ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ: ଗ୍ରାମସଭାରେ ଅଧିକାର ପାଇଁ ଉଠିଲା ଦାବି

କର୍ଲାମୁଣ୍ଡା,୨୮।୯(ପ୍ରଦୀପ କୁମାର ସାହୁ): ଦିବ୍ୟାଙ୍ଗ ଜନ ଅଧିକାର ଆଇନ, ୨୦୧୬ ପ୍ରଣୟନର ଦଶ ବର୍ଷ ପୂର୍ତ୍ତି ହୋଇଥିଲେ ମଧ୍ୟ ଗ୍ରାମସଭାଗୁଡ଼ିକରେ ଦିବ୍ୟାଙ୍ଗଜନଙ୍କ ଅଧିକାର ଓ ସରକାରୀ ସୁବିଧା ସମ୍ପର୍କରେ ଆବଶ୍ୟକ ସଚେତନତା ସୃଷ୍ଟି ହେଉ ନ ଥିବା ଅଭିଯୋଗ ହୋଇଆସୁଛି। ଏଥିଯୋଗୁ ଅନେକ ଦିବ୍ୟାଙ୍ଗ ଜନ ସେମାନଙ୍କ ଅଧିକାର ଓ ସରକାରୀ ସୁବିଧାରୁ ବଞ୍ଚିତ ହେଉଥିବା ମଧ୍ୟ ଅଭିଯୋଗ ରହିଛି।

ଏହି ପରିପ୍ରେକ୍ଷୀରେ ଆସନ୍ତା ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀ ଅବସରରେ ପ୍ରତ୍ୟେକ ଗ୍ରାମପଞ୍ଚାୟତରେ ହେବାକୁ ଥିବା ଗ୍ରାମସଭାରେ ଦିବ୍ୟାଙ୍ଗ ଜନ ଅଧିକାର ଆଇନ, ୨୦୧୬କୁ ସ୍ବତନ୍ତ୍ର ଏଜେଣ୍ଡା ଭାବେ ସାମିଲ କରିବାକୁ ଦାବି କରିଛନ୍ତି କର୍ଲାମୁଣ୍ଡା ଜୋନ-୨ ଜିଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ।

ଏନେଇ ସେ କଳାହାଣ୍ଡି ଜିଲାପାଳଙ୍କ ନିକଟରେ ଦାବି ଜଣାଇବା ସହ ଜିଲ୍ଲାର ସମସ୍ତ ବିଡିଓ ଓ ସରପଞ୍ଚଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦେବାକୁ ଅନୁରୋଧ କରିଛନ୍ତି।

ଗ୍ରାମସଭାରେ ଦିବ୍ୟାଙ୍ଗ ଜନଙ୍କ ସମାନତା, ମର୍ଯ୍ୟାଦା, ଭେଦଭାବରୁ ମୁକ୍ତି, ସୁଗମ୍ୟତା, ସମାବେଶୀ ଶିକ୍ଷା, ନିଯୁକ୍ତି, ସାମାଜିକ ସୁରକ୍ଷା ଓ ସ୍ବାସ୍ଥ୍ୟସେବା ଭଳି ଅଧିକାର ସମ୍ପର୍କରେ ଆଲୋଚନା କରାଗଲେ ଗ୍ରାମାଞ୍ଚଳର ଦିବ୍ୟାଙ୍ଗଜନ ଓ ସେମାନଙ୍କ ପରିବାର ଉପକୃତ ହୋଇପାରିବେ ବୋଲି ଶ୍ରୀ ଚୌଧୁରୀ କହିଛନ୍ତି।

ଏଥିସହ ଗ୍ରାମପଞ୍ଚାୟତ ସ୍ତରରେ ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାରେ ଦିବ୍ୟାଙ୍ଗ ଜନଙ୍କ ଅଂଶଗ୍ରହଣ ସୁନିଶ୍ଚିତ କରିବା ସହ ସେମାନଙ୍କ ପାଇଁ ଉପଲବ୍ଧ ଆଇନଗତ ସୁରକ୍ଷା ଓ ବିଭିନ୍ନ ସରକାରୀ ସୁବିଧା ସମ୍ପର୍କରେ ଗ୍ରାମସଭାରେ ସଚେତନତା ସୃଷ୍ଟି କରିବାକୁ ମଧ୍ୟ ସେ ଦାବି କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?