ସମ୍ପୂର୍ଣ୍ଣ ଋଣ ଛାଡ଼ ଦାବି କଲେ ମହିଳା ଗୋଷ୍ଠୀ

ବାରିପଦା ଅଫିସ, ୯ା୬- ନିଜର ବ୍ୟବସାୟକୁ ବୃଦ୍ଧି କରିବା ପାଇଁ ପୂର୍ବରୁ ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍‌ଏଚଜି)ର ମହିଳାମାନେ ବିଭିିନ୍ନ ଅର୍ଥ ଲଗାଣକାରୀ ସଂସ୍ଥାଠାରୁ ଟଙ୍କା ଋଣ ଆଣିଥିଲେ। ସୁଧ ସହ ସେମାନେ ନିୟମିତ କିସ୍ତି ପୈଠ କରୁଥିଲେ। ହେଲେ ମହାମାରୀ କରୋନା ଯୋଗୁଁ ସେମାନଙ୍କ ରୋଜଗାର ଠପ୍‌ ହୋଇପଡ଼ିଛି। ଏପରିସ୍ଥଳେ ସେମାନେ ଟଙ୍କା କିପରି ଋଣ ସୁଝିବେ ସେ ନେଇ ଚିନ୍ତାରେ ଅଛନ୍ତି। ଏଭଳି ଘଡିସନ୍ଧି ସମୟରେ ଅର୍ଥ ଲଗାଣକାରୀ ସଂସ୍ଥାର କର୍ମଚାରୀମାନେ ଆସି ସେମାନଙ୍କୁ ସୁଧ ଟଙ୍କା ଦେବା ପାଇଁ ବାଧ୍ୟ କରୁଛନ୍ତି। ତେଣୁ ସେମାନଙ୍କ ଋଣ ଟଙ୍କା ସମୂର୍ଣ୍ଣ ଛାଡ଼ କରିବା ପାଇଁ ରାଜ୍ୟ ସରକାର ଉକ୍ତ ଅର୍ଥ ଲଗାଣକାରୀ ସଂସ୍ଥାମାନଙ୍କୁ ନିର୍ଦ୍ଦେଶ ଦିଅନ୍ତୁ ବୋଲି ମହିଳାମାନେ ଦାବି କରିଛନ୍ତି। ସୋମବାର ଅପରାହ୍ନରେ ମୟୂରଭଞ୍ଜ ଜିଲା ବାରିପଦା ପୌରପରିଷଦ ୱାର୍ଡ଼ ନଂ.୨୮ର ଏସ୍‌ଏଚଜି ମହିଳାମାନେ ଉପରୋକ୍ତ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆନ୍ଦୋଳନ କରିଥିଲେ। ଏ ନେଇ ଗତ ୨୯ ତାରିଖରେ ମହିଳାମାନେ ଜିଲା ପ୍ରଶାସନ ନିକଟରେ ଅଭିଯୋଗ କରିଥିଲେ। ହେଲେ ଏ ଯାଏ ଏହାର କୌଣସି ସମାଧାନ ହୋଇ ନ ଥିବା କାରଣରୁ ବାଧ୍ୟ ହୋଇ ଆନ୍ଦୋଳନ କରିଥିଲେ। ପରେ ମହିଳାମାନେ ଜିଲାପାଳଙ୍କୁ ଭେଟି ଏ ସମ୍ପର୍କରେ ଏକ ଦାବିପତ୍ର ପ୍ରଦାନ କରିଥିଲେ। ନମିତା ଚାନ୍ଦଙ୍କ ନେତୃତ୍ୱରେ ଏକାଧିକ ମହିଳା ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆନ୍ଦୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri