ସମ୍‌ ଅଲ୍ଟିମେଟ୍‌ ମେଡିକେୟାର ଲୋକାର୍ପିତ; ସ୍ବାସ୍ଥ୍ୟସେବାରେ ଓଡ଼ିଶାବାସୀଙ୍କୁ ବିଶେଷ ସହାୟକ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧।୩(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ) ଦ୍ୱାରା ଶନିବାର ଅତ୍ୟାଧୁନିକ ସମ୍‌ ଅଲ୍ଟିମେଟ୍‌ ମେଡିକେୟାର(ସମ୍ମମ୍‌) ଲୋକାର୍ପିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ନବୀନ ପଟ୍ଟନାୟକ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ହସ୍ପିଟାଲକୁ ଲୋକାର୍ପିତ କରିଥିଲେ। ମୁଖ୍ୟମନ୍ତ୍ରୀ ସୋଆର ନୂତନ ପଦକ୍ଷେପକୁ ପ୍ରଶଂସା କରିବା ସହ ଏହି ହସ୍ପିଟାଲ ଓଡ଼ିଶା ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇଦେବା କ୍ଷେତ୍ରରେ ଏକ ବିଶେଷ ଭୂମିକା ଗ୍ରହଣ କରିବ ବୋଲି କହିଥିଲେ। ସ୍ବରାଷ୍ଟ୍ର ମନ୍ତ୍ରୀ ଶାହା କହିଥିଲେ ଯେ, ଦେଶରେ ସମସ୍ତଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ଲାଗି ସରକାରୀ ଭିତ୍ତିଭୂମି ପର୍ଯ୍ୟାପ୍ତ ନୁହେଁ। ଏ କ୍ଷେତ୍ରରେ ଘରୋଇ ଉଦ୍ୟୋଗୀମାନଙ୍କର ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା କ୍ଷେତ୍ରରେ ବେସରକାରୀ ଅନୁଷ୍ଠାନଗୁଡ଼ିକର ସହଯୋଗର ଆବଶ୍ୟକତା ରହିଛି ବୋଲି ଶାହା କହିଥିଲେ। ଅନ୍ୟତମ ଅତିଥି କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଥିଲେ ଯେ, ଏହି ହସ୍ପିଟାଲ ପୂର୍ବ ଭାରତର ଅନ୍ୟତମ ବୃହତ ହସ୍ପିଟାଲରେ ପରିଣତ ହେବ। ଏହି ଅବସରରେ ସେ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ୍‌ ଭାରତ ଯୋଜନାକୁ ରାଜ୍ୟରେ ଲାଗୁ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଥିଲେ। ସମ୍ମମର ସିଇଓ ଡା. ଶ୍ୱେତପଦ୍ମା ଦାଶ କହିଥିଲେ ଯେ, ଏହି ହସ୍ପିଟାଲରେ ଡାକ୍ତରୀ ଶିକ୍ଷା ଏବଂ ଗବେଷଣା ଉପରେ ଗୁରୁତ୍ୱ ଦିଆଯିବ। ସମ୍ମମ୍‌ ଏଭଳି ଏକ ପ୍ଲାଟଫର୍ମ ହେବ, ଯେଉଁଠାରେ ଆମେ ସମାଜର ସମସ୍ତ ବର୍ଗଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇପାରିବୁ। ଏହି ଆଶା ଓ ଆବେଗକୁ ପାଥେୟ କରି ଆମେ ରୋଗୀଙ୍କୁ ଉତ୍ତମଧରଣର ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ଉଦ୍ୟମ କରିବୁ ବୋଲି ସିଇଓ କହିଛନ୍ତି। ଲୋକାର୍ପଣ ଉତ୍ସବରେ ସୋଆ ସଭାପତି ପ୍ରଫେସର ଡ. ମନୋଜରଞ୍ଜନ ନାୟକ ଉପସ୍ଥିତ ରହି ଅତିଥିଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

‘ସମ୍ମମ୍‌’ରେ ୧୪ଟି ମଡ୍ୟୁଲାର ଓଟି ସହିତ ଟ୍ରମା ଆଇସିୟୁ ତଥା ଆନ୍ତର୍ଜାତିକ ଜ୍ଞାନକୌଶଳ ପର୍ଯ୍ୟବସିତ ପେଟ୍‌ ସିଟି ସ୍କାନ୍‌, ଥ୍ରୀ ଟେଲସା ଏମଆରଆଇ ଏବଂ ଏଚଡିଆର୍‌ ବ୍ରାଭୋସ୍‌ ବ୍ରାକିଥେରାପି ଭଳି ଅତ୍ୟାଧୁନିକ କ୍ୟାନ୍‌ସର ଚିକିତ୍ସାର ବ୍ୟବସ୍ଥା କରାଯାଇଛି। ପ୍ରାୟ ୩୦ଟି ସ୍ପେଶିଆଲିଟି କ୍ଷେତ୍ରରେ ଚିକିତ୍ସା ଯୋଗାଇ ଦେବା ନିମନ୍ତେ ବ୍ୟବସ୍ଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri