ସରକାରୀ ଯୋଜନାରୁ ବାଦ୍‌ ପଡ଼ିଛନ୍ତି ପୂଜକ ସମାଜ, ଆନ୍ଦୋଳନ ଡାକରା

ଭାପୁର,୧୮ା୬(ଡି.ଏନ୍‌.ଏ.)-ବର୍ଷସାରା ଠାକୁର ଠାକୁରାଣୀଙ୍କ ପୂଜାନୀତି କରି ଜୀବିକା ନିର୍ବାହ କରୁଥିବା ହଜାର ହଜାର ପୂଜକ ସମାଜ ସମସ୍ତ ସରକାରୀ ଯୋଜନାରୁ ବାଦ୍‌ ପଡ଼ିଚାଲିଛନ୍ତି। ଏପରିକି ସେମାନଙ୍କ ପିଲାମାନେ ପାଠ ପଢିବା ପାଇଁ ବାସଗୃହ ପ୍ରମାଣପତ୍ର ନ ପାଇ ଅଧାରୁ ପାଠ ଛାଡୁଛନ୍ତି। ଏ ନେଇ ସରକାର କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବାରୁ ସେମାନେ ଆନ୍ଦୋଳନ ପାଇଁ ପ୍ରସ୍ତୁତ ହେଉଛନ୍ତି। ନୟାଗଡ଼ ଜିଲା ଭାପୁର ଓ ଖଣ୍ଡପଡ଼ା ବ୍ଲକର ୮୦ ଖଣ୍ଡ ଗ୍ରାମରେ ରହୁଥିବା ୧୫/୧୮ ହଜାର ପୂଜକ ଜାତିର ଲୋକ ଶିବ ଶକ୍ତି ପୂଜକ ସମାଜ ଗଠନ କରି ସୋମବାର ସଭାପତି ବିକ୍ରମ ମହାପାତ୍ରଙ୍କ ନେତୃତ୍ୱରେ ଏକ ବିରାଟ ପ୍ରସ୍ତୁତି ବୈଠକ କରିଛନ୍ତି। ଏହି ସଭାରେ ୨ ବ୍ଲକର ଶତାଧିକ ବ୍ୟକ୍ତି ଯୋଗ ଦେଇଥିଲେ। ସଭାରେ ଜିଲା ସଭାପତି ଗୌରାଙ୍ଗ ଚରଣ ମହାପାତ୍ର, ସମ୍ପାଦକ ମହେଶ୍ୱର ରଣା, କୋଷାଧ୍ୟକ୍ଷ ହାଡ଼ିବନ୍ଧୁ ମହାପାତ୍ର ଓ ବରିଷ୍ଠ କର୍ମକର୍ତ୍ତା ସୂର୍ଯ୍ୟମଣୀ ରଣା ଯୋଗଦେଇଥିଲେ। ଏହି ବୈଠକରେ ପ୍ରତ୍ୟେକ ପରିବାରଙ୍କ ନାମରେ ୪ ଡିସିମିଲ ଘରଡ଼ିହ ଯୋଗାଇ ଦେବା, ଆବାସ ଯୋଜନାରେ ସେମାନଙ୍କୁ ସାମିଲ କରିବା, ବାସଗୃହ ପ୍ରମାଣପତ୍ର ଯୋଗାଇ ଦେବା ଓ ଭୋଗ ଦଖଲ କରୁଥିବା ଠାକୁର ଓ ଠାକୁରାଣୀଙ୍କ ନାମ ସହ ସେମାନଙ୍କ ନାମ ରଖିବା ନେଇ ଏକ ଦାବିପତ୍ର ଜିଲାପାଳ, ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି। ଏ ନେଇ ଭାପୁର ବ୍ଲକ ବାଇଗୁଣିଆ ପଞ୍ଚାୟତ ଧଳାବନ୍ଧ ଗ୍ରାମଠାରେ ସୋମବାର ଏକ ପ୍ରସ୍ତୁତି ବୈଠକ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ପରେ ମିଳିଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ, ଚପଲ ଭାସିବା ପରେ….

ନୟାଗଡ଼,୧୨।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲା ଥାନା ବାଟେଣି ପୋଖରୀରେ ମୃତଦେହ ଭାସୁଥିବା ଦେଖାଯାଇଛି । ନିଖୋଜର ୪ଦିନ ପରେ ଗୁରୁବାର ମିଳିଲା ମୃତଦେହ । ମୃତକ…

ବିଦ୍ୟାଳୟକୁ ମଦ ପିଇ ଆସିଲେ ଛାତ୍ର, ନିଶାରେ ଚେତାଶୂନ୍ୟ ହୋଇ କଲେ……

ନୟାଗଡ଼,୧୨।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ସହରାଞ୍ଚଳ ଦଶପଲା ବାଳକ ଉଚ୍ଚ ବିଦ୍ୟାଳୟରୁ ଏକ ନିନ୍ଦନୀୟ ଘଟଣା ସାମ୍ନାକୁ ଆସିଛି । ସ୍କୁଲକୁ ଶିକ୍ଷାର ମନ୍ଦିର କୁହାଯାଉଥିବା…

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ…

ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

କୂଅରୁ ମିଳିଥିଲା ଛାତ୍ରଙ୍କ ମୃତଦେହ: ୨ ଶିକ୍ଷୟିତ୍ରୀ ନିଲମ୍ବିତ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

ସ୍କୁଲରୁ ଶୌଚ ପାଇଁ ଯାଇ ଆଉ ଫେରିନଥିଲେ, ଆଜି କୂଅରୁ ମିଳିଲା ମୃତଦେହ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

କଶ୍ମୀରରେ ହୃଦ୍‌ଘାତରେ ଓଡ଼ିଆ ଯବାନଙ୍କ ମୃତ୍ୟୁ, ଗାଁରେ ଶୋକାକୁଳ ପରିବେଶ

ନୟାଗଡ଼,୨୯।୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନା ଆନନ୍ଦପଲ୍ଲୀ ଗାଁର ଯବାନ ଜିତୁ ବେହେରା(୩୧) ଜାନୁଆରୀ ୨୬ରେ କଶ୍ମୀରରେ ହୃଦ୍‌ଘାତରେ ପ୍ରାଣ ହରାଇଛନ୍ତି। ଜିତୁଙ୍କ ମରଶରୀର ବୁଧବାର…

ପିସ୍ତଲ ଗୁଳିଠାରୁ ରଣପୁର ଠେଙ୍ଗାପ୍ରହାର ଶକ୍ତିଶାଳୀ: ବ୍ରିଟିଶ ପାର୍ଲିଆମେଣ୍ଟକୁ ଯାଇଥିଲା ୫୦୦ ଠେଙ୍ଗା

ନୟାଗଡ,୨୬।୧(ଲୋକନାଥ ମିଶ୍ର): ନୟାଗଡ ଜିଲା ସଦର ମହକୁମାସ୍ଥିତ ପିଟିଏସ୍‌ ପଡ଼ିଆରେ ଜିଲାସ୍ତରୀୟ  ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।  ଏଥିରେ ୫୦ଟି ପାରେଡ ଟିମ ଭାଗ ନେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri