ସମୁଦ୍ରକୁ ବୋହିଯାଉଛି ଅଧା ପାଣି: ୨୦୫୧ ବେଳକୁ ରାଜ୍ୟରେ ଉତ୍କଟ ଜଳ ସଙ୍କଟ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟରେ ବୋହିଯାଉଥିବା ନଦୀଜଳକୁ ରୋକାଯାଇ ପାରୁନାହିଁ। ଅଧାରୁ ଅଧିକ ପାଣି ସମୁଦ୍ରକୁ ଚାଲିଯାଉଛି। ଜଳବାୟୁ ପରିବର୍ତ୍ତନ ଓ ଅନ୍ୟାନ୍ୟ କାରଣରୁ ଅଧିକାଂଶ ନଦୀରେ ଜଳପ୍ରବାହ ହ୍ରାସ ପାଇଲାଣି। ଏପରି କି ଅନେକ ନଦୀ ବର୍ଷାଦିନେ ମଧ୍ୟ ଶୁଖିଲା ପଡୁଛି। ଜଳ ସଂରକ୍ଷଣ ନ କଲେ ଆଗାମୀ ଦିନରେ ଭୟଙ୍କର ପରିସ୍ଥିତି ସୃଷ୍ଟି ହେବା ନେଇ ପରିବେଶବିତ୍‌ମାନେ ଚେତାବନୀ ଦେଲେଣି। ୨୦୫୧ ବେଳକୁ ରାଜ୍ୟରେ ଉତ୍କଟ ପାନୀୟ ଜଳ ସଙ୍କଟ ସୃଷ୍ଟି ହେବା ନେଇ ଆଶଙ୍କା ପ୍ରକାଶ ପାଇଲାଣି।
ରାଜ୍ୟରେ ବଡ଼ ନଦୀ ସମେତ ଶାଖା ଓ ଉପନଦୀକୁ ମିଶାଇ ପ୍ରାୟ ୩୩ ନଦୀ ବିଭିନ୍ନ ଜିଲା ଦେଇ ପ୍ରବାହିତ ହେଉଛି। ତେବେ ରାଜ୍ୟର ୧୧ଟି ପ୍ରମୁଖ ନଦୀର ପାଣିକୁ ରୋକାଯାଇ ପାରୁନାହିଁ।
ମିଳିଥିବା ସୂଚନା ଅନୁଯାୟୀ ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ଋଷିକୁଲ୍ୟା, ବଂଶଧାରା, ବୁଢ଼ାବଳଙ୍ଗ, କୋଲାବ, ଇନ୍ଦ୍ରାବତୀ, ବାହୁଦା, ନାଗାବଳୀ ଏବଂ ସୁବର୍ଣ୍ଣରେଖା ନଦୀର ୯୫,୫୪୦ ମିଲିୟନ କ୍ୟୁବିକ ମିଟର(ଏମ୍‌ସିଏମ୍‌) ଜଳଧାରଣ କ୍ଷମତା ରହିଛି। ସେଥିରୁ ୨୧,୭୯୩.୧୯ ଏମ୍‌ସିଏମ୍‌ ଜଳ ଚାଷ ପାଇଁ ବ୍ୟବହାର କରାଯାଉଥିବା ବେଳେ ପାନୀୟ ଓ ଦୈନନ୍ଦିନ ବ୍ୟବହାର ପାଇଁ ୨୮୩.୯୫, ଶିଳ୍ପ ପାଇଁ ୨,୨୭୫.୮୫ ଏବଂ ପରିବେଶ ପାଇଁ ୨୦,୫୪୧.୧୦ ଏମ୍‌ସିଏମ୍‌ ଉପଯୋଗ ହେଉଥିବା ସର୍ଭେରୁ ଜଣାପଡିଛି। ଏସବୁ ସତ୍ତ୍ୱେ ନଦୀର ଆହୁରି ୫୦,୬୪୫.୯୧ ଏମ୍‌ସିଏମ୍‌ ଜଳ ବଳକା ରହୁଛି। ତେବେ ସେହି ଜଳକୁ ରୋକିବା ପାଇଁ କୌଣସି ବ୍ୟବସ୍ଥା ନ ଥିବାରୁ ତାହା ସମୁଦ୍ରକୁ ଚାଲିଯାଉଛି। ମହାନଦୀରୁ ୨୫,୯୪୦.୨୮, ବ୍ରାହ୍ମଣୀରୁ ୭,୮୧୯.୭୧, ବୈତରଣୀରୁ ୨,୨୧୫.୮୦, ବଂଶଧାରାରୁ ୨,୪୬୮.୪୭, ବୁଢାବଳଙ୍ଗରୁ ୧୬୬୮.୦୪, କୋଲାବରୁ ୪,୬୯୯.୮୧, ଇନ୍ଦ୍ରାବତୀରୁ ୨,୦୩୮.୬୭, ନାଗାବଳୀରୁ ୧,୬୧୪.୮୧, ସୁବର୍ଣ୍ଣରେଖାରୁ ୧,୪୫୧.୫୯ ଏବଂ ଋଷିକୁଲ୍ୟା ନଦୀରୁ ୭୩୬.୭୨ ଏମ୍‌ସିଏମ୍‌ ଜଳ ସମୁଦ୍ରକୁ ଚାଲିଯାଉଛି।
ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଏବେଠୁ ଉତ୍କଟ ଜଳାଭାବ ଦେଖାଦେଲାଣି। ନଦୀଗୁଡ଼ିକ ଉପରେ ପାନୀୟ ଜଳ ପାଇଁ ନିର୍ଭର କରୁଥିବା ସହରଗୁଡ଼ିକ ଆସନ୍ତା ୨୦ ବର୍ଷ ମଧ୍ୟରେ ଭୟଙ୍କର ଜଳ ସଙ୍କଟର ସମ୍ମୁଖୀନ ହେବେ ବୋଲି ପରିବେଶବିତ୍‌ମାନେ ଆଶଙ୍କା କଲେଣି। ଜନସଂଖ୍ୟା ଯେପରି ହୁ ହୁ ହୋଇ ବଢ଼ିଚାଲିଛି କଟକ, ଭୁବନେଶ୍ୱର, ପୁରୀ, ଖୋର୍ଦ୍ଧା, ରାଉରକେଲା, ବ୍ରହ୍ମପୁର ସମେତ ଅନ୍ୟାନ୍ୟ ସହରକୁ ପାନୀୟ ଜଳ ଯୋଗାଇବା କାଠିକର ପାଠ ହୋଇଯିବ ବୋଲି ଜଙ୍ଗଲ ଓ ପରିବେଶ ବିଭାଗର ପୂର୍ବତନ ନିର୍ଦ୍ଦେଶକ ଭାଗୀରଥି ବେହେରା କହିଛନ୍ତି। ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ଆକଳନ ଅନୁଯାୟୀ ୨୦୦୧ରେ ରାଜ୍ୟର ପ୍ରମୁଖ ନଦୀର ଜଳଧାରଣ କ୍ଷମତା ୧୨୦.୩୯୭ ବିଲିୟନ କ୍ୟୁବିକ ମିଟର(ବିସିଏମ୍‌) ଥିବା ବେଳେ ୨୦୫୧ ବେଳକୁ ଏହା ୧୦୮.୧୧୩ ବିଏସିଏମ୍‌କୁ ଖସି ଆସିବ।
ନଦୀ ଜଳ ପ୍ରବାହ ହ୍ରାସକୁ ନେଇ ସୁପ୍ରିମକୋର୍ଟ ମଧ୍ୟ ଚିନ୍ତା ପ୍ରକଟ କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ପ୍ରବାହିତ ଜଳକୁ ସଂରକ୍ଷଣ କରିବା ପାଇଁ ୪ଟି ବୃହତ ବ୍ୟାରେଜ ନିର୍ମାଣ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ବ୍ରାହ୍ମଣୀ ନଦୀର ଦୁବୁଲାପାଲ, ନୂଆଘର, ସନ୍ତେଇଭଞ୍ଜ, କୋଏଲ ନଦୀର ଝାରବେତାଠାରେ ବ୍ୟାରେଜ ନିର୍ମାଣ କରାଯିବ। ଏଗୁଡ଼ିକର ସର୍ଭେ କାର୍ଯ୍ୟ ଶେଷ ହୋଇଛି। ଏହାଛଡ଼ା ଅନ୍ୟ ନଦୀରେ ୧୦ଟି ବ୍ୟାରେଜ ନିର୍ମାଣ କରିବାକୁ ମଧ୍ୟ ନିଷ୍ପତ୍ତି ହୋଇଛି। ସେହି ପ୍ରକଳ୍ପଗୁଡ଼ିକ ହେଲା ଅନୁଗୋଳ ଜିଲାର ସମାକୋଇ ବ୍ୟାରେଜ, ଦେବଗଡ଼ ଜିଲାର କଳା, ମୟୂରଭଞ୍ଜ ଜିଲାର ଖଇରବନ୍ଧନ, ବୁଢାବଳଙ୍ଗ, କାଟ୍ରା, ବାଲେଶ୍ୱରର ଜଳେଶ୍ୱର, ବୌଦ୍ଧର ସତୀଘାଟି, କେନ୍ଦୁଝରର ଭୀମକୁଣ୍ଡ ଏବଂ ନବରଙ୍ଗପୁରର ତୁରୀ-ଗୁନ୍ତାତ। ସେହିପରି ପୋତି ହୋଇ ପଡୁଥିବା ନଦୀଗୁଡିକୁ ବଞ୍ଚାଇ ରଖିବା ସହ ପାନୀୟ ଜଳ ଓ କୃଷି କାର୍ଯ୍ୟ ପାଇଁ ଆବଶ୍ୟକ ଜଳ ସଞ୍ଚୟ କରିବା ସକାଶେ ରାଜ୍ୟ ସରକାର ଖୁବ୍‌ଶୀଘ୍ର ନୂଆ ସଂଶୋଧିତ ନଦୀ ନୀତି (ରିଭର ପଲିସି)-୨୦୧୯ ଆଣିବାକୁ ଯାଉଛନ୍ତି। ଚିଠା ନୀତି ପ୍ରସ୍ତୁତ ହୋଇ ସାରିଛି। ରାଜ୍ୟର ନଦୀଗୁଡ଼ିକର ବର୍ତ୍ତମାନ ସ୍ଥିତିକୁ ପରଖା ଯିବ। ଜଳ ପ୍ରବାହ ଓ ଏହାର ଜଳଧାରଣ କ୍ଷମତାକୁ ଆକଳନ କରାଯିବ। ଏଥିସହ ନଦୀର ଜୈବବିବିଧତା ଓ ଉଭୟ ପାର୍ଶ୍ୱରେ ଥିବା ଜନବସତିଗୁଡ଼ିକର ଜୀବିକାକୁ ମଧ୍ୟ ଧ୍ୟାନ ଦିଆଯିବ। ପରିବେଶ ଆଇନ ଅନୁଯାୟୀ ନଦୀରେ କେଉଁ ସମୟରେ କେତେ ଜଳ ପ୍ରବାହ ହେଉଛି ଏବଂ ଏହା ଉପରେ ନିର୍ଭର କରୁଥିବା ଜୀବଜନ୍ତୁ ଓ ବୃକ୍ଷଲତାଗୁଡ଼ିକ ଉପରେ ଜଳବାୟୁ ପରିବର୍ତ୍ତନର କି ପ୍ରଭାବ ପଡୁଛି ସେ ନେଇ ତର୍ଜମା କରାଯିବ। ତଦନୁଯାୟୀ ସରକାର ଏକ ଦୀର୍ଘମିଆଦୀ ସଂରକ୍ଷଣ ଓ ପୁନରୁଦ୍ଧାର ଯୋଜନା କରିବେ ବୋଲି ଜଳ ସମ୍ପଦ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri