ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୨୧ା୨- ସରକାର ଗରିବଙ୍କ ପାଇଁ ଅନେକ ଯୋଜନା କରିଛନ୍ତି। ଏସବୁ ଯୋଜନା ବିଷୟରେ ଗ୍ରାମାଞ୍ଚଳର ଆଦିବାସୀ ଏବଂ ପଛୁଆବର୍ଗର ଲୋକେ ଜାଣି ପାରୁନାହାନ୍ତି। ସରକାର ୫-ଟି ବ୍ୟବସ୍ଥା କରଛନ୍ତି। ଯଦି କେହି ସରକାରୀ କର୍ମଚାରୀ କୌଣସି ଯୋଜନାରୁ ହିତାଧିକାରୀଙ୍କୁ ବାଦ୍ ଦେବାକୁ ଚେଷ୍ଟା କରିବେ ସେମାନଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ସରକାରୀ ଯୋଜନା ଉପରେ ଅବଗତ ହୋଇ ନିଜ ଆର୍ଥିକ ସ୍ଥିତି ମଜବୁତ କରିବା ଓ ଅନ୍ୟମାନଙ୍କୁ ଏହା ଜଣାଇବା ଶିବିରର ମୂଳ ଲକ୍ଷ୍ୟ ବୋଲି ଫୁଲବାଣୀ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ବୀରେନ୍ଦ୍ର କୁମାର ଦାସ ଫିରିଙ୍ଗିଆ ଉନ୍ନିତ ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ଅନୁଷ୍ଠିତ ସମ୍ପର୍କ ଶିବିରରେ ପ୍ରକାଶ କରିଛନ୍ତି। ଆଦିବାସୀ ପିଲାମାନେ ଅନ୍ବେଷା ଯୋଜନାରେ ସହରାଞ୍ଚଳର ଅଗ୍ରଣୀ ଘରୋଇ ବିଦ୍ୟାଳୟରେ ମାଗଣାରେ ଇଂଲିଶ ମିଡିୟମ ସ୍କୁଲରେ ପଢ଼ିପାରିବେ। ଛାତ୍ରାବାସ, ଛାତ୍ରବୃତ୍ତି ଓ ଦେୟମୁକ୍ତ ଆବାସିକ ଶିକ୍ଷା ବ୍ୟବସ୍ଥା ରହିଛି। ଜୀବନ କୌଶଳ ଶିକ୍ଷା କାର୍ଯ୍ୟକ୍ରମ, ସ୍ବତନ୍ତ୍ର ଉନ୍ନୟନ ପରିଷଦ ଜରିଆରେ ଜନଜାତିମାନଙ୍କ ସଂସ୍କୃତି, ସାମାଜିକ ପ୍ରଥା, ନୃତ୍ୟଗୀତ, ପୂଜାପାଠର ରକ୍ଷଣାବେକ୍ଷଣ କରାଯାଉଛି। ଏପରି ଆହୁରି ଅନେକ କାର୍ଯ୍ୟକ୍ରମ ରହିଛି ବୋଲି ଶିବିରରେ ଉପସ୍ଥିତ ଜନସାଧାରଣଙ୍କୁ ଅବଗତ କରାଯାଇଥିଲା। ବ୍ଳକ ଅଧ୍ୟକ୍ଷ ଲାଲନନ୍ଦ ପ୍ରଧାନ, ବିଡିଓ ରଶ୍ମି ରଞ୍ଜନ ମହନ୍ତ, ଆଦିବାସୀ ନେତା ସୁଦର୍ଶନ କହଁର, ସ୍ବତନ୍ତ୍ର ଉନ୍ନୟନ ପରିଷଦ ପୂର୍ବତନ ସଭ୍ୟ ପଞ୍ଚାନନ ନାଏକ, ଜିଲା ମଙ୍ଗଳ ଅଧିକାରୀ ଶେଷଦେବ ବେହେରା ପ୍ରମୁଖ ଅତିଥି ଭାବେ ଯୋଗଦେଇ ସରକାରଙ୍କ ଯୋଜନା ଉପରେ କହିଥିଲେ। ବ୍ଲକ ସମ୍ପ୍ରସାରଣ ଅଧିକାରୀ ରବୀନ୍ଦ୍ର କୁମାର ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
Posted inଆମ ଜିଲା ଖବର, କନ୍ଧମାଳ View All
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…
ଛତ୍ରପୁର,୮।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…
କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…
ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ
ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ
ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…
Archives

