ସରକାରୀ ଡାକ୍ତରଖାନାକୁ ଦିଆଯିବ ବିଶ୍ୱସ୍ତରୀୟ ଡାକ୍ତରୀ ଯନ୍ତ୍ରପାତି: ନିର୍ଦ୍ଧାରିତ ସମୟରେ ନ ଦେଲେ କମ୍ପାନୀ ହେବେ କଳା ତାଲିକାଭୁକ୍ତ

ଭୁବନେଶ୍ୱର,୮।୭(ବ୍ୟୁରୋ): ସରକାରୀ ଡାକ୍ତରଖାନାଗୁଡ଼ିକ ଲାଗି ବିଶ୍ୱସ୍ତରୀୟ ଯନ୍ତ୍ରପାତି କିଣାଯିବ। ବିଶେଷଜ୍ଞ କମିଟିର ପରାମର୍ଶ କ୍ରମେ ଏହାକୁ କିଣିବା ଲାଗି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ଓଡ଼ିଶା ମେଡିକାଲ କର୍ପୋରେଶନର କାର୍ଯ୍ୟ ସମୀକ୍ଷା ଅବସରରେ ମନ୍ତ୍ରୀ ଦାସ କହିଛନ୍ତି, ଡାକ୍ତରୀ ସାଜ ସରଞ୍ଜାମ ଖରିଦ କ୍ଷେତ୍ରରେ ପୂର୍ବ ଧାରାରେ ପରିବର୍ତ୍ତନ କରାଯିବ। କୌଣସି ସାମଗ୍ରୀ କିଣାଯିବା ସମୟରେ ତାହାର ‘ଭେରିଫିକେଶନ୍‌’ ବଦଳରେ ଏହା କେତେ ଆଧୁନିକ ତାହା ଅନୁଧ୍ୟାନ ହେବ। ଏହାପରେ ଟେଣ୍ଡରରେ କୃତକାର୍ଯ୍ୟ ହେଉଥିବା ସଂସ୍ଥା ଯେପରି ଧାର୍ଯ୍ୟ ସମୟରେ ତାହା ପ୍ରଦାନ କରିବେ ତାହା ଉପରେ ଗୁରୁତ୍ୱ ଦେବାକୁ ମନ୍ତ୍ରୀ କହିଛନ୍ତି। ଯଦି କୌଣସି ସଂସ୍ଥା ସାମଗ୍ରୀ ନ ଦେଇ ପାରିଲା ତେବେ ଉକ୍ତ କମ୍ପାନୀକୁ ‘କଳା ତାଲିକାଭୁକ୍ତ’ କରାଯିବ। ଫଳରେ ଉକ୍ତ କମ୍ପାନୀ ଭବିଷ୍ୟତରେ ସରକାରଙ୍କ ସହ କୌଣସି ବ୍ୟବସାୟ କରିପାରିବ ନାହିଁ ବୋଲି ସେ ସୂଚନା ଦେଇଛନ୍ତି।

ଏହି ଅବସରରେ ମନ୍ତ୍ରୀ ସୁନେତ୍ର ଯୋଜନାର ସମୀକ୍ଷା କରିବା ସହ ଆଉ ୧୦ଟି ଜିଲାକୁ ଏହା ସମ୍ପ୍ରସାରିତ ହେବ। ଏପରିକି ଏହି ଯୋଜନାନୁଯାୟୀ ସମସ୍ତ ମେଡିକାଲ କଲେଜରେ ଛୋଟ ପିଲାଙ୍କ ଚକ୍ଷୁରେ ଲେଜର ଚିକିତ୍ସା କରିବାଲାଗି ନିଷ୍ପତ୍ତି ନିଆଯାଇଛି। ସେହିଭଳି ବର୍ଷା ଋତୁ ପରିପ୍ରେକ୍ଷୀରେ ଆଗାମୀ ତିନି ଚାରି ମାସ ପାଇଁ ରାଜ୍ୟରେ ଖାଦ୍ୟ ଓ ପାନୀୟ ଉପରେ ସତର୍କ ଦୃଷ୍ଟି ରଖିବା ଲାଗି ମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଡା. ପ୍ରମୋଦ କୁମାର ମେହେର୍ଦ୍ଦା, ମେଡିକାଲ ନିଗମ ପରିଚାଳନା ନିର୍ଦ୍ଦେଶିକା ୟାମିନୀ ଷଡଙ୍ଗୀ, ସ୍ବାସ୍ଥ୍ୟସେବା ନିର୍ଦ୍ଦେଶକ ଡା. ସୁଶୀଲ କୁମାର କରଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri