ସମାଜ ସଂସ୍କାରରେ ବରିଷ୍ଠ ନାଗରିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଅମରପାଲି, ୨୦।୧(ଡି.ଏନ.ଏ.) ସଂପ୍ରତି ସମାଜ ସଙ୍କୁଚିତ ହେବାରେ ଲାଗିଛି। ପରିବାରର ସଜ୍ଞା ଆମ ପରିବାର ନୁହେଁ, ମୋ ପରିବାରରେ ସୀମିତି ରହୁଛି। ବରିଷ୍ଠ ନାଗରିକଙ୍କୁ ପରିବାରର ବୋଝ ବୋଲି କୁହାଯାଉଛି। ଅନେକ ବରିଷ୍ଠ ନାଗରିକ ଏବେ ଅବହେଳିତ। ମାତ୍ର ମନେରଖିବା ଉଚିତ ସମାଜରେ ସଂସ୍କାର ଓ ପଥପ୍ରଦର୍ଶନ ପାଇଁ ବରିଷ୍ଠ ନାଗରିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ । ଶନିବାର ବୀରମହାରାଜପୁରରେ ଅନୁଷ୍ଠିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଓ ବରିଷ୍ଠ ନାଗରିକ ସଂଗଠନର ବାର୍ଷିକ ଉତ୍ସବରେ ମଞ୍ଚାସୀନ ଅତିଥିମାନେ ଏହି ମତ ରଖିଛନ୍ତି । ବୀରମହାରାଜପୁର ବରିଷ୍ଠ ନାଗରିକ ସଂଗଠନ ସଭାପତି ଭଗବାନ ମିଶ୍ରଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ ପଶ୍ଚିମ ଓଡିଶା ବରିଷ୍ଠ ନାଗରିକ ମହାସଂଘର ସଭାପତି ପ୍ରଫେସର ଟହୁଲୁ ସାହୁ ମୁଖ୍ୟଅତିଥି, ରେଆରର ସଭାପତି ଗୌରିଶ୍ୟାମ ପଣ୍ଡା ମୁଖ୍ୟବକ୍ତା ଏବଂ ବୀରମହାରାଜପୁର ଉପଖଣ୍ଡୀୟ ପୋଲିସ ଅଧିକାରୀ ଧିରୋଜ ଚୌପଦାର ସମ୍ମାନୀତ ଅତିଥି ଭାବେ ମଞ୍ଚାସୀନ ଥିଲେ। ସ୍ଥାନୀୟ ଶିଶୁ ବିଦ୍ୟାମନ୍ଦିରର ଛାତ୍ରୀମାନଙ୍କ ଦ୍ୱାରା ସ୍ବାଗତ ସଂଗୀତ ପରିବେଷଣ କରାଯାଇଥିଲା। କୃଷ୍ଣଚନ୍ଦ୍ର ପାଢ଼ୀ ଅତିଥି ପରିଚୟ ଓ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ସ୍ଥାନୀୟ ବରିଷ୍ଠ ନାଗରିକ ସଂଗଠନର ସମ୍ପାଦକ ସନ୍ତୋଷ ଷଡଙ୍ଗୀ ବିବରଣୀ ପାଠ କରିଥିଲେ । କାର୍ଯ୍ୟକ୍ରମକୁ ସୌମିତ୍ରୀ ମେହେର ସଂଯୋଜନା କରିଥିବା ବେଳେ ଧନୁ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଗୋବିନ୍ଦ ଚନ୍ଦ୍ର ପଣ୍ଡାଙ୍କୁ ସଂଗଠନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ପୂର୍ବରୁ ହୋଇଥିବା ବିଭିନ୍ନ ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇଥିବା ୧୨ ଜଣ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ୬୦ ଜଣ ବରିଷ୍ଠ ନାଗରିକଙ୍କୁ ପରିଚୟ ପତ୍ର ପ୍ରଦାନ କରି ସଂଗଠନର ସାମିଲ କରାଯାଇଥିଲା। ପ୍ରାରମ୍ଭରେ ପୂଜାର୍ଚ୍ଚନା ପରେ ଶ୍ରୀନ୍ନିବାସ ନାୟକଙ୍କ ଦ୍ୱାରା ରାମାୟଣ ପାଠ କରାଯାଇଥିଲା। ଅଞ୍ଚଳର ଶତାଧିକ ବରିଷ୍ଠ ନାଗରିକ ଓ ଅବସରପ୍ରାପ୍ତ ସରକାରୀ କର୍ମଚାରୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି କୋଟିଆରେ ଉପସ୍ଥିତି ଜାହିର କଲା ଆନ୍ଧ୍ର: ପଛଘୁଞ୍ଚା ନଦେଇ ଅନୁପ୍ରବେଶ କଲେ ଅଧିକାରୀ

ପଟ୍ଟାଙ୍ଗି, ୩।୬ (ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନରେ ଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପୁଣିଥରେ ପଡୋଶୀ ଆନ୍ଧ୍ର ପ୍ରଦେଶର ପଦାଧିକାରୀମାନେ…

ବିଜେଡି ଛାଡ଼ିଲେ ପୂର୍ବତନ କର୍ପୋରେଟର, ନବୀନଙ୍କୁ ଇସ୍ତଫାପତ୍ର ପଠାଇ କହିଲେ…

କଟକ,୩ା୬: ଜଣଙ୍କ ପରେ ଜଣେ ନେତା ବିଜେଡିର ହାତ ଛାଡୁଛନ୍ତି। ଦେବାଶିଷଙ୍କ ପରେ ଏବେ ବିଜେଡି ଛାଡ଼ିଛନ୍ତି କଟକର ପୂର୍ବତନ କର୍ପୋରେଟର ରଞ୍ଜନ ବିଶ୍ୱାଳ। ସେ ତାଙ୍କର…

ଦିଅର ମାଡ଼ରେ ଚାଲିଗଲା ଭାଉଜଙ୍କ ଜୀବନ: ପାରିବାରିକ କଳହ ସାଜିଲା କାଳ

ଧର୍ମଶାଳା, ୩।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ସାରୋଇ ଗ୍ରାମରେ ଦିଅର ମାଡ଼ରେ ତାଙ୍କ ଭାଉଜଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ପାରିବାରିକ…

ବିଡିଓଙ୍କୁ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ, ଏହି ସବୁ ଅଭିଯୋଗ ଆସିବା ପରେ କାର୍ଯ୍ୟାନୁଷ୍ଠାନ

ବାରିପଦା,୩।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ନିର୍ବାଚନମଣ୍ଡଳୀର ସହକାରୀ ନିର୍ବାଚନ ପଞ୍ଜିକରଣ ଅଧିକାରୀ (ଏଇଆରଓ) ତଥା ବଡ଼ସାହି ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡ଼ିଓ) ସ୍ମୃତିମୟୀ ବନଜା…

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ଆସିଲା ସାଂଘାତିକ ତଥ୍ୟ: କଲ୍‌ କରି ଆମ୍ବୁଲାନ୍ସ ଫେରାଇ ଦେଇଥିଲେ ଜଣେ ବ୍ୟକ୍ତି

ଭୁବନେଶ୍ୱର,୩ା୬: ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ ସାମ୍ନାକୁ ଆସିଛି ଏକ ସାଂଘାତିକ ତଥ୍ୟ। ମେ’ ୭ରେ ଅଡ଼ଶପୁର ମେଡିକାଲର ଆମ୍ବୁଲାନ୍ସକୁ ଜଣେ ବ୍ୟକ୍ତି କଲ୍‌…

ହଜିଯାଉଛି ‘ବୋଉ’ ଶବ୍ଦ: ଆନ୍ତରିକତାକୁ ପୁନର୍ଜୀବିତ କରିବାକୁ ପ୍ରୟାସ

ଭଞ୍ଜନଗର,୩।୬(ବାବୁଲା ପ୍ରଧାନ):ଆଧୁନିକ ଜୀବନଧାରା ପ୍ରବାହରେ ବୋଉ ଶବ୍ଦଟି କ୍ରମଶଃ ହଜିବାରେ ଲାଗିଛି। ଏହି ପଛରେ ଥିବା ଆତ୍ମୀୟ ପରମ୍ପରା ଓ ସମର୍ପିତ ଆନ୍ତରିକତାକୁ ପୁନର୍ଜୀବିତ ଉଦ୍ଦେଶ୍ୟରେ ଲୋହରାଖଣ୍ଡି…

ସୌମ୍ୟ ମୃତ୍ୟୁ ମାମଲା: ଯୁବତୀ ଓ ଆମ୍ବୁଲାନ୍ସ ଡ୍ରାଇଭର NHRCରେ ହାଜର

ଭୁବନେଶ୍ୱର,୩।୬: ବାଲିଅନ୍ତାରେ ଘଟିଥିବା ଚର୍ଚ୍ଚିତ ବର୍ବରତା ଘଟଣାକୁ ନେଇ ନୂଆ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ଘଟଣାରେ ଅଭିଯୋଗ କରିଥିବା ଯୁବତୀ ଏବଂ ଘଟଣା ସମୟରେ ଫେରିଯାଇଥିବା…

ସାଙ୍ଗକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ସାଙ୍ଗ: ଆଉ ତା’ପରେ…

ରାଜନଗର,୩।୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ରାଜନଗର-ଭିତରକନିକା ମୁଖ୍ୟ ରାସ୍ତାର ଜରିମୂଳ ଛକରେ ମଙ୍ଗଳବାର ବିଳମ୍ବିତ ରାତିରେ ନିଜ ଗାଁର ସାଙ୍ଗକୁ ସାଙ୍ଗ ପଛପଟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri