚ ଆଲୁଅରେ ହେଲା ଷ୍ଟିଚ୍!

ଥୁଆମୂଳ ରାମପୁର, ୩୦।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପଏଣ୍ଟ (ନାଏକପଡ଼ା) ଛକ ନିକଟରେ ଶନିବାର ମଧ୍ୟାହ୍ନ ପ୍ରାୟ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri