ସରକାରୀ ହସ୍ପିଟାଲ, ଆର୍‌ଟିଓ କାର୍ଯ୍ୟାଳୟରେ ଚଢାଉ: ଦିନକରେ ୭୧ ଦଲାଲ ଗିରଫ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ରୋଗୀଙ୍କୁ ଭୁଆଁ ବୁଲାଇ ବିଭିନ୍ନ ଘରୋଇ ହସ୍ପିଟାଲକୁ ପଠାଇ ମୋଟା ଅଙ୍କର ଟଙ୍କା ଲୁଟୁଥିଲେ ଦଲାଲ। ସେହିପରି ବିଭିନ୍ନ ପରିବହନ କାର୍ଯ୍ୟାଳୟରେ ଦଲାଲଙ୍କ ଦ୍ୱାରା ଅନେକ ବ୍ୟକ୍ତି ଠକେଇର ଶୀକାର ହେଉଥିଲେ। ଏ ନେଇ ଅଭିଯୋଗ ବଢିବା ପରେ ସରକାରୀ ହସ୍ପିଟାଲ ଓ ପରିବହନ କାର୍ଯ୍ୟାଳୟ ପରିସରକୁ ଦଲାଲମୁକ୍ତ କରିବା ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଥିଲେ ସରକାର। ସେହି ଅନୁଯାୟୀ ଡିଜିପି ବିଜୟ କୁମାର ଶର୍ମାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟବ୍ୟାପୀ ବିଭିନ୍ନ ସରକାରୀ ଡାକ୍ତରଖାନା, ମେଡିକାଲ କଲେଜ, ରକ୍ତଭଣ୍ଡାର ଏବଂ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ପୋଲିସ ପକ୍ଷରୁ ଚଢାଉ ଜାରି ରହିଛି। ଗତ ଦୁଇଦିନରେ ରାଜ୍ୟର ବିଭିନ୍ନ ସ୍ଥାନରୁ ମୋଟ ୩୧ଜଣ ଦଲାଲଙ୍କୁ ଗିରଫ କରାଯାଇଥିଲା। ସେହିପରି ଶୁକ୍ରବାର ବିଭିନ୍ନ ହସ୍ପିଟାଲ ଓ ପରିବହନ କାର୍ଯ୍ୟାଳୟରୁ ୭୫ଜଣ ଦଲାଲଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରେ ଯାଜପୁରରେ ୩, କେନ୍ଦ୍ରାପଡ଼ାରେ ୪, ଜଗତସିଂହପୁରରେ ୧, ଗଞ୍ଜାମରେ ୨, ବ୍ରହ୍ମପୁରରେ ୭, କୋରାପୁଟରେ ୧, ରାୟଗଡ଼ାରେ ୮, ନବରଙ୍ଗପୁରରେ ୨,ସୋନପୁରରେ ୧, ଅନୁଗୁଳରେ ୭, ଢେଙ୍କାନାଳରେ ୧, ଦେବଗଡ଼ରେ ୧, କେଉଁଝରରେ ୬, ରାଉରକେଲାରେ ୮, ବାଲେଶ୍ୱରରେ ୮, ଭଦ୍ରକରେ୨, ମୟୂରଭଞ୍ଜରେ ୯ଜଣ ଦଲାଲ ରହିଛନ୍ତି। ଏମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଏହି ମାମଲାଗୁଡ଼ିକର ତଦନ୍ତ କରାଯାଇ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବା ସହ ଏହି ସ୍ପେଶାଲ ଡ୍ରାଇଭକୁ ଅଧିକ କଡ଼ାକଡ଼ିି କରାଯିବ ବୋଲି ଡିଜିପି ଶର୍ମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri