ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର

ଭୁବନେଶ୍ୱର,୧୮ା୧(ବ୍ୟୁରୋ): ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌଠାରେ ଆୟୋଜିତ ସପ୍ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ (ଭାରତ ଅଞ୍ଚଳ) ସମ୍ମିଳନୀରେ ଯୋଗଦେଇଛନ୍ତି ା ଲକ୍ଷ୍ନୌ ବିଧାନଭବନରେ ଆୟୋଜିତ ଏହି ସମ୍ମିଳନୀରେ ଲୋକ ସଭା ଓ ରାଜ୍ୟ ବିଧାନସଭାର ଉପଯୁକ୍ତ ପରିଚାଳନା ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ଏହି ସମ୍ମିଳନୀରେ ଦେଶର ସମ୍ବିଧାନ ଓ ବିଧାନସଭା ପରିଚାଳନା ନିୟମାବଳୀ ଅନୁଯାୟୀ ଗୃହ ପରିଚାଳନା ଠିକ୍‌ ଭାବେ କରିବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଏମ୍‌ପି, ବିଧାୟକ ଓ ଗୃହର କର୍ମଚାରୀମାନଙ୍କୁ ଗୃହ ପରିଚାଳନାରେ ସହାୟତା ପ୍ରଦାନ, ଉତ୍ତମ ପ୍ରଶାସନ ସମ୍ପର୍କିତ ମାନକ ଚିହ୍ନଟୀକରଣ ତଥା ରାଜ୍ୟଗୋଷ୍ଠୀର ମୂଲ୍ୟବୋଧକୁ କାର୍ଯ୍ୟାନ୍ବୟନ କରିବା ଆଦି ଏହି ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ। ଏହି ସମ୍ମିଳନୀକୁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ପୂର୍ଣ୍ଣ ଅଧିବେଶନ ଅବସରରେ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘର ଅନ୍ୟତମ ସଦସ୍ୟ ଭାବେ ଯୋଗଦେଇ ବାଚସ୍ପତି ଡ. ପାତ୍ର ‘ବଜେଟ ପ୍ରସ୍ତାବ ସମୀକ୍ଷା ନିମିତ୍ତ ବିଧାୟକମାନଙ୍କ ସାମର୍ଥ୍ୟ ବୃଦ୍ଧି’ ଓ ‘ବିଧାୟକ କାର୍ଯ୍ୟରେ ବିଧାୟକମାନଙ୍କ ଧ୍ୟାନ ପରିବର୍ଦ୍ଧନ’ ବିଷୟ ଉପରେ ନିଜର ବକ୍ତବ୍ୟ ରଖିଥିଲେ। ଏହି ସମ୍ମିଳନୀରେ ସମସ୍ତ ରାଜ୍ୟର ବାଚସ୍ପତି, ଉପବାଚସ୍ପତି, ବିଧାନସଭାର ପ୍ରମୁଖ ସଚିବ/ସଚିବଙ୍କ ସମେତ ଅଷ୍ଟ୍ରେଲିଆ ଓ ଦକ୍ଷିଣ-ପୂର୍ବ ଏସିଆ ଅଞ୍ଚଳର ପ୍ରତିନିଧିମାନେ ଯୋଗଦେଇଛନ୍ତି। ସମ୍ମିଳନୀକୁ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ, ଉତ୍ତରପ୍ରଦେଶ ଶାଖା ଦ୍ୱାରା ଆୟୋଜନ କରାଯାଉଛି। ୧୮ରେ ବାଚସ୍ପତି ଡ. ପାତ୍ର ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ। ଡ. ପାତ୍ରଙ୍କ ନେତୃତ୍ୱରେ ଗଠିତ ପ୍ରତିନିଧି ମଣ୍ଡଳୀରେ ଉପବାଚସ୍ପତି ରଜନୀକାନ୍ତ ସିଂ ଓ ବିଧାନସଭା ସଚିବ ଦାଶରଥି ଶତପଥୀ ପ୍ରମୁଖ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri