ସରକାରୀ ଜମିରେ ଛତୁଆ ପ୍ରସ୍ତୁତି କେନ୍ଦ୍ର: ତହସିଲ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ

କେନ୍ଦୁଝର,୧୨।୨ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ କୁମୁଣ୍ଡି ପଞ୍ଚାୟତ ତଳଜାଗର ଡୁମୁରିଡିହି ସାହିରେ ସରକାରୀ ଜମିରେ ବେଆଇନ ଭାବେ ଛତୁଆ ପ୍ରସ୍ତୁତି କେନ୍ଦ୍ର ହୋଇଥିବା ଅଭିଯୋଗ କରାଯାଇଛି। ଏ ନେଇ ସ୍ଥାନୀୟ କେତେଜଣ ଲୋକ ବାଂଶପାଳ ତହସିଲଦାରଙ୍କ ନିକଟରେ ଅଭିଯୋଗ କରି ତୁରନ୍ତ ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ କରାଯାଉ ବୋଲି ଦାବି କରିଛନ୍ତି।
ଅଭିଯୋଗ ଅନୁଯାୟୀ, ୨୦୧୮ରେ ସରକାରୀ ଜମି ଜବରଦଖଲ କରି ସ୍ଥାନୀୟ ଏକ ସ୍ବୟଂସହାୟକ ଗୋଷ୍ଠୀ ଛତୁଆ ପ୍ରସ୍ତୁତି କେନ୍ଦ୍ର ନିର୍ମାଣ କରିଛି। ଉକ୍ତ କେନ୍ଦ୍ର ନିର୍ମାଣ ସମୟରେ ସେହି ସ୍ଥାନରେ ଥିବା ବହୁ ପୁରୁଣା ମୂଲ୍ୟବାନ ଗଛ କାଟି ଦିଆଯାଇଛି। ସରକାରୀ ଜମିରେ ସମ୍ପୃକ୍ତ ଗୋଷ୍ଠୀ ଛତୁଆ ପ୍ରସ୍ତୁତି କେନ୍ଦ୍ର ନିର୍ମାଣ କରିଥିବା ବେଳେ କିପରି ଋଣ ମଞ୍ଜୁର କରାଗଲା ତାହା ତଦନ୍ତସାପେକ୍ଷ। କ୍ଷେତ୍ର ଅନୁସନ୍ଧାନ ନ କରି କିପରି ସରକାରୀ ଜମିରେ ନିର୍ମିତ ଗୃହକୁ ଅନୁମତି ଦିଆଗଲା ତାହାକୁ ନେଇ ପ୍ରଶ୍ନ ଉଠିଛି। ଗୋଷ୍ଠୀର ଜଣେ ସଦସ୍ୟ ନିର୍ବାଚିତ ପ୍ରତିନିଧି ହୋଇଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଶୁଆକାଟି ରାଜସ୍ବ ନିରୀକ୍ଷକ ତରଣୀସେନ ପାତ୍ରଙ୍କ ସହ ଯୋଗାଯୋଗ କରିବାରୁ ଉକ୍ତ ସ୍ଥାନ ମାପଚୁପ କରି ବାଂଶପାଳ ତହସିଲଦାରଙ୍କୁ ରିପୋର୍ଟ ଦିଆଯିବ ବୋଲି କହିଛନ୍ତି। ବାଂଶପାଳ ତହସିଲଦାର ତ୍ରିନାଥ ଦାସ ଅଭିଯୋଗ ପରେ ଘଟଣାର ତଦନ୍ତ କରି ସପ୍ତାହକ ମଧ୍ୟରେ ରିପୋର୍ଟ ଦେବାକୁ ଶୁଆକାଟି ରାଜସ୍ବ ନିରୀକ୍ଷକଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ପ୍ରକାଶ କରିଛନ୍ତି। ତେବେ ତହସିଲ ପକ୍ଷରୁ ତୁରନ୍ତ ତଦନ୍ତ କରି ପଦକ୍ଷେପ ନିଆ ନ ଗଲେ ବାଧ୍ୟ ହୋଇ ତହସିଲଦାରଙ୍କ କାର୍ଯ୍ୟାଳୟ ଘେରାଉ କରିବେ ବୋଲି ସ୍ଥାନୀୟ ଲୋକେ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ସିଡିପିଓ କୋପ୍ରା ମାଝୀଙ୍କୁ ପଚାରିବାରୁ ସେ ଯୋଗଦେବା ପୂର୍ବରୁ କେନ୍ଦ୍ର ଚାଲିଛି, ଏଣୁ ଜମି ବିଷୟରେ ଅବଗତ ନ ଥିବା କହିଛନ୍ତି।
ଫଟୋ-


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri