ସମ୍ପୂର୍ଣ୍ଣ ବିଶୋଧନ ହେଲା ଚୌଦ୍ୱାର ଜେଲ୍‌

ଚୌଦ୍ୱାର,୧୫।୪(ଡି.ଏନ୍‌.ଏ.): କରୋନା ଭଳି ଭୁତାଣୁ ଜନୀତ ରୋଗରୁ ମୁକ୍ତି ପାଇବା ପାଇଁ ସାରା ବିଶ୍ୱ ଆଜି ଉଦ୍‌ବେଗ ଜନିତ ସ୍ଥିତିରେ ଗତିକରୁଛି। କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରା୍ଯଯ ସରକାର ପର୍ଯ୍ୟନ୍ତ ଭୁତାଣୁ ରୋକିବା ଦିଗରେ ସଚେତନାହଁି ଏକମାତ୍ର ବିକଳ୍ପ ବୋଲି ବାରମ୍ବାର ଚେତାବନୀ ଦେଉଛନ୍ତି। ଏଥି ସହିତ ସଂକ୍ରମଣ ନ ବ୍ୟାପିବା ପାଇଁ ସାମାଜିକ ଦୂରତା ସହିତ ନିଜ ଅଞ୍ଚଳର ପରିବେଶ ଓ ସାନିଟାଇଜେସନ୍‌ ଉପରେ ଗୁରୁତ୍ୱ ଦେବାପାଇଁ ରାଜ୍ୟ ସରକାର ବିଭିନ୍ନ ଜିଲା ତଥା ପୌରପାଳିକା ଆଦିକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି କ୍ରମରେ କଟକ ଜିଲା ଚୌଦ୍ୱାରସ୍ଥିତ ସର୍କଲ ଜେଲକୁ ବୁଧବାର ସଂପୁର୍ଣ୍ଣ ଭାବେ ବିଶୋଧନ କରାଯାଇଥିବା ଚୌଦ୍ୱାର ଅଗ୍ନିଶମ ବିଭାଗ ସୁତ୍ରରୁ ଜଣାପଡିଛି। ସକାଳ ୮ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ସମସ୍ତ କଏଦୀ ୱାର୍ଡ, କାର୍ଯ୍ୟାଳୟ ଓ ଜେଲ ପରିସରକୁ ବିଶୋଧନ କରାଯାଇଥିଲା। ଏନେଇ ଚୌଦ୍ୱାର ସର୍କଲ ଜେଲ ସୁପରିଟେଣ୍ଡେଟ୍‌ ଶୁଭ୍ରକାନ୍ତ ମିଶ୍ର ଚୌଦ୍ୱାର ପୌର ନିର୍ବାହୀ ଅଧିକାରୀ ଓ ଅଗ୍ନିଶମ ବିଭାଗ କତୃପକ୍ଷଙ୍କୁ ପତ୍ର ମାଧ୍ୟମରେ ଅନୁରୋଧ କରିଥିଲେ। କଟକ ଏଏଫ୍‌ଓ ଅବନୀକାନ୍ତ ସ୍ବାଇଁ,ଚୌଦ୍ୱାର ଅଗ୍ନିଶମ ବିଭାଗ କାର୍ଯ୍ୟାଳୟର ବିଭାଗୀୟ ଅଧିକାରୀ ଜୟମଙ୍ଗଲ୍‌ ଦୀପ୍‌ ସ୍ବାଇଁ, କର୍ମଚାରୀ ଚିତ୍ତ ରଞ୍ଜନ ପଟ୍ଟନାୟକ, ଡି.କେ.ସିଂ, ଏମ୍‌.କେରେକେଟା ଓ କେ.ଦାସ ପ୍ରମୁଖ ୨୦ ଏକର ପରିମିତ ଚୌଦ୍ୱାର ଜେଲକୁ ବିଶୋଧନ କରିଥିଲେ।

ସୁଚନାଯୋଗ୍ୟ, ବର୍ତ୍ତମାନ ଚୌଦ୍ୱାର ଜେଲରେ ୮୯୦ ଜେଲ ଅନ୍ତେବାସୀ ଥିବାବେଳେ ସେଥି ମଧ୍ୟରୁ ୪୦ ଜଣ ଜେଲ ପରିସରରେ ଥିବା ଆଇସୋଲେସନ ୱାର୍ଡରେ ରଖାଯାଇଥିବା ମିଶ୍ର ସୁଚନା ଦେଇଛନ୍ତି। ଏଥିସହିତ ମହିଳା ଅନ୍ତେବାସୀଙ୍କ ପାଇଁ ୨ଟି ଆଇସୋଲେଶନ ୱାର୍ଡର ବ୍ୟବସ୍ଥା କରାଯାଇଥିବା ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ହେଲା ଏକ୍ସ-ରେ ମେଶିନ ଅଚଳ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ଏକ ମାତ୍ର ଏକ୍ସ-ରେ ମେଶିନ ଗତ ୪ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri