ସମ୍ବଲପୁରରେ କୋଭିଡ୍‌ ମେଡିକାଲ ଉଦ୍‌ଘାଟିତ

ସମ୍ବଲପୁର,୨୨ା୪(ବ୍ୟୁରୋ)-ସମ୍ବଲପୁର ଜିଲା ସଦର ଡାକ୍ତରଖାନାରେ କୋଭିଡ୍‌-୧୯ ମେଡିକାଲକୁ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ବୁଧବାର ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ଡିଆରଡିଏ ସମ୍ମିଳନୀ କକ୍ଷରେ ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ଦାସ କହିଛନ୍ତି, ଏହି ମେଡିକାଲ ୨ ଶହ ଶଯ୍ୟା ବିଶିଷ୍ଟ ଅଟେ । ସେଥିମଧ୍ୟରୁ ଆଇସିୟୁରେ ୨୦ ଓ ଏଚ୍‌ଡିୟୁରେ ୧୦ ଶଯ୍ୟା ରହିଛି । ୧୭୦ ସାଧାରଣ ଶଯ୍ୟା ରହିଛି । ବୁଧବାରଠାରୁ ୫ ଟି ଆଇସିୟୁ ଓ ୫ ଏଚଡିୟୁ କାର୍ଯ୍ୟକ୍ଷମ ହୋଇଛି । ୨ ଟି ଡାଇଲୋସିସ ମେଶିନ ମଧ୍ୟ କାର୍ଯ୍ୟକ୍ଷମ ହୋଇଛି । ଏହି ମେଡିକାଲ ପାଇଁ ୯୪ ଜଣ ଡାକ୍ତର, ପାରାମେଡିକାଲ ଓ ଅନ୍ୟାନ କର୍ମଚାରୀ ନିୟୋଜିତ ହୋଇଛନ୍ତି। ଆବଶ୍ୟକ ପଡିଲେ ବୁର୍ଲା ଭିମ୍‌ସାରରୁ ଅଧିକ ଡାକ୍ତରଙ୍କୁ ଏଠାରେ ଅବସ୍ଥାପିତ କରାଯିବ । ସେମାନଙ୍କ ରହିବା ଖାଇବା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । ମେଡିକାଲରେ ବ୍ୟବହାର ହୋଇଥିବା ସମସ୍ତ ଅତ୍ୟାଧୁନିକ ଯନ୍ତ୍ରପାତି ସ୍ଥାୟୀ ହୋଇରହିବ । ପରେ ଜିଲାବାସୀ ଏହାର ସୁବିଧା ପାଇ ପାରିବେ । ସଦରମେଡିକାଲକୁ ଆସୁଥିବା ରୋଗୀଙ୍କ ପାଇଁ ବିକଳ୍ପ ବ୍ୟବସ୍ଥା ଗ୍ରହଣ କରାଯାଇଛି। ୫ ଟି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ସେହି ରୋଗୀମାନଙ୍କୁ ସେବା ଯୋଗାଇ ଦିଆଯାଉଛି ବୋଲି ମନ୍ତ୍ରୀ ଦାସ ସ୍ପଷ୍ଟ କରିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଥିବା ଅନୁରୋଧ ରକ୍ଷା କରି କରୋନା ମୁକାବିଲାରେ ସମସ୍ତେ ସହଯୋଗ କରନ୍ତୁ । ବଲାଙ୍ଗୀର ଜିଲା ଭୀମଭୋଇ ମେଡିକାଲରେ ୧୫ ଦିନ ଭିତରେ କୋଭିଡ-୧୯ ପୁଲ ଟେଷ୍ଟ ଆରମ୍ଭ ହେବ । ବୁର୍ଲା ଭିମ୍‌ସାରର ଏହି ଟେଷ୍ଟ ୨ ଦିନ ହେବ ଆରମ୍ଭ ହୋଇଛି । ୨୦ ନମୁନା ପରୀକ୍ଷା ସଫଳ ଭାବେ ସରିଥିବା ମନ୍ତ୍ରୀ କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଡିଆରଡିଏ ପିଡି ସୁକାନ୍ତ ତ୍ରିପାଠୀ, ଜିଲା ସ୍ବାସ୍ଥ୍ୟ ଅଧିକାରୀ ଶଶୀଭୂଷଣ ପଟେଲ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri