ସମ୍ବଲପୁରରେ ଏନ୍‌କାଉଣ୍ଟର୍‌: କୁଖ୍ୟାତ ଅପରାଧୀ ତ୍ରିଦେବ ଆହତ

ସମ୍ବଲପୁର,୧୦ା୯(ବ୍ୟୁରୋ): ସମ୍ବଲପୁର ପୋଲିସ ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ତ୍ରିଦେବ ବାଗ(୨୫) ମଙ୍ଗଳବାର ଆହତ ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି । ଆହତ ଅବସ୍ଥାରେ ତାଙ୍କୁ ଜିଲା ସଦର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ଘଟଣାରେ ଜଣେ ପୋଲିସ କର୍ମଚାରୀ ମଧ୍ୟ ଆହତ ହୋଇଥିବା ଜଣାପଡିଛି। ତ୍ରିଦେବଙ୍କ ନିକଟରୁ ୩୦ ହଜାର ଟଙ୍କା, ଗୋଟିଏ ଦେଶୀ ପିସ୍ତଲ, ୩ ମୋବାଇଲ ଫୋନ୍‌, ୨ ଜୀବନ୍ତ ଗୁଳି, ଏକ ମୋଟରସାଇକେଲ ଓ ଲୁଟ୍‌ ହୋଇଥିବା ୩ଟି ସୁନା ଚେନ ଜବତ ହୋଇଛି। ଘଟଣାସ୍ଥଳରୁ ଅନ୍ୟ ୩ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ତ୍ରିଦେବଙ୍କ ନାମରେ ସମ୍ବଲପୁର ଜିଲା ଅଇଁଠାପାଲି, ଧନୁପାଲି ଥାନାରେ ପ୍ରାୟ ୮ଟି ମାମଲା ରହିଥିବା ବେଳେ ଦେବଗଡ଼ ଜିଲାରେ ମଧ୍ୟ ଏକାଧିକ ମାମଲା ରହିଛି । ଅନ୍ୟ ଅଭିଯୁକ୍ତମାନଙ୍କୁ ଖୁବ୍‌ଶୀଘ୍ର ଧରାଯିବ ବୋଲି ଏସ୍‌ପି ବିଶାଳ ସିଂ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ସୋମବାର ବିଳମ୍ବିତ ରାତିରେ କୁଲୁଥକାନୀ-ଧନକଉଡ଼ା ନିଛାଟିଆ ସ୍ଥାନରେ କିଛି ଦୁର୍ବୃତ୍ତ ଥିବା ପୋଲିସକୁ ଖବର ମିଳିଥିଲା। ପରେ ଧନୁପାଲି ପୋଲିସ ଓ ସ୍ବତନ୍ତ୍ର ସ୍କ୍ବାଡ ଉକ୍ତ ସ୍ଥାନରେ ଚଢ଼ାଉ କରିଥିଲେ। ପୋଲିସକୁ ଦେଖି ତ୍ରିଦେବ ଗୁଳିଚାଳନା କରିଥିଲେ। ପୋଲିସ ପକ୍ଷରୁ ମଧ୍ୟ ପାଲଟା ଗୁଳିଚାଳନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri