ସମ୍ଭାବ୍ୟ ମହାବାତ୍ୟା ‘ଅମ୍ପନ’ର ମୁକାବିଲା ପାଇଁ ପ୍ରଶାସନକୁ ସହଯୋଗର ହାତ ବଢ଼ାଇଲା ସ୍ବେଛାସେବୀ ସଂଗଠନ

ଗଞ୍ଜାମ,୧୯।୫(ଡି.ଏନ୍‌.ଏ.): ମହାମାରୀ କରୋନା ପରେ ସାମୁଦ୍ରିକ ଝଡ଼ ବାତ୍ୟା ‘ଅମ୍ପନ’ ପାଇଁ ଚିନ୍ତିତ ହୋଇପଡିଛନ୍ତି ଗଞ୍ଜାମ ଜିଲାବାସୀ। ତେବେ ସହରର ଏକ ସ୍ବେଛାସେବୀ ସଂଗଠନ ଏହାର ମୁକାବିଲା ନିମନ୍ତେ ପ୍ରଶାସନକୁ ସହଯୋଗ ପାଇଁ ହାତ ବଢ଼ାଇଛି। ଏ ନେଇ କାଇଁଚପୁର ପଞ୍ଚାୟତ ସରପଞ୍ଚ ଜି. ସନ୍ତୋଷ ରେଡ୍ଡିଙ୍କ ଅଧ୍ୟକ୍ଷତାରେ ଋଷିକୂଲ୍ୟା ଗ୍ରାମ୍ୟ ବ୍ୟାଙ୍କ ନିକଟସ୍ଥ ଏକ କୋଠରିରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସମୁଦ୍ର ଉପକୂଳ ନିକଟବର୍ତ୍ତୀ ଅଞ୍ଚଳଗୁଡିକୁ ଯାଇ ସେଠାରେ ବାସ କରୁଥିବା ଲୋକଙ୍କୁ ଭେଟି ସେମାନଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରିବା ସହ ବ୍ଲକ ପ୍ରଶାସନକୁ ସହଯୋଗ ନିମନ୍ତେ ନିଷ୍ପତ୍ତି ନିଆଯାଇଛି। କରୋନା ଯୋଗୁ ଦୈନିକ ସହ ସହ ସଂଖ୍ୟାରେ ଆସୁଥିବା ପ୍ରବାସୀଙ୍କୁ ରନ୍ଧା ଖାଦ୍ୟ ପ୍ରଦାନ ଆଦି ଉପରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା l ଏଥିରେ ପୂର୍ବତନ କାଉନ୍‌ସିଲର ଦୁର୍ଗା ମାଧବ ପାଣିଗ୍ରାହୀ, ସାମାଜିକ କର୍ମୀ ବସନ୍ତ କୁମାର ସାହୁ, ଶ୍ୟାମା ରେଡ୍ଡି, ଲିଙ୍ଗରାଜ ପାତ୍ର, ପ୍ରଭାତ ସାହୁ, ମନୋରଞ୍ଜନ ସାହୁ, ଆଦିତ୍ୟ ମହାପାତ୍ର, ଉମା ଶଙ୍କର ଦାସ ପ୍ରମୁଖ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏଣିକି ଆଉ ହଇରାଣ ହେବେନି ଅଞ୍ଚଳବାସୀ

ତୁମୁଡିବନ୍ଧ,୫।୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଅଭାସୀ ମାଧ୍ୟମରେ ଗୁରୁବାର ମୁଖ୍ୟମନ୍ତ୍ରୀ ତୁମୁଡିବନ୍ଧ ତହସିଲ କାଯ୍ୟଳୟ ପରିସରରେ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମଟିକୁ…

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri