Posted inଜାତୀୟ

ସମୁଦ୍ର କୂଳରେ ବସି ଭିଡିଓ କରୁଥିଲା ପରିବାର: ଅଚାନକ୍‌ ଆସିଲା ଢ଼େଉ…

ଗାନ୍ଧୀନଗର,୧୫।୬: ସମୁଦ୍ର କୂଳରେ ଥିବା ଏକ ମନ୍ଦିର ନିକଟରେ ଗୋଟିଏ ପରିବାର ବସି ମଜାମସ୍ତି କରୁଥିଲେ। ସେହି ସମୟରେ ହଠାତ୍‌ ଏକ ଉଚ୍ଚ ଢ଼େଉ ଆସି ତାଙ୍କୁ ପାଣି ଭିତରକୁ ଟାଣିନେଇଥିଲା। ଏହି ଦୃଶ୍ୟ ଦେଖିବାକୁ ମିଳିଛି ଗୁଜରାଟର ପର୍ଯ୍ୟଟନସ୍ଥଳ କେନ୍ଦ୍ର ଶାସିତ ପ୍ରଦେଶ ଡିୟୁରେ। ସୂଚନାଯୋଗ୍ୟ, ଗୁଜୁରାଟରେ ପ୍ରଶାସନ ପକ୍ଷରୁ ବାତ୍ୟା ‘ବାୟୁ’ ପାଇଁ ଆଲର୍ଟ ଜାରି କରାଯାଇଥିଲା। ସମୁଦ୍ର କୂଳକୁ ପର୍ଯ୍ୟଟକ ଓ ମତ୍ସଜୀବୀଙ୍କୁ ଯିବା ପାଇଁ ବାରଣ କରାଯାଇଥିଲେ। ଡିୟୁରେ ଥିବା ଗଙ୍ଗେଶ୍ୱର ମହାଦେବ ମନ୍ଦିର ଏହା ସମୁଦ୍ର କୂଳରେ ଅବସ୍ଥିତ। ସମସ୍ତଙ୍କୁ ଆଲର୍ଟ କରାଯିବା ସତ୍ତ୍ୱେ ଗୋଟିଏ ପରିବାର ଉକ୍ତ ମନ୍ଦିରର ପାହାଚରେ ବସି ମଜା କରିବା ସହ ଭିଡିଓ କରୁଥିଲେ। ସେହି ସମୟରେ ହଠାତ୍‌ ସମୁଦ୍ରର ଢ଼େଉ ଆସି ତାଙ୍କୁ ପାଣି ଭିତରକୁ ଟାଣି ନେଇଥିଲା। ଢ଼େଉର ପ୍ରଖରତା ଏତେ ଅଧିକ ଥିଲା ଯେ ସେଠାରେ ସେମାନଙ୍କର ସନ୍ତୁଳନ ବିଗିଡ଼ି ଯାଇଥିଲା। ହେଲେ ଭାଗ୍ୟବଶତଃ ଲଗାତାର ଭାବେ ଢ଼େଉ ନ ଆସିବାରୁ ଉକ୍ତ ପରିବାର ପରସ୍ପରର ହାତ ଧରି ପାଣି ଭିତରୁ ବାହାରକୁ ଆସିବାରେ ସଫଳ ହୋଇଥିଲେ। ଏହି ଘଟଣାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri