ସରକାରୀ ସହାୟତା ସ୍ବପ୍ନ

ବନ୍ତ, ୧୨।୭(ଡି.ଏନ.ଏ.) – କେନ୍ଦ୍ର ଓ ରାଜ୍ୟ ସରକାର ଦିବ୍ୟାଙ୍ଗମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ଲକ୍ଷ୍ୟରେ ବିଭିନ୍ନ ଉନ୍ନୟନମୂଳକ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସେମାନଙ୍କୁ ରହିବା ପାଇଁ ଘର, ଚଳିବା ଲାଗି ଭତ୍ତା ପ୍ରଦାନର ବ୍ୟବସ୍ଥା କରିଛନ୍ତି। ଭଦ୍ରକ ଜିଲା ବନ୍ତ ବ୍ଲକ ବସନ୍ତିଆ ପଞ୍ଚାୟତ ବରକୋଣା ଗ୍ରାମର ଦିବ୍ୟାଙ୍ଗ ପ୍ରଦୀପ ଜେନା(୪୨)ଙ୍କ ପାଇଁ ସରକାରୀ ସହାୟତା ସାତସପନ ପାଲଟିଛି। ପ୍ରମାଣପତ୍ର ଥାଇ ମଧ୍ୟ ସେ ସହାୟତା ପାଇବାରୁ ବଞ୍ଚିତ ହୋଇଛନ୍ତି। ଭତ୍ତା ପାଇବା ପାଇଁ ପଞ୍ଚାୟତଠାରୁ ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ନୟାନ୍ତ ହେଲେଣି। ହେଲେ କୌଣସି ସୁଫଳ ମିଳୁନି ବୋଲି ସେ ପ୍ରକାଶ କରିଛନ୍ତି।
ବରକୋଣା ଗ୍ରାମର ମହେଶ୍ୱର ଜେନାଙ୍କ ପୁଅ ପ୍ରଦୀପ। ପିଲାବେଳୁ ସେ ପୋଲିଓ ରୋଗରେ ଆକ୍ରାନ୍ତ ହେବା ଫଳରେ ତାଙ୍କର ଦୁଇ ଗୋଡ଼ ଅଚଳ ହୋଇଯାଇଛି। ସେ ଚାଲିବାକୁ ସକ୍ଷମ ନ ଥିବାବେଳେ କୌଣସି କାର୍ଯ୍ୟ କରିପାରୁ ନାହାନ୍ତି। ଯେଉଁ ବୟସରେ ସେ ମା’ବାପାଙ୍କ ଦାୟିତ୍ୱ ନେବା କଥା ସେହି ସମୟରେ ସେ ବୃଦ୍ଧ ମାତାପିତାଙ୍କ ଉପରେ ନିର୍ଭରଶୀଳ। ବୃଦ୍ଧ ମା’ବାପା ଓ ସ୍ତ୍ରୀଙ୍କୁ ନେଇ ତାଙ୍କର ପରିବାର। ବଖରାଏ ଭଙ୍ଗା ଚାଳଛପର ଘରେ ୪ ପ୍ରାଣୀ ଜୀବନ ବିତାଉଛନ୍ତି। ଭଙ୍ଗା ଘରେ ଦିନ କାଟୁଥିବାବେଳେ ସରକାରଙ୍କ ପକ୍ଷରୁ ପକ୍କାଘର ଖଣ୍ଡିଏ ମିଳୁ ନାହିଁ। ସେହିପରି ଜମିବାଡ଼ି କିଛି ନାହିଁ। ବୃଦ୍ଧ ମହେଶ୍ୱର ପରଘରେ ମୂଲ ଲାଗିଲେ ପରିବାର ଚଳେ। ସବୁବେଳେ ଆର୍ଥତ୍କ ଦୁରବସ୍ଥା ଲାଗିରହିଛି। ଏଭଳି ସ୍ଥିତିରେ ପରିବାର ଚଳାଇବା ତାଙ୍କ ପକ୍ଷେ କଷ୍ଟକର ହୋଇପଡୁଛି। ପ୍ରଦୀପ କହନ୍ତି, ୫ବର୍ଷ ତଳେ ଅଫ୍‌ଲାଇନରେ ତାଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ମିଳିଥିଲା। ସେ ଆବେଦନ କରିଥିଲେ ମଧ୍ୟ ତାଙ୍କୁ ଭତ୍ତା ପ୍ରଦାନ କରାଯାଇ ନ ଥିଲା। ପରେ ୨୦୧୮ ମସିହାରେ ସେ ଅନ୍‌ଲାଇନରେ ଆବେଦନ କରିବାରୁ ପ୍ରମାଣପତ୍ର ପାଇଥିଲେ। ମାତ୍ର ଅଦ୍ୟାବଧି ତାଙ୍କୁ ଭତ୍ତା ପ୍ରଦାନ କରାଯାଇ ନାହିଁ। ଏ ସମ୍ପର୍କରେ ବିଡିଓ ରେବେକା ବିଲୁଙ୍ଗଙ୍କୁ ପଚାରିବାରୁ ଏସ୍‌ଇସିସି ତାଲିକାରେ ନାମ ଥିଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ପକ୍କାଘର ଯୋଗାଇ ଦିଆଯିବା ସହ ଟାର୍ଗେଟ ଆସିଲେ ଭତ୍ତା ପ୍ରଦାନର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

AI Impact Summit 2026: ଭାରତ ମଣ୍ଡପମରେ ଝଲସିଲା ‘AI ମହାକୁମ୍ଭ’, ଦିଶିଲା ଭବିଷ୍ୟତର ଝଲକ

ନୂଆଦିଲ୍ଲୀ,୧୭।୨: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ AI ପ୍ରImpact Summit 2026କୁ ପ୍ରଯୁକ୍ତି ଜଗତର AI ମହାକୁମ୍ଭ ବୋଲି କୁହାଯାଉଛି। ଏହି ସମ୍ମିଳନୀରେ, ପ୍ରମୁଖ ଭାରତୀୟ ଏବଂ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri