Posted inଜାତୀୟ

ସରକାରୀ ସ୍କୁଲରେ ମଦ୍ରାସାର ପ୍ରାର୍ଥନା କରାଇ ପ୍ରଧାନ ଶିକ୍ଷକ ନିଲମ୍ବିତ

ଲକ୍ଷ୍ନୌ,୧୫।୧୦: ଉତ୍ତରପ୍ରଦେଶର ଏକ ସରକାରୀ ସ୍କୁଲରେ ପ୍ରଧାନ ଶିକ୍ଷକ ଜବରଦସ୍ତି ଛାତ୍ରୀଛାତ୍ରଙ୍କୁ ପ୍ରାର୍ଥନାରେ ସରସ୍ବତୀଙ୍କ ବନ୍ଦନା ବଦଳରେ ମଦ୍ରାସାର ପ୍ରାର୍ଥନା କରାଇଥିବା ମାମଲା ସାମ୍ନାକୁ ଆସିଛି। ଏହି ଘଟଣାରେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବିତ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ପଲିଭିତ୍‌ରେ ଥିବା ସରକାରୀ ମାଧ୍ୟମିକ ସ୍କୁଲର ପ୍ରଧାନ ଶିକ୍ଷକ ଫୁରକାନ ଅଲି ଛାତ୍ରୀଛାତ୍ରଙ୍କୁ ଜବରଦସ୍ତି ମଦ୍ରାସା ପ୍ରାର୍ଥନା କରାଇଥିଲେ। ଯାହାକୁ ନେଇ ବିଶ୍ୱ ହିନ୍ଦୁ ପରିଷଦ ଓ ଅନ୍ୟ ହିନ୍ଦୁ ସଙ୍ଗଠନମାନେ କଡ଼ା ବିରୋଧ କରିଥିଲେ। ଏଥିସହ ପ୍ରଧାନ ଶିକ୍ଷକଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜିଲାଅଧିକାରୀଙ୍କୁ ସଂଗଠନ ପକ୍ଷରୁ ଦାବି କରାଯାଇଥିଲା। ଏହାପରେ ପଲିଭିତ୍‌ର ଜିଲାପାଳ ବୈଭବ ଶ୍ରୀବାସ୍ତବ ପ୍ରଧାନ ଶିକ୍ଷକ ଫୁରକାନ ଅଲ୍ଲୀଙ୍କ ବିରୋଧରେ ଯାଞ୍ଚ ନିର୍ଦ୍ଦେଶ ଦେବା ସହ ତାଙ୍କୁ ନିଲମ୍ବିତ କରିଛନ୍ତି। ସରକାରୀ ସ୍କଲରେ ଏକ ସ୍ବତନ୍ତ୍ର ଧର୍ମର ପ୍ରାର୍ଥନା କରାଇବାରୁ ତାଙ୍କ ଉପରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି ଜିଲାପାଳ କହିଛନ୍ତି। ଅନ୍ୟପଟେ ଫୁରକାନ ଏହି ଅଭିଯୋଗକୁ ଖଣ୍ଡନ କରିବା ସହ କହିଛନ୍ତି, ସ୍କୁଲରେ ଅତ୍ୟଧିକ ପିଲା ମୁସଲିମ୍‌ ଥିବାରୁ ପ୍ରାର୍ଥନାରେ ସରସ୍ବତୀ ବନ୍ଦନା ସହ ମଦ୍ରାସା ପ୍ରାର୍ଥନା ମଧ୍ୟ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri