Posted inଜାତୀୟ

ସମ୍ପର୍କ ବୃଦ୍ଧି ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୧ା୬(ପି.ଟି.): କେନ୍ଦ୍ର ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ଆସିଥିବା ବିମ୍‌ଷ୍ଟେକ୍‌ (ବେ ଅଫ୍‌ ବେଙ୍ଗଲ ଇନିସିଏଟିଭ୍‌ ଫର ମଲ୍ଟି-ସେକ୍ଟରାଲ ଟେକ୍‌ନିକାଲ ଆଣ୍ଡ ଇକୋନୋମିକ୍‌ କୋଅପରେଶନ) ନେତାମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ସେ ଅଲଗା ଅଲଗା ଭାବେ ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରିପାଲ ସିରିସେନା, ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି, ଭୁଟାନ ପ୍ରଧାନମନ୍ତ୍ରୀ ଲୋଟେ ଶେରିଙ୍ଗଙ୍କ ସହ ଆଲୋଚନା କରିବା ଅବସରରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୁତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ମୋଦି ବାଂଲାଦେଶ ରାଷ୍ଟ୍ରପତି ଅବଦୁଲ୍‌ ହମିଦ ଏବଂ ମରିସସ୍‌ ପ୍ରଧାନମନ୍ତ୍ରୀ ପ୍ରଭିନ୍ଦ ଜଗନ୍ନାଥଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି।
ଆତଙ୍କବାଦ ଓ ଉଗ୍ରବାଦ ସମଗ୍ର ମାନବଜାତି ପାଇଁ ବିପଦ ସୃଷ୍ଟି କରିଥିବା ମୋଦି ଓ ସିରିସେନା ଉଲ୍ଲେଖ କରିବା ସହ ଦକ୍ଷିଣ ଏସିଆ ଏବଂ ଭାରତ ମହାସାଗର ଅଞ୍ଚଳରେ ଶାନ୍ତି ଓ ନିରାପତ୍ତା ପାଇଁ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ନିବିଡ କରିବା ଲାଗି ପ୍ରତିଶ୍ରୁତିବଦ୍ଧ ହୋଇଥିଲେ। ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇଥିବାରୁ ସିରିସେନାଙ୍କୁ ମୋଦି ଧନ୍ୟବାଦ ଅର୍ପଣ କରିଥିଲେ। ସେହିପରି ମୋଦି ଓ ମରିସସ୍‌ ପ୍ରଧାନମନ୍ତ୍ରୀ ଦୁଇ ଦେଶ ତଥା ଭାରତ ମହାସାଗର ଅଞ୍ଚଳରେ ସୁରକ୍ଷା ଓ ବିକାଶ ପାଇଁ ଏକାଠି କାର୍ଯ୍ୟ କରିବାକୁ ସହମତ ହୋଇଥିଲେ। ଉଭୟ ଦେଶର ଜନସାଧାରଣଙ୍କ ମଧ୍ୟରେ ଭ୍ରାତୃତ୍ୱ ଭାବ ବୃଦ୍ଧି କରିବା ସହ ଦ୍ୱିପାକ୍ଷିକ ସମ୍ପର୍କକୁ ଅଧିକ ମଜଭୁତ କରିବା ଉପରେ ମରିସସ୍‌ ପ୍ରଧାନମନ୍ତ୍ରୀ ଜଗନ୍ନାଥ ନିଜର ପ୍ରତିଶ୍ରୁତିବଦ୍ଧତାକୁ ଦୋହରାଇଥିବାରୁ ମୋଦି ତାଙ୍କୁ ଧନ୍ୟବାଦ ଜଣାଇଥିଲେ। ସେହିପରି ନେପାଳ ସହ ସମ୍ପର୍କକୁ ଆହୁରି ନିବିଡ଼ କରିବା ଲାଗି ଉଭୟ ପ୍ରଧାନମନ୍ତ୍ରୀ ମୋଦି ଏବଂ ଓଲି ସହମତ ହୋଇଥିଲେ। ଭୁଟାନ ପ୍ରଧାନମନ୍ତ୍ରୀ ଶେରିଙ୍ଗ୍‌ଙ୍କ ସହ ଆଲୋଚନା ବେଳେ ପାରମ୍ପରିକ ସମ୍ପର୍କକୁ ମଜଭୁତ କରିବା ଲାଗି ଦୁଇ ନେତା ପ୍ରତିଶ୍ରୁତିବଦ୍ଧ ହୋଇଥିଲେ। ଏହାବ୍ୟତୀତ ମୋଦି କିରଗିଜ ରାଷ୍ଟ୍ରପତି ସୁରୋନବେ ଜିନବେକୋଭ୍‌ଙ୍କ ସହ ମଧ୍ୟ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

ବିଶ୍ୱ ଆଗରେ ଏମିତି ମିଛ କହିଦେଲେ ଅସୀମ ମୁନିର: ନିଆଁବାଣ ଚାଇନା

ଇସଲାମାବାଦ୍‌,୨୩।୧୨:ପାକିସ୍ତାନର ପ୍ରତିରକ୍ଷା ବାହିନୀର ମୁଖ୍ୟ ଏବଂ ସେନା ମୁଖ୍ୟ ଅସୀମ ମୁନିର ଅପରେଶନ ସିନ୍ଦୂର ବିଷୟରେ ଚାଇନାକୁ ନେଇ ଏକ ବଡ଼ ଦାବି କରିଛନ୍ତି। ବିଶ୍ୱ...

ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର...

ନାବାଳିକା ବଳାତ୍କାର-ହତ୍ୟା ମାମଲାରେ ଟିଏମସି ନେତାଙ୍କୁ ୫ ବର୍ଷ ଜେଲ, ପୁଅଙ୍କୁ ଆଜୀବନ କାରାଦଣ୍ଡ

କୋଲକାତା,୨୩।୧୨: ସୋମବାର, ଡିସେମ୍ବର ୨୨, ୨୦୨୫ ରେ, କୋଲକାତାର ନାଦିଆରେ ହଂସଖାଲି ଗଣବଳାତ୍କାର ଏବଂ ହତ୍ୟା ମାମଲାରେ ରାଣାଘାଟ କୋର୍ଟ ୯ ଜଣଙ୍କୁ ଦୋଷୀ ସାବ୍ୟସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri