ସମସ୍ୟା ଥିଲେ ସମାଧାନ କର: ଜିଲାପାଳ

ଢେଙ୍କାନାଳ ଅଫିସ, ୨୨।୧୨ – ଢେଙ୍କାନାଳ ସମଗ୍ର ଶିକ୍ଷା କାର୍ଯ୍ୟାଳୟ ସଭାଗୃହରେ ଶନିବାର ଜିଲାସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରିଥିଲେ। ଜିଲାର କେତେକ ସ୍କୁଲରେ ସମସ୍ୟା ଲାଗି ରହିଛି। ସମ୍ପୃକ୍ତ ବ୍ଲକର ବିଇଓମାନେ ବ୍ୟକ୍ତିଗତ ଭାବେ ଉପସ୍ଥିତ ରହି ଏହାର ସମାଧାନ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ସାଥ୍‌-ଇ ଟିମ୍‌ ସର୍ବେକ୍ଷଣରେ ଢେଙ୍କାନାଳ ଜିଲା ୬ମାସ ଧରି ୧ନଂ. ସ୍ଥାନରେ ରହିଥିଲା। ଅକ୍ଟୋବର ଓ ନଭେମ୍ବରରେ ଜିଲା ଦ୍ୱିତୀୟ ସ୍ଥାନକୁ ଖସିଆସିଛି। ମିଳିତ ପ୍ରୟାସ ମାଧ୍ୟମରେ ଜିଲାକୁ ପୂର୍ବସ୍ଥିତିକୁ ଫେରାଇ ଆଣିବା ଦିଗରେ ଉଦ୍ୟମ କରିବାକୁ ଜିଲାପାଳ ଆହ୍ବାନ ଦେଇଥିଲେ। ବ୍ଲକୱାରି ସମୀକ୍ଷା କରି ମାପକରେ ଉନ୍ନତି ଆଣିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ନଭେମ୍ବରରେ ହାରାହାରି ସଫଳତାଭିତ୍ତିରେ ଓଡ଼ାପଡ଼ା ବ୍ଲକ ଜିଲାରେ ପ୍ରଥମ ଏବଂ ରାଜ୍ୟରେ ୨୦ତମ ସ୍ଥାନରେ ରହିଛି। ଆସନ୍ତା ମାସରୁ ପ୍ରଥମ ସ୍ଥାନରେ ରହୁଥିବା ୩ ବ୍ଲକକୁ ପ୍ରଶଂସାପତ୍ର ଦିଆଯିବ। ଶେଷସ୍ଥାନରେ ରହିଥିବା ୩ବ୍ଲକକୁ କାରଣ ଦର୍ଶାଅ ନୋଟିସ ଜାରି କରାଯିବ। କାର୍ଯ୍ୟକ୍ରମ ଅଧୀନରେ ବିଦ୍ୟାଳୟରେ ୧୦୦% ବିଦ୍ୟୁତ୍‌ ସଂଯୋଗ, ଶୌଚାଳୟରେ ପରିଚ୍ଛନ୍ନତା ରକ୍ଷା, ଆଧାର ପଞ୍ଜୀକରଣ, ଉପସ୍ଥାନ ବୃଦ୍ଧି ଦିଗରେ ଯଥାବିଧି ଦୃଷ୍ଟି ଦେବାକୁ ମଣ୍ଡଳ ଶିକ୍ଷାଧିକାରୀ, ଗୋଷ୍ଠୀ ଶିକ୍ଷା ସଂଯୋଜକଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ବିଦ୍ୟାଳୟର ଦୈନିକ ତଥ୍ୟ ମୋବାଇଲ ମାଧ୍ୟମରେ ପ୍ରଦାନ ନେଇ ପ୍ରଧାନ ଶିକ୍ଷକଙ୍କୁ ତାଲିମ ପ୍ରଦାନ କରାଯାଇଥିଲା।
ବୈଠକରେ ଜିଲା ଶିକ୍ଷାଧିକାରୀ ସୁଧାନନ୍ଦ ପରିଡ଼ା, ଜିଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ସଚ୍ଚିଦାନନ୍ଦ ମିଶ୍ର, ସାଥ୍‌-ଇ ଟିମ୍‌ ପକ୍ଷରୁ ତେଜସ୍ବିନୀ ପାଣିଗ୍ରାହୀ, ସମସ୍ତ ମଣ୍ଡଳ ଶିକ୍ଷାଧିକାରୀ, ଗୋଷ୍ଠୀ ଶିକ୍ଷା ସଂଯୋଜକ, ବ୍ଲକ ଯୋଜନା ସଂଯୋଜକ, ସମଗ୍ର ଶିକ୍ଷାର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri