ସମୂହ ଆତ୍ମାହୁତି ପାଇଁ ଆଶାୟୀ ଶିକ୍ଷକ ସଂଘର ଚେତାବନୀ

ଭୁବନେଶ୍ୱର, ୧୮ା୧(ବ୍ୟୁରୋ): ହାଇସ୍କୁଲରେ କ୍ରୀଡ଼ା, ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ନିଯୁକ୍ତି ହେଉନାହାନ୍ତି। ୨୦୧୯ ସୁଦ୍ଧା ପ୍ରାୟ ୧୫ ହଜାର କ୍ରୀଡ଼ା, ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ପଦବୀ ଖାଲି ଥିଲେ ମଧ୍ୟ ଗଣଶିକ୍ଷା ବିଭାଗ କୌଣସି ପଦକ୍ଷେପ ନେଉନାହିଁ ବୋଲି ପ୍ରଶିକ୍ଷଣପ୍ରାପ୍ତ ଆଶାୟୀ ଶିକ୍ଷକ ସଂଘ ପକ୍ଷରୁ କୁହାଯାଇଛି। ସଂଘ ପକ୍ଷରୁ ଏନେଇ ଶୁକ୍ରବାର ପିଏମ୍‌ଜିଠାରେ ଧାରଣା ଦିଆଯାଇଥିଲା। ସମାନ ଦାବି ନେଇ ପୂର୍ବରୁ ମଧ୍ୟ ଦୁଇ ଦୁଇଥର ଧାରଣା ହୋଇଥିଲା। ସଂଘର କହିବାନୁଯାୟୀ, ଧାରଣା ସମୟରେ କ୍ରୀଡ଼ା, ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ପଦବୀ ପୂରଣ ହେବ ବୋଲିି ବିଭାଗ ପକ୍ଷରୁ ପ୍ରତିଶ୍ରୁତି ମିଳିଥିଲା। କିନ୍ତୁ ଗଣଶିକ୍ଷା ବିଭାଗର କର୍ମକର୍ତ୍ତାମାନେ ବର୍ତ୍ତମାନ ପର୍ଯ୍ୟନ୍ତ ପଦବୀ ଫାଇଲ୍‌କୁ ଅର୍ଥ ବିଭାଗକୁ ପଠାଇ ନାହାନ୍ତି। ତେଣୁ ନିରାଶ ହୋଇ ସଂଘ ପକ୍ଷରୁ ଶୁକ୍ରବାର ପୁଣି ଥରେ ଧାରଣା ଦିଆଯାଇଥିଲା। ଏହାର ସମାଧାନ ଲାଗି ସଂଘ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି। ଯଦି ସରକାର ଯଥାଶୀଘ୍ର ନିଯୁକ୍ତି ପାଇଁ ବିଜ୍ଞାପନ ବାହାର ନ କରନ୍ତି, ତେବେ ସେମାନେ ସମୂହ ଆତ୍ମାହୁତି ଦେବେ ବୋଲି ସଂଘ ପକ୍ଷରୁ ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri