ସରକାରଙ୍କ ଆନ୍ତରିକତା ନ ଥିଲା; ଗୁରୁବାର ଓଡ଼ିଶା ଇତିହାସରେ ସ୍ମରଣୀୟ ଦିନ ହୋଇ ରହିବ: ବିଜୟ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରଥଯାତ୍ରା ବନ୍ଦ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଭାଜପା ନେତା ବିଜୟ ମହାପାତ୍ର। ସେ କହିଛନ୍ତି, ଓଡ଼ିଶା ଇତିହାସରେ ଗୁରୁବାର ସ୍ମରଣୀୟ ଦିନ ହୋଇ ରହିବ। ଏଥିନେଇ ଚକ୍ରାନ୍ତ ଓ ଷଡ଼ଯନ୍ତ୍ର ଚାଲିଛି ବୋଲି ଆଶଙ୍କା କରାଯାଉଥିଲା। ଶେଷରେ ତାହା ସଫଳ ହୋଇଛି। ସ୍ନାନଯାତ୍ରାଠାରୁ ଏବେ ପର୍ଯ୍ୟନ୍ତ ସବୁ ନୀତିକାନ୍ତି କଟକଣା ମଧ୍ୟରେ ହୋଇଛି। କିନ୍ତୁ ରାଜ୍ୟ ସରକାର ସନ୍ଦେହ ଘେରରେ ରହିଲେ। କାରଣ ରଥଯାତ୍ରା କରିବାକୁ ସରକାରଙ୍କ ଆନ୍ତରିକତା ନ ଥିଲା। କଟକଣା ମାନି ରଥଯାତ୍ରା କରିବାକୁ ସତ୍ୟପାଠ ସରକାର ଦେଇପାରିଥାନ୍ତେ। ରଥଯାତ୍ରାରେ ୧୦ ଲକ୍ଷ ଜନସମାଗମ ହେବ ନାହିଁ ଭଳି ଯୁକ୍ତି ହୋଇପାରିଲାନି। ଦାମି ଓକିଲ ଦେଇ ରଥଯାତ୍ରାକୁ ଏଭଳି ସ୍ମରଣୀୟ କରିବା ଠିକ୍‌ ହେଲାନାହିଁ। ଅନ୍ୟ ନୀତିକାନ୍ତି କିଭଳି ହେବ ଆନ୍ତରିକତା ଓ ନିଷ୍ଠାର ସହ ସରକାର କରନ୍ତୁ ବୋଲି ବିଜୟ କହିଛନ୍ତି।

ପ୍ରକାଶ ଯେ, ଜୁନ୍‌ ୨୩ରେ ରଥଯାତ୍ରାକୁ ନେଇ ସମସ୍ତ ପ୍ରସ୍ତୁତି ଚାଲିଥିଲା। ହେଲେ ଗୁରୁବାର ସୁପ୍ରିମକୋର୍ଟ ରଥଯାତ୍ରା ହେବ ନାହିଁ ବୋଲି ନିଷ୍ପତ୍ତି ଶୁଣାଇବା ପରେ ଭକ୍ତ ଓ ସେବାୟତମାନେ ନିରାଶ ହୋଇଛନ୍ତି। ଏହାକୁ ସହଜରେ ସେମାନେ ଗ୍ରହଣ କରିପାରୁନାହାନ୍ତି। ଏପରିକି ରଥଯାତ୍ରା ହେବା ଦାବିରେ ଶ୍ରୀକ୍ଷେତ୍ର ସୁରକ୍ଷା ବାହିନୀ ଏବଂ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଶୁକ୍ରବାର ୬ ଘଣ୍ଟିଆ ପୁରୀ ବନ୍ଦ ଡାକରା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯: କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri