Posted inଜାତୀୟ

ସମ୍ବିଧାନ ଦେଇଛି ନ୍ୟାୟର ଗ୍ୟାରେଣ୍ଟି

ନୂଆଦିଲ୍ଲୀ,୨୬ା୧(ପି.ଟି.): ୭୧ତମ ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ଶନିବାର ସନ୍ଧ୍ୟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଷ୍ଟ୍ରକୁ ସମ୍ବୋଧିତ କରିଛନ୍ତି। ଦେଶର ସମ୍ବିଧାନ ଏହାର ନାଗରିକମାନଙ୍କୁ ନ୍ୟାୟ, ସ୍ବାଧୀନତା, ସମାନତା ଓ ଭ୍ରାତୃତ୍ୱର ଗ୍ୟାରେଣ୍ଟି ପ୍ରଦାନ କରିଥିବା ରାଷ୍ଟ୍ରପତି କହିଛନ୍ତି। ଏହି ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇ ରାଷ୍ଟ୍ରପତି କହିଛନ୍ତି, ମହାତ୍ମା ଗାନ୍ଧୀଙ୍କ ସତ୍ୟ ଓ ଅହିଂସା ବାଣୀ ଆଜି ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ଆମେ ଯଦି ଆମର ଦୈନନ୍ଦିନ ଜୀବନରେ ଗାନ୍ଧିଜୀଙ୍କ ଶିକ୍ଷା ଓ ମୂଲ୍ୟବୋଧକୁ ଅନୁସରଣ କରିବା ତେବେ ସମ୍ବିଧାନକୁ ପାଳନ କରିବା ସହଜ ହୋଇଯିବ। ଏହାଦ୍ୱାରା ଆମେ ଗାନ୍ଧିଜୀଙ୍କ ୧୫୦ତମ ଜନ୍ମବାର୍ଷିକୀ ଉତ୍ସବକୁ ଅର୍ଥପୂର୍ଣ୍ଣ ଦିଗ ଦେଇପାରିବା। ସ୍ବାଧୀନ ଗଣତାନ୍ତ୍ରିକ ରାଷ୍ଟ୍ରର ନାଗରିକ ଭାବେ ସମ୍ବିଧାନ ଆମକୁ ଅଧିକାର ଦେଇଛି। ତେବେ କୌଣସି କାରଣ ପାଇଁ ଲଢ଼େଇ କଲାବେଳେ ଅହିଂସା ମାର୍ଗ ଅବଲମ୍ବନ କରିବା ଓ ସାମ୍ବିଧାନିକ ପଦ୍ଧତି ଆପଣାଇବା ଲାଗି ରାଷ୍ଟ୍ରପତି ଦେଶବାସୀ ବିଶେଷ କରି ଯୁବପିଢ଼ିଙ୍କୁ ଆହ୍ବାନ ଦେଇଛନ୍ତି। ନାଗରିକତ୍ୱ ସଂଶୋଧନ ଆଇନ, ଏନ୍‌ଆର୍‌ସିକୁ ବିରୋଧ କରି କଲେଜ ଛାତ୍ରୀଛାତ୍ର ବିଭିନ୍ନ ସ୍ଥାନରେ ହିଂସାତ୍ମକ ଆନ୍ଦୋଳନରେ ସାମିଲ ହେଉଥିବାରୁ ରାଷ୍ଟ୍ରପତି ଏଭଳି ପରାମର୍ଶ ଦେଇଛନ୍ତି। ଯୁବପିଢ଼ିଙ୍କ ପାଇଁ ରାଷ୍ଟ୍ର ହେଉଛି ପ୍ରଥମ। ସେମାନଙ୍କୁ ନେଇ ଆମେ ନୂଆ ଭାରତର ପରିକଳ୍ପନା କରୁଛୁ ବୋଲି ସେ କହିଛନ୍ତି।
ଏହି ଅବସରରେ ସୈନ୍ୟବାହିନୀର କାର୍ଯ୍ୟକୁ ରାଷ୍ଟ୍ରପତି ଉଚ୍ଚ ପ୍ରଶଂସା କରିଛନ୍ତି। ଦେଶର ଏକତା ଓ ଅଖଣ୍ଡତା ବଜାୟ ରଖିବାରେ ସେନାର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଦେଶର ସର୍ବାଙ୍ଗୀନ ବିକାଶ ପାଇଁ ସରକାର ନିରନ୍ତର ଉଦ୍ୟମରତ ବୋଲି ରାଷ୍ଟ୍ରପତି କହିଛନ୍ତି। ଦେଶରୁ ଦାରିଦ୍ର୍ୟ ଦୂରୀକରଣ ଏବଂ ନାଗରିକଙ୍କ ସଶକ୍ତିକରଣ ଲାଗି ବିଭିନ୍ନ ସରକାରୀ ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କରେ ରାଷ୍ଟ୍ରପତି ତଥ୍ୟ ରଖିଥିଲେ। ଆୟୁଷ୍ମାନ ଭାରତ ଯୋଜନା ବିଶ୍ୱର ସର୍ବବୃହତ୍‌ ସ୍ବାସ୍ଥ୍ୟ ଯୋଜନା। ଭାରତରେ ଜ୍ଞାନକୁ ସବୁବେଳେ ଧନଠାରୁ ଅଧିକ ପ୍ରାଧାନ୍ୟ ଦିଆଯାଇଛି। ଆମ ଶିକ୍ଷା ବ୍ୟବସ୍ଥାକୁ ବିଶ୍ୱସ୍ତରୀୟ କରିବା ଲାଗି ନିରନ୍ତର ଉଦ୍ୟମ ଜରୁରୀ ବୋଲି ରାଷ୍ଟ୍ରପତି କହିଥିଲେ। ଆଭ୍ୟନ୍ତରୀଣ ସୁରକ୍ଷା ଲାଗି ସରକାର ବହୁ ପଦକ୍ଷେପ ନେଇଛନ୍ତି। ସାଧାରଣ ବ୍ୟକ୍ତିମାନେ ମଧ୍ୟ ସେମାନଙ୍କ ବଡ଼ କାମ ଦ୍ୱାରା ଦେଶରେ ପରିବର୍ତ୍ତନ ଆଣିପାରିବେ ବୋଲି ରାଷ୍ଟ୍ରପତି କହିଥିଲେ। ଏହି ଅବସରରେ ସେ ଇସ୍ରୋର ସଫଳତାକୁ ଉଚ୍ଚ ପ୍ରଶଂସା କରିଥିଲେ। ଇସ୍ରୋ ପାଇଁ ଆଜି ଦେଶ ଗର୍ବିତ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?