ସମୟକୁ ଜ୍ଞାନ ଆହରଣରେ ଉପଯୋଗ କର: ମନ୍ତ୍ରୀ

ବ୍ରହ୍ମପୁର ଅଫିସ,୨ା୨-ପଠ୍ୟପୁସ୍ତକ ଅଧ୍ୟୟନ ଜୀବନର ମାପକାଠି ନୁହେଁ । କେବଳ ପାଠ୍ୟଖସଡା ସମ୍ପର୍କିତ ପୁସ୍ତକ ପଢି ପରୀକ୍ଷା ଦେବା ଶିକ୍ଷାର ମୂଳମନ୍ତ୍ର ନୁହେଁ । ପାଠ୍ୟପୁସ୍ତକ ସହ ଗ୍ରନ୍ଥାଗାରରେ ସଂଗୃହୀତ ପୁସ୍ତକ, ଖବରକାଗଜ ଅଧ୍ୟୟନ ମାଧ୍ୟମରେ ବାହ୍ୟଜ୍ଞାନ ଆହରଣ କରି ସମୟର ସଦୁପଯୋଗ କରିବା ଶିକ୍ଷାର ହିଁ ପ୍ରକୃତ ଲକ୍ଷ୍ୟ । ଛାତ୍ର ସମୟରେ ଜ୍ଞାନ ଆହରଣ ପାଇଁ ମିଳୁଥିବା ସମୟକୁ ଅପଚୟ ନ କରି ତାହାର ସୁବିନିଯୋଗ କରିବାକୁ ହେବ ବୋଲି ଖଲ୍ଲିିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟ ବାର୍ଷିକୋତ୍ସବରେ ଶନିବାର ମୁଖ୍ୟଅତିଥି ଭାବେ ଯୋଗଦେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ କୁମାର ସାହୁ ଏହା କହିଛନ୍ତି । ଅଧ୍ୟୟନ ତଥା ଜ୍ଞାନ ଆହରଣ କ୍ଷେତ୍ରରେ ସମୟକୁ ବିନିଯୋଗ କରି ମାତାପିତାଙ୍କ ସ୍ବପ୍ନ ପୂରଣ କରିବା ଦିଗରେ ଛାତ୍ରୀଛାତ୍ରମାନେ ସଙ୍କଳ୍ପ ନେବାକୁ ମନ୍ତ୍ରୀ କହିଥିଲେ ।
ରାଜ୍ୟ ଚଳଚ୍ଚିତ୍ର ନିଗମ ଅଧ୍ୟକ୍ଷ କୁନା ତ୍ରିପାଠୀ ମୁଖ୍ୟବକ୍ତା ଭାବେ ଯୋଗଦେଇ ଓଡ଼ିଆ ଭାଷା, ସାହିତ୍ୟର ଅବକ୍ଷୟ ଉପରେ ଆଲୋକପାତ କରିଥିଲେ। ଓଡ଼ିଆ ଭାଷା, ସାହିତ୍ୟ ଧୀରେ ଧୀରେ ଅପସଂସ୍କୃତି ଆଡକୁ ଗତିଶୀଳ ହେଉଛି। ଏହାର ପ୍ରଚାର ପ୍ରସାର ଦିଗରେ ଏବେଠାରୁ ପଦକ୍ଷେପ ଗ୍ରହଣ ନ କଲେ ଏହି ଭାଷା ଆଗକୁ ଯାଇ ଓଡ଼ିଆଙ୍କ ପାଇଁ ବିପଦ ସୃଷ୍ଟି କରିବ ବୋଲି ମୁଖ୍ୟବକ୍ତା ତ୍ରିପାଠୀ ଆହ୍ବାନ ଦେଇଥିଲେ। ଅଧ୍ୟକ୍ଷା ଉତ୍ତମା ଜେନାଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମକୁ ମନ୍ତ୍ରୀ ସାହୁ ଉଦ୍‌ଘାଟନ କରିଥିଲେ । ‘ମୋ କଲେଜ’ ଅଧ୍ୟକ୍ଷ ଆକାଶ ଦାସ ନାୟକ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, କଲେଜ ପରିଚାଳନା କମିଟି ଅଧ୍ୟକ୍ଷ ତଥା ପୂର୍ବତନ ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ସମ୍ମାନିତ ଅତିଥି ତଥା ମୋ କଲେଜ ଅଧ୍ୟକ୍ଷ ନାୟକ ସରକାରଙ୍କ ମୋ କଲେଜ ସମ୍ପର୍କରେ ଆଲୋଚନା କରିଥିଲେ।
ସରକାରଙ୍କ ମୋ କଲେଜ କାର୍ଯ୍ୟକ୍ରମ କଲେଜ କର୍ତ୍ତୃପକ୍ଷ ଓ ପୁରାତନ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଏକ ସମ୍ପର୍କର ସେତୁ ସୃଷ୍ଟି କରିବ। ପୁରାତନ ଛାତ୍ରୀଛାତ୍ରଙ୍କ ସମେତ ରାଜ୍ୟ ସରକାରଙ୍କ ମୋ କଲେଜ ଯୋଜନାର ମିଳିତ ସହଯୋଗରେ ମହାବିଦ୍ୟାଳୟଗୁଡିକରେ ଥିବା ସମସ୍ୟାର ସମାଧାନ ଓ ବିକାଶ କରିବା ଏହାର ମୂଳ ଉଦ୍ଦେଶ୍ୟ ବୋଲି ନାୟକ କହିଥିଲେ । ଛାତ୍ର ସଂସଦ ଉପଦେଷ୍ଟା ଡ. ପ୍ରଶାନ୍ତ ନରେନ୍ଦ୍ର ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଡ. ବିଦ୍ୟୁତ୍‌ପ୍ରଭା ସାହୁ ନାଟ୍ୟ ସଂସଦ ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି ଅବସରରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଛାତ୍ରୀଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । ମହାବିଦ୍ୟାଳୟ ଉପାଧ୍ୟକ୍ଷ ସିଦ୍ଧାର୍ଥ ଶଙ୍କର ପାଢୀ ଅତିଥି ପରିଚୟ ପ୍ରଦାନ କରିଥିଲେ । ଡ. ପଞ୍ଚାନନ ଗୌଡ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri