ସମସ୍ୟାରେ ସିମୁଳିଆ ଉପଡାକ କାର୍ଯ୍ୟାଳୟ :୭ ଦିନ ମଧ୍ୟରେ ପ୍ରତିକାର ପାଇଁ ପ୍ରତିଶ୍ରୁତି

ସିମୁଳିଆ, ୨୨।୬(ଡି.ଏନ.ଏ.)-ସରକାର ଡାକସେବା ଗୁରୁତ୍ୱ ଦେଇ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି ା ତେବେ ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ଷ୍ଟେଶନ ବଜାରରେ ଥିବା ମୁଖ୍ୟ ଉପଡାକଘରେ ବର୍ଷ ବର୍ଷ ଧରି ବିଭିନ୍ନ ସମସ୍ୟା ଲାଗିରହିଛି। ଏହାର ପ୍ରତିବାଦ କରି ସିମୁଳିଆ ଅଞ୍ଚଳର ଗଣମାଧ୍ୟମ ପ୍ରତିନିଧିମାନେ ବିଭାଗୀୟଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଶୁକ୍ରବାର ଅପରାହ୍ନରେ ଭଦ୍ରକ ମୁଖ୍ୟ ଡାକ କାର୍ଯ୍ୟାଳୟର ସହକାରୀ ସୁପରିଣ୍ଟେଣ୍ଡେଣ୍ଟ ବିଜୟ କୁମାର ମହାନ୍ତି ଓ ଅନ୍ୟାନ୍ୟ ଅଧିକାରୀ ପହଞ୍ଚି ଆସନ୍ତା ୭ଦିନ ମଧ୍ୟରେ ସ୍ଥାୟୀ ପୋଷ୍ଟମାଷ୍ଟର ନିଯୁକ୍ତି ସମେତ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ।
ଭଦ୍ରକ ଜିଲାର ମୁଖ୍ୟ ଡାକଘର ଅଧୀନରେ ସିମୁଳିଆ ଉପଡାକ କାର୍ଯ୍ୟାଳୟ ରହିଛି। ଏହି ଉପଡାକ କାର୍ଯ୍ୟାଳୟ ଅଧୀନରେ ସିମୁଳିଆ ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳରେ ବିଭିନ୍ନ ୧୦ଟି ଶାଖା ଡାକଘର ରହିଛି ା ତେବେ ପ୍ରତ୍ୟହ ମଧ୍ୟାହ୍ନ ପରେ ଉପଭୋକ୍ତାମାନଙ୍କୁ କୌଣସି ଡାକସେବା ଯୋଗାଇ ଦିଆ ନ ଯିବା ସହିତ ବିଭିନ୍ନ ଏଜେଣ୍ଟଙ୍କ ଦ୍ୱାରା ଏହି ଶାଖା ପରିଚାଳିତ ହେବା, ଡାକ କାର୍ଯ୍ୟାଳୟ ପରିସରରେ ବିଭାଗୀୟ ଅଧିକାରୀଙ୍କ ଫୋନ ନମ୍ବର ନ ରହିବା, କମ୍ପ୍ଲେନ ରେଜିଷ୍ଟର, କମ୍ପ୍ଲେନ ବାକ୍ସ ଆଦି ନ ରହିବା ସମ୍ପର୍କରେ ବର୍ଷ ବର୍ଷ ଧରି ଅଭିଯୋଗ ହୋଇଆସୁଥିଲା ା ତେବେ ଏ ସମ୍ପର୍କରେ ସ୍ଥାନୀୟ ପୋଷ୍ଟ ମାଷ୍ଟର ସେକ ମୀର ଅବଦୁଲଙ୍କୁ ପଚାରିବାରୁ ସେ ଟେମ୍ପରାରି ଡ୍ୟୁଟିରେ ଅଛନ୍ତି ା ତେବେ ତାଙ୍କ ପୂର୍ବରୁ କୌଣସି କମ୍ପ୍ଲେନ ରେଜିଷ୍ଟର ନ ଥିବା କହିବା ସହିତ ଅନ୍ୟ କୌଣସି ସୂଚନା ଦେଇପାରିବେ ନାହିଁ ବୋଲି କହିଥିଲେ। ବିଭିନ୍ନ ସମସ୍ୟା ସମ୍ପର୍କରେ ଗଣମାଧ୍ୟମ ପକ୍ଷରୁ ଉପରିସ୍ଥ ଅଧିକାରୀଙ୍କୁ ଯୋଗାଯୋଗ କରିବା ପରେ ସହକାରୀ ସୁପରିଣ୍ଟେଣ୍ଡେଣ୍ଟ ବିଜୟ କୁମାର ମହାନ୍ତି ଆସନ୍ତା ୭ଦିନ ମଧ୍ୟରେ ବିଭିନ୍ନ ସମସ୍ୟାର ସମାଧାନ କରାଯିବାର ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri