ସରକାରୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ଅଶାନ୍ତି

ବାରିପଦା ଅଫିସ,୧୯ା୧୧- ମୟୂରଭଞ୍ଜ ଜିଲା ବାରିପଦା ବଡ଼ବଜାରସ୍ଥିତ ସରକାରୀ ମହିଳା ମହାବିଦ୍ୟାଳୟରେ ସୋମବାର ଛାତ୍ରୀ ଅଶାନ୍ତି ଦେଖା ଦେଇଛି। ମହାବିଦ୍ୟାଳୟରେ ସାଂସ୍କୃତିକ ଓ କ୍ରୀଡ଼ା କାର୍ଯ୍ୟକ୍ରମ ଦାବିରେ ଛାତ୍ରୀମାନେ ଆନ୍ଦୋଳନ ଓ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଛାତ୍ରୀ ନେତ୍ରୀ ବର୍ଷାରାଣୀ ପାତ୍ରଙ୍କ ନେତୃତ୍ୱରେ ଛାତ୍ରୀମାନେ ମହାବିଦ୍ୟାଳୟର ମୁଖ୍ୟ ଫାଟକ ବନ୍ଦ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ।
ସେମାନଙ୍କ ଅଭିଯୋଗ ମୁତାବକ ପ୍ରତି ବର୍ଷ ମହାବିଦ୍ୟାଳୟରେ ପୁନଃ ନାମଲେଖା ବେଳେ ସାଂସ୍କୃତିକ ଓ କ୍ରୀଡ଼ା କାର୍ଯ୍ୟକ୍ରମ ବାବଦକୁ ଫି’ ନିଆଯାଉଛି। ହେଲେ ମହାବିଦ୍ୟାଳୟ କର୍ତ୍ତୃପକ୍ଷ କୌଣସି କାର୍ଯ୍ୟକ୍ରମ କରୁ ନାହାନ୍ତି। ଗତବର୍ଷ ମଧ୍ୟ କୌଣସି କାର୍ଯ୍ୟକ୍ରମ ହୋଇ ନ ଥିଲା। ଚଳିତ ବର୍ଷ କୌଣସି କାର୍ଯ୍ୟକ୍ରମ କରିବା ପାଇଁ କର୍ତ୍ତୃପକ୍ଷ ତପତ୍ରତା ଦେଖାଉ ନାହାନ୍ତି। ଏନେଇ କର୍ତ୍ତୃୃପକ୍ଷଙ୍କୁ ପଚାରିଲେ ବିଭାଗୀୟ ନିର୍ଦ୍ଦେଶ ନ ଥିବା କହୁଥିବା ଛାତ୍ରୀମାନେ ଅଭିଯୋଗ କରିଛନ୍ତି। ଛାତ୍ରୀନେତ୍ରୀ ସୁନନ୍ଦା ମୋଦି, ମଧୁସ୍ମିତା ବେହେରା, ବବିରାଣୀ ସିଂ, ମୌସୁମୀ ଦାସ, ଫାଲଗୁନି ଦାସ, ସୁଚିସ୍ମିତା ସିଂ, ବର୍ଷା ସିଂ, ଲିଜା ଭଞ୍ଜଦେଓ, ମିତାଲି ମଲିକ, ଅନ୍ବେଷା ମହାନ୍ତି, ସୁଦେସ୍ନା ଭଞ୍ଜ, ଗାୟତ୍ରୀ ସାହୁ, ଅନୁପମା ସାହୁ ଓ ଅନିଶା ବେହେରାଙ୍କ ସମେତ ଅନ୍ୟ ଛାତ୍ରୀମାନେ ସାମିଲ ହୋଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ଛାତ୍ରୀନେତ୍ରୀ ପାତ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ କଲେଜ କର୍ତ୍ତୃପକ୍ଷଙ୍କୁ ସାକ୍ଷାତ୍‌ କରି ଦାବିପତ୍ର ପ୍ରଦାନ କରିଥିଲେ। କଲେଜ କର୍ତ୍ତୃପକ୍ଷ ଏନେଇ କୌଣସି ପଦକ୍ଷେପ ନ ନେଲେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ଛାତ୍ରୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ

ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ…

ମାଟିର ମହକରେ ଫେରିଲା ଦେଶୀ ମଞ୍ଜି, ପ୍ରେରଣାଦାୟୀ ସାଜିଲେ ମହିଳା ଚାଷୀ, ହସିହସି କୁହନ୍ତି ଆମ ପରିବାରରେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): ବଦଳୁଥିବା କୃଷି ପଦ୍ଧତି ମଧ୍ୟରେ ଯେତେବେଳେ ଅନେକ ଚାଷୀ ହାଇବ୍ରିଡ୍‌ ମଞ୍ଜି ଓ ରାସାୟନିକ କୃଷି ଉପରେ ନିର୍ଭରଶୀଳ ହୋଇପଡ଼ିଛନ୍ତି, ସେତେବେଳେ କଳାହାଣ୍ଡି…

ଗ୍ରୀଡ୍‌ ସବ୍‌ଷ୍ଟେଶନ ଲୋକାର୍ପଣ କଲେ ଉପମୁଖ୍ୟମନ୍ତ୍ରୀ, କହିଲେ କୌଣସି ସ୍ଥାନରେ କିଛି…

ବରଗଡ଼,୧୨ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ କଲେଜ ନିକଟରେ ରବିବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ୩୩/୧୧ କେ.ଭି କ୍ଷମତା ସମ୍ପନ୍ନ ନୂତନ ଗ୍ରୀଡ୍‌…

ମୋବାଲରେ ପିଟି ସ୍ବାମୀଙ୍କୁ ମାରିଦେଲେ ସ୍ତ୍ରୀ, ବୋହୂଙ୍କ ନାଁରେ ଅଭିଯୋଗ ଆଣି ଶ୍ୱଶୁର କହିଲେ ଏମିତି…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସ୍ବରାଜ ହସ୍ପିଟାଲରେ ରବିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗୀର ଚମିନିଭାଟି ପଡ଼ାର ସ୍ବପ୍ନେଶ୍ବର…

ବିଦ୍ୟୁତ୍‌ ଫାଶରେ ଲାଗି ଚାଲିଗଲା ମହିଳା ଚାଷୀଙ୍କ ଜୀବନ, ପରିବାର ଉପରେ ଭାଙ୍ଗିପଡ଼ିଲା ଦୁଃଖର ପାହାଡ଼

ବୁଗୁଡ଼ା,୧୨ା୭(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ାରେ ବିଲକୁ ଯାଇ ଫେରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ମହିଳା ଚାଷୀଙ୍କ ମୃତ୍ୟୁ…

ସମୁଦ୍ରରେ ଗାଧୋଇବାବେଳେ ବୁଡ଼ି ଯାଉଥିଲେ ୩ ପର୍ଯ୍ୟଟକ, ଉଦ୍ଧାର କରି…

ପୁରୀ,୧୨ା୭(ଅଜିତ୍‌ କୁମାର ମହାନ୍ତି): ରବିବାର ସମୁଦ୍ରରେ ଗାଧୋଉଥିବାବେଳେ ୩ ପର୍ଯ୍ୟଟକ ବୁଡ଼ିଯାଉଥିଲେ। ଏହି ସମୟରେ ଲାଇଫଗାର୍ଡ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛନ୍ତି। ସେକ୍ଟର ୯ ଚୈତନ୍ୟ ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri