ସମାଜ ଗଠନରେ ଗଣମାଧ୍ୟମ ଭୂମିକା ଗୁରୁତ୍ୱପୂର୍ଣ୍ଣ

ବାଲୁଗଁ।, ୧ା୧୨(ଡି.ଏନ୍‌.ଏ.)

ଏକ ଆଦର୍ଶ ଓ ପରିବର୍ତ୍ତନଶୀଳ ସମାଜ ଗଠନରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ। ସାମ୍ବାଦିକଙ୍କ ସତ୍ୟ, ନିରପେକ୍ଷ ଏବଂ ନିର୍ଭୀକ ଲେଖନୀ ଚାଳନା ଦ୍ୱାରା ଏକ ଅନ୍ଧାରୀ ମୂଲକ ନିଶ୍ଚିତ ରୂପେ ଆଲୋକିତ ହୋଇପାରିବ। ବାଲୁଗଁାରେ ଶନିବାର ଆୟୋଜିତ ରାଷ୍ଟ୍ରୀୟ ଓ ଅନ୍ତଃରାଷ୍ଟ୍ରୀୟ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟଅତିଥି ଭାବେ ସୂଚନା, ଲୋକସମ୍ପର୍କ ଓ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗଦେଇ ଏହା କହିଛନ୍ତି।
ଚିଲିକାକୁ ବିଶ୍ୱ ପର୍ଯ୍ୟଟନ କ୍ଷେତ୍ର ମାନ୍ୟତା ଦେବା ଉଦ୍ଦେଶ୍ୟ ନେଇ ଭାରତୀୟ ମିଡିଆ ଜର୍ନାଲିଷ୍ଟ ୟୁନିୟନ, ଓଡ଼ିଶା ମିଡିଆ ଜର୍ନାଲିଷ୍ଟ ଆସୋସିଏଶନ ଓ ଚିଲିକା ପ୍ରେସ୍‌ କ୍ଲବ୍‌ର ମିଳିତ ଆନୁକୂଲ୍ୟରେ ଦୁଇଦିନିଆ ସାମ୍ବାଦିକ ସମ୍ମିଳନୀ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ପୂର୍ବାହ୍ନରେ ଚିଲିକା ପ୍ରେସ୍‌ କ୍ଲବ ସଭାପତି ପ୍ରକାଶ କୁମାର ପ୍ରଧାନଙ୍କ ପୌରୋହିତ୍ୟରେ ପ୍ରଥମେ ମା’ଭଗବତୀଙ୍କ ସ୍ମୃତିଚାରଣ କରାଯାଇ ମଞ୍ଚପୂଜା ସହ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। ଏହି ଅବସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥିଭାବେ ମନ୍ତ୍ରୀ ଦାସ ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତାଭାବେ ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ, ସମ୍ମାନିତ ଅତିଥିଭାବେ ପୂର୍ବତନ ମନ୍ତ୍ରୀ ଦେବେନ୍ଦ୍ରନାଥ ମାନସିଂହ ପ୍ରମୁଖ ଯୋଗଦେଇଥିଲେ। ଚିଲିକା ବିଧାୟକ ଜଗଦ୍ଦେବ କହିଥିଲେ ଯେ ବିଶ୍ୱ ଦରବାରରେ ଚିଲିକା ସ୍ଥାନିତ ହେଲେ ଏହି ଅଞ୍ଚଳର ଉନ୍ନତି ହେବା ସହ ଏଠାକୁ ବହୁ ସଂଖ୍ୟାରେ ଦେଶବିଦେଶରୁ ପର୍ଯ୍ୟଟକଙ୍କ ଆଗମନ ହୋଇପାରିବ। ଏଥିପାଇଁ ଚିଲିକା ପର୍ଯ୍ୟଟନ ଭିତ୍ତିଭୂମି ବିକାଶର ଆବଶ୍ୟକତା ରହିବା ସହ ସାମ୍ବାଦିକଙ୍କ ପ୍ରମୁଖ ଭୂମିକା ରହିଛି। ଭାରତୀୟ ମିଡିଆ ଜର୍ନାଲିଷ୍ଟ ୟୁନିୟନର ସଭାପତି ବାଲା ଭାସ୍କର, ରାଜ୍ୟ ମିଡ଼ିଆ ଜର୍ନାଲିଷ୍ଟ ଆସୋସିଏଶନର ସାଧାରଣ ସମ୍ପାଦକ ତ୍ରିଲୋଚନ ବିଶ୍ୱାଳ, ରାଜ୍ୟ ସଂଯୋଜକ ବନମାଳୀ ସାହୁ, ଚିଲିକା ପ୍ରେସ୍‌ କ୍ଲବର ଉପଦେଷ୍ଟା ନୃସିଂହ ମିଶ୍ର, ଆର୍ତ୍ତତ୍ରାଣ ଜାଲ, ଉପ-ସଭାପତି ହିମାଳୟ ଶତପଥୀ ଓ ଚିଲିକା ବ୍ଲବ ଉପାଧ୍ୟକ୍ଷ ଉତ୍ପତ୍ଳ ପାଇକରାୟ ପ୍ରମୁଖ ଯୋଗଦେଇଥିଲେ। ସ୍ଥାନୀୟ ଅଞ୍ଚଳର ବିଭିନ୍ନ ପ୍ରତିଭାସମ୍ପନ୍ନ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହା ସହିତ ନାଟ୍ୟ ବିଭୂଷଣ ଉପାଧି ଭାବେ ଅଶୋକ କୁମାର ଜେନା ଓ ନାଟ୍ୟ ଭୂଷଣ ଉପାଧି ଭାବେ ମହେଶ୍ୱର ଜେନାଙ୍କୁ ସମ୍ମାନିତ କରାଯାଇଥିଲା। ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମେତ ଉତ୍କଳ କରାଟେ ସ୍କୁଲ ପକ୍ଷରୁ ଦୁଃସାହସିକ କ୍ରୀଡା କୌଶଳ ପ୍ରଦର୍ଶନ କରାଯାଇଥିଲା। ବିଭିନ୍ନ ରାଜ୍ୟ ଏବଂ ଅନ୍ତର୍ଦେଶୀୟ ସ୍ତରରୁ ପ୍ରାୟ ୮୦ରୁ ଊର୍ଦ୍ଧ୍ୱ ଗଣମାଧ୍ୟମ ପ୍ରତିନିଧି ଏହି ସମ୍ମିଳନୀରେ ଯୋଗଦେଇଛନ୍ତ। ରବିବାର ଅନୁରୂପ ଭାବେ ବଡ଼କୂଳ ପାନ୍ଥନିବାସଠାରେ ସମ୍ମିଳନୀ କରାଯାଇ ରାତ୍ରିରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଉଦ୍‌ଯାପିତ ହେବ। ଚିଲିକା ପ୍ରେସ୍‌ କ୍ଲବର ସମସ୍ତ ପ୍ରତିନିଧି ବୃନ୍ଦ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…

ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା…

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri