ସମାବେଶୀ, ସ୍ଥାୟୀ ଅଭିବୃଦ୍ଧି ଲାଗି ସରକାର ବଦ୍ଧପରିକର: ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୦-୭: କେନ୍ଦ୍ର ସରକାର ସମାବେଶୀ, ସମଗ୍ର ତଥା ସ୍ଥାୟୀ ଅଭିବୃଦ୍ଧି ଲାଗି ବଦ୍ଧପରିକର ଏବଂ ୨୦୨୪ ସୁଦ୍ଧା ଦେଶର ଅର୍ଥନୀତିକୁ ୫ ଲକ୍ଷ କୋଟି ଡଲାରରେ ପହଞ୍ଚାଇବା ଲକ୍ଷ୍ୟରେ ଆଗେଇ ଚାଲିଛି ବୋଲି କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏଠାରେ ଆୟୋଜିତ ଏନର୍ଜି ହରିଜନ, ୨୦୧୯ ସମ୍ମିଳନୀରେ ଉଦ୍‌ବୋଧନ ଦେଇ ସେ କହିଛନ୍ତି ଯେ, ଭାରତ ବିଶ୍ୱ ଶକ୍ତି ପରିବର୍ତ୍ତନ ପ୍ରକ୍ରିୟାକୁ ଆପଣାଇଛି ଏବଂ ବ୍ରିଟେନକୁ ପଛକୁ ପକାଇ ୫ମ ବୃହତ ଅର୍ଥନୀତି ଆଡକୁ ଅଗ୍ରସର ହେଉଛି। ଭାରତ ଏବଂ ବିଶ୍ୱ ପାଇଁ ନବୀକରଣୀୟ ଶକ୍ତି ଅତ୍ୟନ୍ତ ଶସ୍ତା ଏବଂ ଏହା ଶକ୍ତି ଚାହିଦାକୁ ମେଣ୍ଟାଇପାରିବ। ପ୍ରଧାନ କହିଛନ୍ତି ଯେ, ଦେଶ ପାଇଁ ଇଲେକ୍ଟ୍ରିକ ଗାଡ଼ି ଏବେ ପ୍ରାଥମିକତା ହୋଇଛି। ସମସ୍ତ ପ୍ରକାର ସ୍ବଚ୍ଛ ଇନ୍ଧନ ସହ ପରିବହନ କ୍ଷେତ୍ରରେ ସମସ୍ତ ପ୍ରକାର ସମାଧାନ ଭାରତ ଆବଶ୍ୟକ କରୁଛି। ଦେଶରେ ଇଲେକ୍ଟ୍ରିକ ଗାଡ଼ିର ବିକାଶ ଏବଂ ସ୍ବଚ୍ଛ ପରିବହନ ସୃଷ୍ଟି ହେବ ଏବଂ ଏଥିପାଇଁ ରୋଡମ୍ୟାପ୍‌ ପ୍ରସ୍ତୁତ ହେଉଛି। କ୍ଲାଉଡ ଟେକ୍ନୋଲୋଜି, ରୋବୋଟିକ୍‌ ଅଟୋମେଶନ, ବ୍ଲକ୍‌ ଚେନ୍‌ ଭଳି ବାଧା ଉତ୍ପନ୍ନକାରୀ ଡିଜିଟାଲ ଟେକ୍ନୋଲୋଜି ଆସିଥିବା ବେଳେ ଭାରତୀୟ କମ୍ପାନୀଗୁଡ଼ିକ ନିଜକୁ ଏହାସହ ଖାପ୍‌ଖୁଆଇବାକୁ ହେବ। ଏଭଳି ବାଧାକାରକ ଉଦ୍‌ଭାବନ ସହ ତାଳ ଦେବା ଲାଗି ପ୍ରତ୍ୟେକ ଦେଶ ଓ କମ୍ପାନୀ ନିଜର କାର୍ଯ୍ୟବଳ ପ୍ରସ୍ତୁତ କରିବାକୁ ସେ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri