ସମୀକ୍ଷା କଲେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ

ପଟ୍ଟାଙ୍ଗୀ,୭।୯(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ପଡୋଶୀ ଆନ୍ଧ୍ର ସୀମା କୁ ଲାଗି ରହିଥିବା କୋଟିଆ ପଞ୍ଚାୟତକୁ ମଙ୍ଗଳବାର ଉପଜିଲ୍ଲାପାଳ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ ଅଚାନକ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଉପଜିଲାପାଳ ରୂପେ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ଥିଲା ତାଙ୍କର ପ୍ରଥମ କୋଟିଅ ଗସ୍ତ। ବିଭିନ୍ନ କାର୍ଯ୍ୟ ତଦାରଖ ଓ ସମୀକ୍ଷା ବେଳେ ମନ୍ଥର ଗତିରେ ଚାଲୁଥିବା କିଛି କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ସେ ଉପସ୍ଥିତ ଗୋଷ୍ଠୀ ବିଡିଓ ସୌମ୍ୟ ସାର୍ଥକ ମିଶ୍ର ଏବଂ ଏପିଓ ସୈମନ୍ଦ୍ର ନାୟକଙ୍କୁ ପରାମର୍ଶ ଦେଇଥିଲେ। ଉପଜିଲାପାଳ ଦଳେଇ ଏହି ସମୟରେ କୋଟିଆ ପଞ୍ଚାୟତର କୁରୁଡିପଦର, ମାଡାକାର, ଉପର ପନିକି, ତଳଗଞ୍ଜେଇ ପଦର, ତଳ ପନିକି ଗ୍ରାମ ଗସ୍ତ କରି ଗ୍ରାମବାସୀଙ୍କ ସହ ମଧ୍ୟ ଆଲୋଚନା କରିଥିଲେ। ସେ କୋରାପୁଟ ଫେରିବା ସମୟରେ ତଳଗଞ୍ଜେଇ ପଦର ଗ୍ରାମ ନିକଟରେ ଥିବା ସ୍ବତନ୍ତ୍ର ଆଦର୍ଶ ବିଦ୍ୟାଳୟ ପରିଦର୍ଶନ କରି ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ବିଦ୍ୟାଳୟରେ ହଷ୍ଟେଲ ସୁବିଧା ନ ଥିବାରୁ ଦୂରଦୂରାନ୍ତରୁ ଆସୁଥିବା ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ସମସ୍ୟା ହେଉଥିବା କେତେ ଜଣ ଛାତ୍ରୀଛାତ୍ର ଉପଜିଲାପାଳ ଦଳେଇଙ୍କୁ ଜଣାଇଥିଲେ। ସୂଚନାଯୋଗ୍ୟ, ପୂର୍ବତନ ଉପଜିଲାପାଳ ଲଳିତ କଅଁରଙ୍କ ଅନ୍ୟ ଜିଲ୍ଲାକୁ ବଦଳି ହେବା ପରେ ନୂତନ ଉପଜଲାପାଳ ଭାବେ ଦଳେଇ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ମଧ୍ୟ କୋଟିଆ ପଞ୍ଚାୟତର ନୋଡ଼ାଲ ଅଧିକାରୀ ଦାଇତ୍ୱରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri