ସରକାରୀ ଜମି ବିକ୍ରି କରି ଯୁବକ ଗିରଫ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ନିଜକୁ କଟକ ଏସ୍‌ସିବି ମେଡିକାଲର ଡାକ୍ତର କହି କେତେଜଣଙ୍କୁ ସରକାରୀ ଜମି ବିିକ୍ରି କରିଥିଲେ। ସେମାନେ ଠକେଇର ଶିକାର ହୋଇଥିବା ଜାଣିବା ପରେ ଖଣ୍ଡଗିରି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ରବିବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଜଗତସିଂହପୁର ବାଲିକୁଦାର ସାରଦା ପ୍ରସାଦ ମହାନ୍ତି(୪୨)। ସେ ସଁାପୁରରେ ରୁହନ୍ତି। ମିଳିଥିବା ସୂଚନା ଅନୁଯାୟୀ, ସାରଦା କଟକ ଏସ୍‌ସିବିରେ ପାରାମେଡିକାଲ ଓ୍ବାର୍କରଭାବେ କାମ କରନ୍ତି। ସେ ସ୍ଥାନୀୟ ଲୋକଙ୍କୁ ଏସ୍‌ସିବି ମେଡିକାଲରେ ଡାକ୍ତର ଥିବା କହୁଥିଲେ। ଏପରି କି ସେ ପଣ୍ଡାକୁଦିଆ ଅଞ୍ଚଳରେ ଥିବା କିଛି ସରକାରୀ ଜାଗାକୁ ମାଡ଼ିବସିଥିଲେ। ଏହାକୁ ନିଜ ଜାଗା ବୋଲି କହି ବିକ୍ରି ନିମନ୍ତେ କେତେଜଣଙ୍କଠାରୁ ଟଙ୍କା ନେଇଥିଲେ। କିନ୍ତୁ ସେ କବଲା କରି ନ ଥିଲେ। ଜମି ପାଇଁ ଟଙ୍କା ଦେଇଥିବା ବ୍ୟକ୍ତିମାନେ ଉକ୍ତ ଜାଗାରେ ଆଜବେଷ୍ଟସ ଘର କରି ଦେଇଥିଲେ। ଶେଷରେ ବିଡିଏ ପକ୍ଷରୁ ଉକ୍ତ ଘର ଭାଙ୍ଗିବା ପରେ ତାହା ସରକାରୀ ଜାଗା ବୋଲି ସେମାନେ ଜାଣିବାକୁ ପାଇଥିଲେ। ଏନେଇ ସେମାନେ ସାରଦାଙ୍କୁ ଟଙ୍କା ମାଗିଥିଲେ ମଧ୍ୟ ସେ ଧରାଛୁଅଁା ଦେଇ ନ ଥିଲେ। ଶେଷରେ ଠକେଇର ଶିକାର ହୀରାବତୀ ଦାଶ, ସୁଜାତା ଦାଶ ଏବଂ ଅନ୍ୟଜଣେ ଥାନାରେ ଅଭିଯୋଗ କରିଥିଲେ। ସେମାନଙ୍କଠାରୁ ସାରଦା ୩ଲକ୍ଷ ଟଙ୍କା ନେଇଥିବାବେଳେ ଏକାଧିକ ବ୍ୟକ୍ତିଙ୍କଠାରୁ ପ୍ରାୟ ୩୫ ଲକ୍ଷ ଟଙ୍କା ନେଇଥିବା ପୋଲିସ ତଦନ୍ତରୁ ଜାଣିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

କ୍ରିଷ୍ଣ ମୋହନଙ୍କୁ ମିଳିଲା ଗୁରୁଦାୟିତ୍ୱ: ଜାଣନ୍ତୁ ସେ କିଏ

ନୂଆଦିଲ୍ଲୀ,୬।୭: ଅଯୋଧ୍ୟା ରାମମନ୍ଦିର ଦାନ ଅର୍ଥ ଆତ୍ମସାତ ଅଭିଯୋଗ ପରେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଓ ସଦସ୍ୟ ଅନିଲ ମିଶ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri