ସରକାରୀ ବାବୁଙ୍କୁ ଓଡ଼ିଆ ଭାଷାର ପ୍ରଶିକ୍ଷଣ

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ):  ଓଡ଼ିଆ ଭାଷାରେ ପାଠ ପଢ଼ିବେ ସରକାରୀ ବାବୁ ଓ କର୍ମଚାରୀମାନେ। ପ୍ରଶାସନିକ କାର୍ଯ୍ୟରେ ଆବଶ୍ୟକ ହେଉଥିବା ଏବଂ ରାଜ୍ୟର ସାଧାରଣ ଲୋକ ବୁଝିପାରୁଥିବା ଓଡ଼ିଆ ଭାଷାରେ ବାବୁମାନଙ୍କ ଜ୍ଞାନ ରହିବା ଜରୁରୀ। ଏଣୁ ସୋମବାରଠାରୁ ସରକାରୀ କର୍ମଚାରୀ ଓ ଅଧିକାରୀମାନଙ୍କ ପାଇଁ ଓଡ଼ିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସଂସ୍କୃତି ଭବନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ଆସନ୍ତା ୨୫ତାରିଖ ପର୍ଯ୍ୟନ୍ତ ଚାଲିବ। ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ‘ସରକାରୀ କାର୍ଯ୍ୟାଳୟରେ ଓଡ଼ିଆ ଭାଷାର ବ୍ୟବହାର’ ନିମନ୍ତେ ଅନୁଷ୍ଠିତ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ଲୋକସେବା ଭବନର ୧୫ ବିଭାଗରୁ ୪୦ ଅଧିକାରୀ ଓ କର୍ମଚାରୀ ଯୋଗଦେଇଥିଲେ। ସମସ୍ତ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବା ସହିତ ନଥି ଉପସ୍ଥାପନ ପାଇଁ ସେମାନଙ୍କୁ ପରାମର୍ଶ ଦିଆଯାଇଥିଲା। ସେମାନଙ୍କୁ ଏକ ପାଠ୍ୟ ପୁସ୍ତିକା ଖସଡ଼ା ପ୍ରଦାନ କରାଯିବା ମାଧ୍ୟମରେ ସମସ୍ତ ପ୍ରଶାସନିକ କାର୍ଯ୍ୟ ଓଡ଼ିଆ ଭାଷାରେ ସମ୍ପାଦନ କରି ଓଡ଼ିଶାବାସୀଙ୍କୁ ସମସ୍ତ ତଥ୍ୟ ଅବଗତ କରାଇବା ଦିଗରେ ବ୍ରତୀ ହେବାକୁ ପରାମର୍ଶ ଦିଆଯାଇଥିଲା।
ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ, ବିଭାଗ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ବିଜୟ କୁମାର ନାୟକ, ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ଅତିରିକ୍ତ ଶାସନ ସଚିବ ହିମାଂଶୁ ଭୂଷଣ ପଣ୍ଡା ଏବଂ ଓଡ଼ିଆ ଭାଷା ପ୍ରତିଷ୍ଠାନ ନିର୍ଦ୍ଦେଶକ ଡ. ତମସା ରାଣୀ ଦାଶ ମହାପାତ୍ର ଯୋଗଦେଇ ଓଡ଼ିଆ ଭାଷାର ମହତ୍ତ୍ବ, ସରକାରୀ ସ୍ତରରେ ଏହାର ଉପଯୋଗିତା ଏବଂ ସାଧାରଣ ଲୋକଙ୍କ ନିମନ୍ତେ ଭାଷାର ବ୍ୟବହାର ଉପରେ ଉଲ୍ଲେଖ କରିଥିଲେ। ପ୍ରଶିକ୍ଷାର୍ଥୀ ଓ ପ୍ରଶିକ୍ଷକଙ୍କ ମଧ୍ୟରେ ଆଦାନ ପ୍ରଦାନ ଜରିଆରେ ଓଡ଼ିଆ ଭାଷା ମାଧ୍ୟମ ହେଉ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ବିଶିଷ୍ଟ ଶିକ୍ଷାବିତ୍‌ ଡ. କୈଳାଶ ଚନ୍ଦ୍ର ଟିକାୟତରାୟ, ସୁରେନ୍ଦ୍ର କୁମାର ମିଶ୍ର, ଡ. ହରପ୍ରସାଦ ମିଶ୍ର, ଡ. ସିତାଂଶୁ କୁମାର ଦାସ ଓ ଡ. ବୈଷ୍ଣବ ଚରଣ ମହାନ୍ତି କାର୍ଯ୍ୟକ୍ରମରେ ପ୍ରଶିକ୍ଷକ ଭାବରେ କାର୍ଯ୍ୟ ନିର୍ବାହ କରିଥିଲେ।
ସୋମବାର କାର୍ଯ୍ୟକ୍ରମରେ ମାନକ ଭାଷା, କଥିତ ଭାଷା, ଲିଖିତ ଭାଷା, ଶବ୍ଦ ଭଣ୍ଡାରର ବ୍ୟବହାରିକ ରୂପ ଉପରେ ଆଲୋଚନା ହୋଇଥିଲା। ସେହିପରି ୨୨ ତାରିଖରେ ଓଡ଼ିଆ ଭାଷାର ପ୍ରଶାସନିକ ପ୍ରୟୋଗ(ଶୈଳୀ ଓ କୌଶଳ), ସଂଖ୍ୟା ଓ ତାରିଖର ବ୍ୟବହାର ଶୈଳୀ, ସଂକ୍ଷେପାକ୍ଷର ପ୍ରୟୋଗ, ଓଡ଼ିଆ ଭାଷା ବ୍ୟବହାରର ସମ୍ଭାବନା, ୨୩ ତାରିଖରେ ପ୍ରଶାସନିକ ଶବ୍ଦ ଚୟନ ଓ ଶବ୍ଦ ଗଠନ, ବନାନ ଶୁଦ୍ଧତା ଓ ଆବଶ୍ୟକତା, ବାକ୍ୟଗଠନ ଓ ଚିହ୍ନ ପ୍ରୟୋଗ, ୨୪ ତାରିଖରେ ଟିପ୍ପଣୀ ଚିଠା ଓ ଆଦେଶନାମା ପ୍ରସ୍ତୁତି, କର୍ମଶାଳାଗୁଡ଼ିକରେ ଆହୂତ ଟିପ୍ପଣୀର ଅନୁବାଦ ଇତ୍ୟାଦି ସମ୍ପର୍କରେ ଆଲୋଚନା ହେବ। ଆସନ୍ତା ୨୫ ତାରିଖରେ ପରୀକ୍ଷା ସହିତ ସମାପନ ପର୍ବ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri