ସମୁଦ୍ର ପତ୍ତନଠାରୁ ଉଚ୍ଚରେ ବାସ କରୁଥିବା ଲୋକଙ୍କୁ କରୋନା ସଂକ୍ରମଣ ଆଶଙ୍କା କମ୍‌

ଓ୍ବାଶିଂଟନ,୧।୬: କରୋନା ସଂକ୍ରମଣ ନେଇ ପୃଥିବୀର ବିଭିନ୍ନ ଦେଶରେ ନାନା ପ୍ରକାର ଗବେଷଣା ଜାରି ରହିଛି। ସମୁଦ୍ର ପତ୍ତନଠାରୁ ଅଧିକ ଉଚ୍ଚରେ ବାସ କରୁଥିବା ଲୋକଙ୍କୁ କରୋନା ସଂକ୍ରମଣ ଆଶଙ୍କା କମ୍‌ ରହିଥାଏ ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ଏନେଇ ଏକ ରିପୋର୍ଟ ରେସ୍ପିରାଟୋରି ଫିଜିଓଲୋଜି ଆଣ୍ଡ୍‌ ନ୍ୟୁରୋବାୟୋଲୋଜି ପତ୍ରିକାରେ ପ୍ରକାଶ ପାଇଛି। ଏହି ପତ୍ରିକାର ସମୀକ୍ଷା ଗଣମାଧ୍ୟମ ସଂସ୍ଥା ଦି ଓ୍ବାଶିଂଟନ ପୋଷ୍ଟ୍‌ ଦ୍ୱାରା କରାଯାଇଛି। ପତ୍ରିକାରେ ଉଲ୍ଲେଖ କରାଯାଇଛି ଯେ, ସମୁଦ୍ର ପତ୍ତନଠାରୁ ୩ ହଜାର ମିଟର ଉପରେ ବାସ କରୁଥିବା ଲୋକଙ୍କୁ କରୋନା ସଂକ୍ରମଣ ହେବାର ଆଶଙ୍କା ଯଥେଷ୍ଟ କମ୍‌ ରହିଥାଏ। ଅଷ୍ଟ୍ରେଲିଆ, ବଲିଭିଆ,କାନାଡ଼ା ଏବଂ ସ୍ବିଜରଲାଣ୍ଡର ଗବେଷକ ମିଳିତ ଭାବେ କରୋନା ସଂକ୍ରମଣ ଉଚ୍ଚତା ଭିତ୍ତିରେ କିଭଳି ବ୍ୟାପୁଛି ତାହା ଅଧ୍ୟୟନ କରିଛନ୍ତି। ବଲିଭିଆ, ଇକ୍ୱାଡୋର୍‌ ଏବଂ ତିବ୍ବତରୁ ସଂଗ୍ରହ ହୋଇଥିବା ତଥ୍ୟରୁ ଜଣାପଡ଼ିଛି ଯେ, ଅଧିକ ଉଚ୍ଚତାରେ କରୋନା ଭୂତାଣୁ ସଂକ୍ରମଣ ଭଳି ମହାମାରୀର ଆଶଙ୍କା କମ୍‌ ରହିଥାଏ। ଅପରପକ୍ଷରେ ସମୁଦ୍ର ପତ୍ତନଠାରୁ କମ୍‌ ଉଚ୍ଚତା ବିଶିଷ୍ଟ ଅଞ୍ଚଳରେ ଏଭଳି ସଂକ୍ରମଣ ହାର ଅଧିକ ରହିଥାଏ। ଚାଇନାର ତଳିଆ ଅଞ୍ଚଳରେ କରୋନା ସଂକ୍ରମଣ ହାର ଅଧିକ ଥିବାବେଳେ ତିବ୍ବତରେ ଏହା କମ୍‌ ରହିଥିବା ରିପୋର୍ଟରେ ପ୍ରକାଶ ପାଇଛି। ସେହିପରି ସମୁଦ୍ର ପତ୍ତନଠାରୁ ଉଚ୍ଚରେ ଥିବା ପେରୁର କ୍ୟୁସକୋ ଅଞ୍ଚଳରେ ବାସ କରୁଥିବା ୪ ଲକ୍ଷ ୨୦ ହଜାର ବାସିନ୍ଦାଙ୍କ ମଧ୍ୟରେ କରୋନା ସଂକ୍ରମିତ ମୃତ୍ୟୁ ସଂଖ୍ୟା ୩ ରହିଛି। ଏଠାକାର ଅନ୍ୟ ତଳିଆ ଅଞ୍ଚଳ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ଯଥେଷ୍ଟ ଅଧିକ ଥିବା ରିପୋର୍ଟରେ ଦର୍ଶାଯାଇଛି। ତେବେ ଏନେଇ ଅଧିକ ଅଧ୍ୟୟନ ଜାରି ରହିଥିବା ଗବେଷକ ସୂଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri