ସରକାରୀ କର୍ମଚାରୀଙ୍କୁ ଜିପିଏଫ୍‌ ଝଟକା

ନୂଆଦିଲ୍ଲୀ,୧୭।୭: ମୋଦି ସରକାର ସରକାରୀ କର୍ମଚାରୀଙ୍କୁ ଝଟକା ଦେଇ ଜେନେରାଲ ପ୍ରୋଭିଡେଣ୍ଟ ଫଣ୍ଡ(ଜିପିଏଫ୍‌) ଓ ଏଥିସହିତ ଜଡ଼ିତ ଅନ୍ୟ ଫଣ୍ଡ ଉପରେ ମିଳୁଥିବା ସୁଧ ହାରରେ ୧୦ ବେସିସ୍‌ ପଏଣ୍ଟ ହ୍ରାସ କରିଛନ୍ତି। ଗତ ତିନୋଟି ତ୍ରୈମାସରେ ଜିପିଏଫ୍‌ ଉପରେ ୮ ପ୍ରତିଶତ ସୁଧ ହାର ମିଳୁଥିବା ବେଳେ ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସ ଲାଗି ସୁଧ ହାର ୭.୯% ଘୋଷଣା କରାଯାଇଛି। ସୁଧ ହାର ହ୍ରାସ ଯୋଗୁ କେନ୍ଦ୍ର ସରକାରୀ, ରେଲଓ୍ବେ ଓ ପ୍ରତିରକ୍ଷା କ୍ଷେତ୍ରରେ କାର୍ଯ୍ୟରତ ଲକ୍ଷ ଲକ୍ଷ କର୍ମଚାରୀଙ୍କୁ କ୍ଷତି ହେବ। ନୂଆ ସୁଧ ହାର ଜୁଲାଇ ପହିଲାରୁ ଲାଗୁ ହେବ ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସୂଚନାଥାଉ କି, କେନ୍ଦ୍ର ସରକାରୀ କର୍ମଚାରୀ ନିଜର ପିଏଫ୍‌ ଅର୍ଥାତ ଭବିଷ୍ୟନିଧି ପାଣ୍ଠିରେ ବେତନର ଏକ ଅଂଶବିଶେଷ ଜମା କରିଥାନ୍ତି। ଅବସର ପରେ ସେମାନଙ୍କୁ ସେହି ଅର୍ଥ ପ୍ରଦାନ କରାଯାଇଥାଏ। ୨୦୦୩, ଡିସେମ୍ବର ୩୧ ପୂର୍ବରୁ ନିଯୁକ୍ତ ସମସ୍ତ ସରକାରୀ କର୍ମଚାରୀଙ୍କୁ ଜିପିଏଫ୍‌ ସୁବିଧା ମିଳୁଛି। ଜିପିଏଫ୍‌ ସମେତ ଅନ୍ୟ କେତେକ ଫଣ୍ଡ ଯଥା: କଣ୍ଟ୍ରିବ୍ୟୁଟୋରୀ ପ୍ରୋଭିଡେଣ୍ଟ ଫଣ୍ଡ(ଇଣ୍ଡିଆ), ଅଲ୍‌ ଇଣ୍ଡିଆ ସର୍ଭିସେସ୍‌ ପ୍ରୋଭିଡେଣ୍ଟ ଫଣ୍ଡ, ଷ୍ଟେଟ୍‌ ରେଲଓ୍ବେ ପ୍ରୋଭିଡେଣ୍ଟ ଫଣ୍ଡ, ଜେନେରାଲ ପ୍ରୋଭିଡେଣ୍ଟ ଫଣ୍ଡ(ଡିଫେନ୍ସ ସର୍ଭିସେସ୍‌), ଇଣ୍ଡିଆନ ଅର୍ଡିନାନ୍ସ ଡିପାର୍ଟମେଣ୍ଟ ପ୍ରୋଭିଡେଣ୍ଟ ଫଣ୍ଡ, ଇଣ୍ଡିଆନ ଅର୍ଡିନାନ୍ସ ଫ୍ୟାକ୍ଟରିଜ ଓ୍ବର୍କମେନ୍ସ ପ୍ରୋଭିଡେଣ୍ଟ ଫଣ୍ଡ, ଇଣ୍ଡିଆନ ନେଭାଲ ଡକ୍‌ୟାର୍ଡ ଓ୍ବର୍କମେନ୍ସ ପ୍ରୋଭିଡେଣ୍ଟ ଫଣ୍ଡ, ଡିଫେନ୍ସ ସର୍ଭିସେସ୍‌ ଅଫିସର୍ସ ପ୍ରୋଭିଡେଣ୍ଟ ଫଣ୍ଡ ଏବଂ ଆର୍ମଡ ଫୋର୍ସେସ୍‌ ପର୍ସନାଲ ପ୍ରୋଭିଡେଣ୍ଟ ଫଣ୍ଡର ସୁଧ ହାର ମଧ୍ୟ ହ୍ରାସ ପାଇଛି। ଏଥିପୂର୍ବରୁ ୨୦୧୮ ଅକ୍ଟୋବରରେ ଜିପିଏଫ୍‌ ସୁଧ ହାରରେ ପରିବର୍ତ୍ତନ କରାଯାଇ ସୁଧ ହାର ୦.୪% ବୃଦ୍ଧି କରାଯାଇଥିଲା। ଏହା ସେବେଠାରୁ ୮% ରହିଥିଲା। ସୂଚନାଥାଉ କି, କେନ୍ଦ୍ର ସରକାର ଗତ ମାସରେ ପବ୍ଲିକ୍‌ ପ୍ରୋଭିଡେଣ୍ଟ ଫଣ୍ଡ, ନ୍ୟାଶନାଲ ସେଭିଙ୍ଗସ ସାର୍ଟିଫିକେଟ ସମେତ ସମସ୍ତ ସ୍ବଳ୍ପ ସଞ୍ଚୟ ଯୋଜନାର ସୁଧ ହାର ୦.୧% ହ୍ରାସ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri