ସମସ୍ୟା ଘେରରେ ଶିଶୁ ଓ୍ବାର୍ଡ

କେନ୍ଦୁଝର, ୮ା୯ (ସ୍ବ.ପ୍ର.)- ଶିଶୁଙ୍କୁ ଉନ୍ନତ ଚିକିତ୍ସା, ସୁବିଧା ଯୋଗାଇ ଦେବା ଲାଗି କେନ୍ଦୁଝର ଜିଲା ମୁଖ୍ୟ ଚିକତ୍ସାଳୟରେ ଥିବା ୩୦ ଶଯ୍ୟା ବିଶିଷ୍ଟ ଶିଶୁ ଓ୍ବାର୍ଡରେ ବିଭିନ୍ନ ଅବ୍ୟବସ୍ଥା ଲାଗି ରହିଛି। କେତେବେଳେ ପିଇବା ପାଣି ସମସ୍ୟା ତ ଆଉ କେତେବେଳେ ଶଯ୍ୟା ଅଭାବରୁ ନବଜାତ ଶିଶୁକୁ ଧରି ପ୍ରସୂତିମାନେ ତଳେ ଶୋଉଛନ୍ତି। ବାରମ୍ବାର ଦାବି ସତ୍ତ୍ୱେ ଭିତ୍ତିଭୂମିର ସୁଧାର ଅଣାଯାଉ ନାହିଁ ା ଏଥିସହ ଚକିତ୍ସା କାର୍ଯ୍ୟରେ ଅବହେଳା ନେଇ ସବୁବେଳେ ଏହି ଓ୍ବାର୍ଡ ଚର୍ଚ୍ଚାରେ ରହି ଆସୁଛି ା
ଶନିବାର ସକାଳେ ଶିଶୁ ଓ୍ବାର୍ଡରେ କେହିି ଡାକ୍ତର ନ ଥିବାରୁ ଶିଶୁ ରୋଗୀଙ୍କୁ ଧରି ଆସିଥିବା ସମ୍ପର୍କୀୟ ଓ ଅଭିଭାବକ ହଇରାଣ ହୋଇ ଅସନ୍ତୋଷ ବ୍ୟକ୍ତ କରିଥିଲେ ା ରାତି ଡ୍ୟୁଟିରେ ଥିବା ଡାକ୍ତର ଓ୍ବାର୍ଡ ଛାଡି ଚାଲି ଯାଇଥିବା ବେଳେ ସକାଳେ ଯୋଗଦେବାକୁ ଥିବା ଡାକ୍ତର ପହଞ୍ଚି ନ ଥିଲେ। ଉପଯୁକ୍ତ ତଦାରଖ ଅଭାବ ଯୋଗୁ ଶିଶୁ ଓ୍ବାର୍ଡରେ ବାରମ୍ବାର ଏଭଳି ସମସ୍ୟା ସୃଷ୍ଟି ହେଉଥିବା ଅଭିଯୋଗ ହେଉଛି। ଉପସ୍ଥିତ ଥିବା ନର୍ସମାନଙ୍କୁ ପଚାରିଲେ ଡାକ୍ତର କେଉଁଠି ଅଛନ୍ତି ଏବଂ କିଏ ଡ୍ୟୁଟିରେ ଅଛନ୍ତି, କହିପାରି ନ ଥିଲେ ବୋଲି ଜଣେ ରୋଗୀଙ୍କ ସମ୍ପର୍କୀୟ ଅଜୟ କୁମାର ପଣ୍ଡା ଅଭିଯୋଗ କରିଛନ୍ତି। ଅନେକ ସମୟରେ ଡାକ୍ତରଙ୍କ ଅନୁପସ୍ଥିତି ଶଯ୍ୟା ଅଭାବ ଚିନ୍ତା ବଢାଉଛ। ଏନେଇ ସିଡିଏମଓ ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ଫୋନ କରାଯାଇଥିଲେ ମଧ୍ୟ ତାଙ୍କ ପ୍ରତିକ୍ରିୟା ମିଳିପାରି ନାହି ା


Enter your email to get our daily news in your inbox.

All Right Reserved By Dharitri.Com

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri