ସରକାରୀ ଜମି ଜବରଦଖଲ: ଉଚ୍ଛେଦ ଲାଗି ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଭବାନୀପାଟଣା,୨୫।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅର୍ତ୍ତଳ ପଞ୍ଚାୟତ କାନ୍ଦୁଲଝର ଗାଁର କିଛି ପ୍ରଭାବଶାଳୀ ବ୍ୟକ୍ତି ପ୍ରାୟ ୫ ଏକର ସରକାରୀ ଜମିକୁ ଜବରଦଖଲ କରି ଅକ୍ତିଆର କରିଛନ୍ତି। ଏ ନେଇ ଗ୍ରାମବାସୀ ବୋର୍ଡା ଫାଣ୍ଡିରେ ଅଭିଯୋଗ କରିବା ସହ ଜିଲାପାଳଙ୍କ ନିକଟରେ ଫେରାଦ ହୋଇଛନ୍ତି। ସୂଚନା ଅନୁଯାୟୀ, ପଞ୍ଚାୟତର କାନ୍ଦୁଲଝର ଗାଁରେ ସର୍ବସାଧାରଣ ଜାଗାରେ ମୌଜାର ଖାତା ନଂ.୫୭୭, ପ୍ଲଟ ନଂ.୬୩୬ରେ ପ୍ରାୟ ୫ ଏକର ସରକାରୀ ଜମି ଓ ରାସ୍ତା ରହିଛି। ଏହି ଜମିରେ ବେଆଇନ ଭାବେ ଗାଁର କେତେକ ଲୋକେ ଘର କରିବା ସହ ରାସ୍ତା ଜବରଦଖଲ କରିଥିବା ଅଭିଯୋଗ ହୋଇଛି। ଏ ନେଇ ଗ୍ରାମବାସୀ ପ୍ରତିବାଦ କରିବାରୁ ଗ୍ରାମବାସୀଙ୍କ ନାଁରେ ମିଛ କେସ ଦେଇ ଫସାଇ ଦେବା ପାଇଁ ଜବରଦଖଲକାରୀମାନେ ଧମକ ଦେଉଥିବା ଅଭିଯୋଗ ହେଉଛି। ଏପରିକି ରାସ୍ତାରେ ମାଟି, ମେଟାଲ ଓ କାଠଗଣ୍ଡି ରଖି ଦୀର୍ଘ ଦିନ ହେଲା ଅବରୋଧ କରାଯାଇ ଥିବାରୁ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଫଳରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ନେଇ ଗାଁରେ ଉତ୍ତେଜନା ଲାଗି ରହିଥିବା ବେଳେ ଗ୍ରାମବାସୀ ବୋର୍ଡା ଫାଣ୍ଡିରେ ଅଭିଯୋଗ କରିବା ସହ ଜବରଦଖଲ ଉଚ୍ଛେଦ ଲାଗି ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ପ୍ରଶାସନ ସମସ୍ୟାର ସମାଧାନ ନ କଲେ ଆଗାମୀ ଦିନରେ ପରିସ୍ଥିତି ଅଣାୟତ୍ତ ହୋଇ ପଡ଼ିବ ବୋଲି ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri